Advertisment

Daily Horoscope 26th November 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।

author-image
Deepak Acharya

ମେଷ-
ଅଶ୍ୱନୀ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।
ଦ୍ୱିଜା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ  ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ ।  ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ ।
କୃତିକା- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଛନ୍ତି ତାହା ଶୀଘ୍ର ଆରମ୍ଭ କରନ୍ତୁ । କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ । ଜମିବାଡି କୁ  ନେଇ ଦ୍ୱନ୍ଦ ଲାଗିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ବୃଷ-
କୃତିକା- ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହାନୁଭୂତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ ।
ରୋହିଣୀ- ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ସାମୟିକ ଭାବପ୍ରବଣତା କିମ୍ବା ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି।
ମୃଗଶିରା-ଆକସ୍ମିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ ବିଭିନ୍ନ କାରଣକୁ ନେଇ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬    
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ 
ମିଥୁନ-
ମୃଗଶିରା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।
ଆଦ୍ରା- ଛାତ୍ର ଛାତ୍ରୀ  ମାନେ ଶିକ୍ଷା କ୍ଷେତ୍ରରେ ଅବହେଳା କରିବେ ।  ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ।
ପୁନର୍ବସୁ- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
କର୍କଟ-
ପୁନର୍ବସୁ- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।
ପୁଷ୍ୟା- ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ନିଜ ଲୋକଙ୍କ ଅନାଦର ଭାବ ମନକୁ ସାମୟିକ ବ୍ୟଥିତ କରିପାରେ।
ଅଶ୍ଲେଷା- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ।  ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଜଳ ସୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ-
ମଘା- ପ୍ରେମ ସଂମ୍ପର୍କରେ ତିକ୍ତତା ଦେଖାଦେବ । କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ । ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ
ପୂ,ଫାଲଗୁନି- ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣଙ୍କୁ ବିଚଳିତ କରିପାରେ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ
ଉ,ଫାଲଗୁନି- ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।

Advertisment

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ 
କନ୍ୟା-
ଉ,ଫଳଗୁନି- ଅସନ୍ତୋଷକୁ ବନ୍ଧୁଙ୍କ ସମ୍ମୁଖରେ ବଖାଣି ଓଲଟା ଫଳ ଭୋଗିବେ । ପରିବାର ସଦସ୍ୟଙ୍କ କାର‌୍ୟ୍ୟ ମନକୁ ନ ପାଇଲେ ମଧ୍ୟ କିଛି କରିବାର ଉପାୟ ପାଇବେ ନାହିଁ । କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ।
ହସ୍ତା- ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ ।
ଚିତ୍ରା- ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 
ତୁଳା-
ଚିତ୍ରା- ସ୍ୱାସ୍ଥ୍ୟ ଭଲ ରହିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ ।
ସ୍ୱାତୀ- ନୂଆ ବ୍ୟବସାୟରେ ଅର୍ଥ ଖର୍ଚ୍ଚ ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଫିସରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । ନିଜ ଲୋକ ମାନଙ୍କ ଖରାପ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି ।
ବିଶାଖା- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ନିଜ ମତକୁ ପ୍ରାଧାନ୍ୟ ଦେଇ ସମାଲୋଚିତ ହେବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ବିଶାଖା- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ ।  ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ
ଅନୁରାଧା- ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ୱ ଦେଇ ସମ୍ମାନ ପାଇବେ ।  କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।
ଜ୍ୟେଷ୍ଠା- ଜମିଜମା ବିବାଦ ଜଟିଳ ହୋଇପାରେ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ମହିଳା ମାନେ ସହଯୋଗର ହାତ ବଢାଇବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ମୂଳା- ପୁରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ କରିବେ ।
ପୂ,ଷାଢା- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ
ଉ,ଷାଢା- ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଧାର ଦେବା ନେବାରେ ନିବୃତ ରୁହନ୍ତୁ 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ,ଷାଢା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।
ଶ୍ରବଣା- ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତାର ସୁଯୋଗ ପାଇବେ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ବିଜୟୀ ହେବେ । 
ଧନିଷ୍ଠା- ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 
କୁମ୍ଭ-
ଧନିଷ୍ଠା- ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତି ପାଇବେ । ଲୁଗା ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ ।
ଶତଭିଷା- ଚାକିରିରେ କ୍ଷେତ୍ରରେ ଅସୁବିଧା ଦେଖା ଦେଇପାରେ । ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ ।
ପୂ,ଭାଦ୍ରପଦ- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ ।ବ୍ୟସ୍ତତା ଭିତରେ ସମୟ ବିତାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- କଠିନ ଶ୍ରମ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଆଜିର କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ ।
ଉ,ଭାଦ୍ରପଦ- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । 
ରେବତୀ- ଜମିବାଡି ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି  ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା ସହିତ ମନ୍ତ୍ର ପାଠ କରନ୍ତୁ

Horoscope
Advertisment
Related Articles
Advertisment