Advertisment

Daily Horoscope 25th September 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗସ୍ତ ହୋଇପାରନ୍ତି । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ

undefined

Horoscope

Advertisment

ମେଷ-
ଅଶ୍ୱନୀ- ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।  ଦୁର୍ଘଟଣାଗ୍ରସ୍ତ ହୋଇପାରନ୍ତି । ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ ।
ଦ୍ୱିଜା- ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । 
କୃତିକା- ଭୂ-ସମ୍ପତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର ସୁଯୋଗ  ରହିଛି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

Advertisment

ବୃଷ-
କୃତିକା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । 
ରୋହିଣୀ- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଙ୍କେତ ମିଳିପାରେ । ଅନ୍ୟର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରନ୍ତି ।
ମୃଗଶିରା- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ମିଥୁନ-
ମୃଗଶିରା-ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ
ଆଦ୍ରା- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ । ଶିକ୍ଷାର୍ଥିମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।  
ପୁନର୍ବସୁ- ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ ।  ଆମୋଦ,ପ୍ରମୋଦ, କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।  
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

Advertisment

କର୍କଟ-
ପୁନର୍ବସୁ- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।  
ପୁଷ୍ୟା- ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।
ଅଶ୍ଲେଷା- କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ କ୍ଷ ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ସିଂହ-
ମଘା- ପେଟ ସମ୍ବନ୍ଧୀୟ କୌଣସି ରୋଗ ଆପଣଙ୍କୁ ଅସୁବିଧାରେ ପକାଇପାରେ । ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର‌୍ୟ୍ୟ କରିବେ । ପାରିବାରିକ ଜୀବନରେ କିଛି ଭଲ ଖବର ଶୁଣିବାକୁ ପାଇବେ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ପୂ,ଫାଲଗୁନି- କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ମହିଳା ମାନେ ପ୍ରତ୍ୟେକ କାର୍ଯ୍ୟ ପାଇଁ ସାବଧାନତା ଅବଲମ୍ବନ କରିବେ ।
ଉ,ଫାଲଗୁନି- କୋର୍ଟରେ ମାମଲା ପାଇଁ ଶତୃ ବୃଦ୍ଧି ହୋଇପାରନ୍ତି । ନୂଆ ଉପାୟ ପ୍ରୟୋଗ କରିବେ ସାଂସୃତିକ କାର‌୍ୟ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର –  ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

Advertisment

କନ୍ୟା-
ଉ,ଫଳଗୁନି- ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।
ହସ୍ତା- ଶିକ୍ଷାର୍ଥି ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ ।
ଚିତ୍ରା- ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ସାମାଜିକ ସ୍ତରରେ ସହମତିରେ କାମକଲେ ଅପେକ୍ଷା କୃତ ସଫଳତା ପାଇପାରନ୍ତି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ତୁଳା-
ଚିତ୍ରା- ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ ।  ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ
ସ୍ୱାତୀ-ପିଲାଙ୍କ କୃତିତ୍ୱ ସକାଶେ ଗର୍ବ ଅନୁଭବ କରିବେ । ଖଳଲୋକଙ୍କ ଦ୍ୱାରା କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।
ବିଶାଖା- ସତର୍କତା ଅଭାବରୁ କିମ୍ବା ଅସାବଧାନତା ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ । ଆନୁଷ୍ଠାନିକ କର୍ମ ସମ୍ପର୍କିତ ଆଲୋଚନାରେ ଟେନ୍‌ସନ କମିଯିବ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ବିଛା-
ବିଶାଖା- ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ ।  
ଅନୁରାଧା- କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । କ୍ରୀଡାକ୍ଷେତ୍ରରେ ଭଲ ସଫଳତା ପାଇବେ ।
ଜ୍ୟେଷ୍ଠା- ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର‌୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
ମୂଳା-ପାରିବାର ରେ ଆଶା କରୁଥିବା କାମ ବାଧାପ୍ରାପ୍ତ ହେବନାହିଁ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କାର‌୍ୟ୍ୟରେ ସଫଳତା ହାସଲ କରିପାରିବେ ।
ପୂ,ଷାଢା-ଆପଣଙ୍କ ଲୋକପ୍ରିୟତା ପଡୋଶୀଙ୍କ ଈର୍ଷାପରାୟଣତାକୁ ବଢାଇପାରେ । କର୍ମ କ୍ଷେତ୍ରରେ ନୂତନ କାମର ପରିକଳ୍ପନା କରିବେ, କିନ୍ତୁ ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି ।
ଉ,ଷାଢା- ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ପ୍ରସାସନିକ କ୍ଷେତ୍ରରେ ସାହାର‌୍ୟ୍ୟ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ମକର-
ଉ,ଷାଢା-ଅଧିକାଶଂ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ  କରିବା କଥା ତାହା କରି ସମସ୍ୟାକୁ ଡାକି ଆଣିବେ । ଆପୋଷ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ବନ୍ଧୁମାନଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବ ।  
ଶ୍ରବଣା- ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ ।
ଧନିଷ୍ଠା- ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ଧନିଷ୍ଠା- ମାନସିକ ଅବସ୍ଥାରେ ପରିବର୍ତନ ହୋଇପାରେ । ଜୀବନସାଥୀଙ୍କର ସ୍ୱାସ୍ଥ୍ୟକୁ ନେଇ  କିଛି ସମୟ ପାଇଁ ଚିନ୍ତିତ ହୋଇପାରନ୍ତି । କରିଥିବା କର୍ମ ପାଇଁ ଆପଣଙ୍କୁ କିଛି ଅସୁବିଧା ଭୋଗ କରିବାକୁ ପଡିପାରେ ।
ଶତଭିଷା- ସାହିତ୍ୟ, ସଙ୍ଗୀତ ଓ ସାମ୍ବାଦିକତା କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବାର ଆଶା ରହିଛି । କର୍ମ କ୍ଷେତ୍ରରେ କଡା ଭାଷା ପ୍ରୟୋଗ କଲେ ଶତ୍ରୁତା ଅର୍ଜନ କରିବେ ।
ପୂ,ଭାଦ୍ରପଦ-ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ । ସାମାଜିକ ସ୍ତରରେ ଆଦର ଅଭ୍ୟର୍ଥନା ସହ ସବୁରି ସଦିଚ୍ଛା ମିଳିବ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮    
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ମୀନ-
ପୂ,ଭାଦ୍ରପଦ- ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ ।  ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।
ଉ,ଭାଦ୍ରପଦ- ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ     
ରେବତୀ- ପ୍ରେମ ସଂପର୍କ ମଜବୁତ୍ ରହିବ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ଆନୁଷ୍ଠାନିକ କାମରେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

Astrological Prediction Horoscope Astrology Daily Horoscope Rasifal TodayRasifala Horoscope Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ