/odishatv-khabar/media/media_files/uploadimage/library/16_9/16_9_0/Horoscope__1734923587-209632.jpg)
ମେଷ-
ଅଶ୍ୱନୀ- ଘରକୁ ଅତିଥିଙ୍କ ଆଗମନ ହୋଇପାରେ । ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି । ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ ।
ଦ୍ୱିଜା- ଯାନବାହନ ଓ ସାମୟିକ ସମସ୍ୟା ଦେଖା ଦେଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । କର୍ମ କ୍ଷେତ୍ରକୁ ଯିବା ସମୟରେ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି ।
କୃତିକା- ପ୍ରେମିକ, ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇ ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ବୃଷ-
କୃତିକା-ଅସମ୍ପୁର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ସନ୍ତୋଷ ଲାଭ କରିବେ । ବ୍ୟବସାୟରେ ଆୟ, ବ୍ୟୟର ପରିମାଣ ପ୍ରାୟତଃ ସମାନ ରହିବ । ଆକସ୍ମିକ ଭାବରେ ଜଣେ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ ।
ରୋହିଣୀ- ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ ।
ମୃଗଶିରା- ବନ୍ଧୁବର୍ଗରେ କଳହ ଓ ମନାନ୍ତର ସୃଷ୍ଟି ହେବ । କୈାଣସି କଥାକୁ କେନ୍ଦ୍ର କରି ତର୍କ ବିତର୍କର ସମ୍ମୁଖୀନ ହେବେ । ପ୍ରତିଦ୍ୱନ୍ଦ୍ୱିତା ହେତୁ ବ୍ୟବସାୟ ଓ ପରିବହନରେ ସାମାନ୍ୟ ସମସ୍ୟା ଦେଖାଦେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରିୟତମଙ୍କ ସହିତ ସମ୍ବନ୍ଧ ଭଲ ରହିବ ।
ଆଦ୍ରା- ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ବେପାର ବୃତିରୁ ସଫଳତା ହାସଲ କରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ ।
ପୁନର୍ବସୁ- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ବ୍ୟବସାୟରେ ଧନଲାଭର ଯୋଗ ରହିଛି । ପାରିବାରିକ ଶାନ୍ତି ଅନୁଭବ କରିବେ । ଶାରିରୀକ ପୀଡା ଅପେକ୍ଷା କୃତ କମ ରହିବ
ପୁଷ୍ୟା- ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ସାମାଜିକ କାର୍ୟ୍ୟରେ ଭାଗନେଇ ଗଠନ ମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।
ଅଶ୍ଲେଷା- ମୂଲ୍ୟବାନ ଜିନିଷ ହରେଇ ପାରନ୍ତି । ନୂତନ ଗୃହ ,ବାହନ ଜାଗା ,ଜମି କ୍ରୟ କରି ପାରିବେ । ଅଧିକ ଧନ ଅର୍ଜନ କରିବାର ରାସ୍ତା ଖୋଲିଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ସିଂହ-
ମଘା- ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ ।
ପୂ,ଫାଲଗୁନି-ଧର୍ମ ପୁସ୍ତକ ପଢିବାରେ ଆଗ୍ରହ ବଢିବ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ନମ୍ର ସ୍ୱାଭାବ ସହ ମୁରବିଙ୍କ ସହିତ କଥାବାର୍ତ୍ତା ହୁଅନ୍ତୁ ।
ଉ,ଫାଲଗୁନି- ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତି ପୂର୍ବ ଜୋରଦାର କରିପାରନ୍ତି । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
କନ୍ୟା-
ଉ,ଫଳଗୁନି-ପତିପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂର ହେବ । ଆପଣ କରି ଆସୁଥିବା ଉଦ୍ୟମରେ ସଫଳ ହେବେ । ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ ।
ହସ୍ତା- ଚାକିରିରେ ସ୍ଥାନ ପରିବର୍ତନ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ବିଦ୍ୟାର୍ଥୀ ମାନଙ୍କ ପାଇଁ ସମୟ ଅନୁକୂଳ ରହିବ । ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ ।
ଚିତ୍ରା- ଯାନବାହାନରେ ସତର୍କତା ଅବଲମ୍ବନ କରିବା ଭଲ । ମୋହରେ ପଡି କ୍ଷତିଗ୍ରସ୍ତ ହୋଇପାରନ୍ତି । ନୂତନ ଭୂମି ଚୟନ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଚିତ୍ରା- ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ।ଅନେକ ସମୟ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।
ସ୍ୱାତୀ- କୌଣସି କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ । ସମାଜ ସେବାରେ ମନ ବଳାଇବେ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ ।
ବିଶାଖା- ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ମଧୁର ବ୍ୟବହାର ପାଇଁ ଅନ୍ୟ ମାନଙ୍କୁ ଆକର୍ଷଣ କରି ପାରିବେ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା-
ବିଶାଖା- ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି । ଚାକିରୀ କ୍ଷେତ୍ରରେ କାର୍ଯ୍ୟ କୈାଣସି ଭୁଲ ହୋଇପାରେ । ବେପାରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ ।
ଅନୁରାଧା- ଖେଳାଳି ଓ ଚିତ୍ରତାରକା ମାନେ ଉତମ ପ୍ରଦର୍ଶନ କରିବେ । ବ୍ୟବସାୟରେ ନୂଆ କିଛି କରିବାକୁ ଆଗ୍ରହୀ ଥିଲେ ମଧ୍ୟ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି ମାନେ ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ ।
ଜ୍ୟେଷ୍ଠା- କ୍ୟାରିୟର ସମସ୍ୟା ସମାଧାନର ବାଟ ମିଳିବ । ଜମିଜମା, କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ୍ ବ୍ୟବସାୟରୁ ଲାଭବାନ୍ ହେବେ। ଫେରିବା ବାଟରେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ମୂଳା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ ।
ପୂ,ଷାଢା- ରାଜନୀତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ।
ଉ,ଷାଢା- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମାଲିମକଦ୍ଦମାରେ ସଫଳତା ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
ଉ,ଷାଢା- ପ୍ରେମ କ୍ଷେତ୍ରରେ ସଫଳତା ପାଇବା ସହ ବିବାହ ବଦ୍ଧନରେ ବାନ୍ଧି ହେବେ । ବୁଦ୍ଧିଜୀବୀ ମାନଙ୍କର ଆୟ ଠିକ୍ଠାକ୍ ହେବା ସହିତ ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ ।
ଶ୍ରବଣା- ସନ୍ତାନ ମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀ ମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ ।
ଧନିଷ୍ଠା- ସମସ୍ୟା ଲାଗି ରହିଥିଲେ ମଧ୍ୟ ପ୍ରିୟ କଥା କହି ଏହାକୁ ସୁଧାରି ନେବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ। ମହିଳାମାନେ ଆଭୁଷଣ ପ୍ରିୟ ହେବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ
କୁମ୍ଭ-
ଧନିଷ୍ଠା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।
ଶତଭିଷା- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ ।
ପୂ,ଭାଦ୍ରପଦ- କୌଣସି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟରେ ଚିକିତ୍ସା ପାଇଁ ଉତ୍ତମ ଦିନ ରହିବ । ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ ଆଦି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ ।
ଉ,ଭାଦ୍ରପଦ- ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ରାଜନୀତିରେ କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ।
ରେବତୀ- ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ମହିଳା ମାନେ ଦାମ୍ପତ୍ୟ ସୁଖ ଉପଭୋଗ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
Today Panchang 25th January 2026: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Woman Seriously Injured in Bear Attack: ବିଲ ପାଖରେ ଭାଲୁ ଆତଙ୍କ, କାଠ ଆଣିବାକୁ ଯାଇ ମୃତ୍ୟୁମୁଖରୁ ଫେରିଲେ ଯୁବତୀ

Two Robbers Arrested: ୨ ଡକାୟତ ଗିରଫ, ୨୮୮ ଗ୍ରାମ ସୁନା, ୨ ସ୍କର୍ପିଓ, ୪ ମୋବାଇଲ ଜବତ

Republic Day Non-Veg Ban: ଜାନୁଆରୀ ୨୬ରେ ଆମିଷ ଦ୍ରବ୍ୟ ଓ ଖାଦ୍ୟପଦାର୍ଥ ବିକ୍ରି ଉପରେ ଲାଗିଛି ପ୍ରାଶାସନିକ କଟକଣା

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)