/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)
Horoscope Photograph: (OTV)
ମେଷ-
ଅଶ୍ୱନୀ- ବୈବାହିକ ଜୀବନ ପ୍ରେମ ପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା କରି ଆଶୀର୍ବାଦ ଲାଭକରିବେ । ବ୍ୟବସାୟୀ ମାନେ ବ୍ୟବସାୟ କ୍ଷେତ୍ରରେ ଅନେକ ଲାଭ ପାଇବେ ।
ଦ୍ୱିଜା- ରାଜନିତିରେ ନିଷ୍ପତି ନେବାରେ ଦ୍ୱନ୍ଦର ସମ୍ମୁଖିନ ହେବାକୁ ପଡିପାରେ । କୃଷି ସମ୍ବନ୍ଧୀୟ କାର୍ଯ୍ୟରେ ଭଲ ଲାଭ ହେବାର ସମ୍ଭାବନା ଅଛି । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି ।
କୃତିକା-ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମହିଳା ମାନେ ସହନଶୀଳତା ଜାଗ୍ରତ କରିବେ । ସମ୍ପତି ବୃଦ୍ଧି ହୋଇପାରେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- ନେତ୍ର ଜନିତ ସମସ୍ୟା ଅନୁଭବ କରି ପାରନ୍ତି । ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।
ରୋହିଣୀ- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ।
ମୃଗଶିରା- ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ସ୍ୱାସ୍ଥ୍ୟ ଭଲ ରହିବ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ। ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ ।
ଆଦ୍ରା- ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ଲୋକପ୍ରିୟତା ହାସଲ କରିବେ । ଶିକ୍ଷାର୍ଥୀ ମାନଙ୍କ ଅଧ୍ୟୟନରେ ବାଧାଉପୁଜିପାରେ । ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ ।
ପୁନର୍ବସୁ- ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରିବା ଉଚିତ୍ । ପୈତୃକ ସମ୍ପତି କୁ ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ଅଜଣା ବ୍ୟକ୍ତିଙ୍କୁ ସାହାଯ୍ୟ କରି ହଇରାଣରେ ପଡିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର –ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
କର୍କଟ-
ପୁନର୍ବସୁ- ନିଜ ପ୍ରିୟଙ୍କ ସହ ଆଜି ଉତମ ବ୍ୟବହାର କରନ୍ତୁ । ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ ।
ପୁଷ୍ୟା- ବାଣିଜ୍ୟ-ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ପ୍ରଶାସନିକ ବିରୋଧି ଦେଖା ଦେଇପାରେ । ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ।
ଅଶ୍ଳେଷା- ଦୁସାହସିକ ପଦକ୍ଷପ ନେଇ ରାଜନୀତିରେ ସଫଳତା ପାଇବେ । ଶତୃଙ୍କର ଷଡଯନ୍ତ୍ରର ଶିକାର ହୋଇ ପାରନ୍ତି । ଋଣ ଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁନନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ
ସିଂହ-
ମଘା- ସ୍ବାସ୍ଥ୍ୟ ଭଲ ରହିବା ସହ ବନ୍ଧୁଙ୍କ ସାହାଯ୍ୟରୁ ଅର୍ଥଲାଭ ଓ କାର୍ୟ୍ୟସିଦ୍ଧି ଘଟିବ। ପରିସ୍ଥିତି ଓ ପରିବେଶକୁ ଲକ୍ଷ୍ୟରଖି କାମ କରନ୍ତୁ, ନତୁବା କିଛିଟା ଅସୁବିଧାର ସମ୍ଭାବନା ରହିଛି। ଅନ୍ୟମାନଙ୍କ ପ୍ରେରଣା ଦ୍ୱାରା ପ୍ରଭାବିତ ହୋଇ ସମ୍ମାନିତ ହୋଇପାରନ୍ତି।
ପୂ,ଫାଲଗୁନି-ଆଶା କରିଥିବା ଅର୍ଥ ବିଳମ୍ବରେ ପାଇବାରୁ ଯୋଜନା କଷ୍ଟରେ କାର୍ଯ୍ୟକାରୀ ହେବ । ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ ।
ବନ୍ଧୁଙ୍କ ଆଗମନରେ ଯେତିକି ଖୁସି ହେବେ ତାଙ୍କ ମତିଗତି ଓ କାର୍ଯ୍ୟକଳାପରେ ସେତିକି ଅସନ୍ତୁଷ୍ଟ ହେବେ ।
ଉ,ଫାଲଗୁନି- ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ। ଜମଜିମା, ମାଲିମକଦ୍ଦମା, ଯୋଗାଯୋଗ, ସାମ୍ବାଦିକତାରେ ପ୍ରତିଷ୍ଠାର୍ଜନ କରିବେ। ଚୟନ ଭୁମିକୁ କ୍ରୟ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର୍ଯ୍ୟାଦା ପ୍ରାପ୍ତ ହୋଇପାରେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ ।
ହସ୍ତା- ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ବହୁ ଦିନର ମନସ୍କାମନା ପୂରଣ ହେବ ।
ଚିତ୍ରା- ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା-
ଚିତ୍ରା- କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ ।
ସ୍ୱାତୀ- ରାଜନୀତିରେ ସାବଧାନତାର ସହିତ ପଦକ୍ଷେପ ନିଅନ୍ତୁ । କର୍ମକ୍ଷେତ୍ରର ସମସ୍ୟାକୁ ସରଳ ସମାଧାନ କରିବାରେ ସମର୍ଥ ହେବେ । ବ୍ୟବସାୟରେ ଲାଭ ମିଳିବ ।
ବିଶାଖା-ଦୀର୍ଘଦିନରୁ ଚିନ୍ତା କରିଥିବା ଜମିଜମା କାରବାର ସମ୍ପର୍କିତ କାମଟି ହୋଇଯିବ । ଅସୁବିଧାରେ ପଡିଥିବା ଲୋକଙ୍କୁ ସାହାଯ୍ୟ କରିବାର ସୁଯୋଗ ରହିଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ
ବିଛା-
ବିଶାଖା- ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।
ଅନୁରାଧା- କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି । ଯାତ୍ରାରେ ବିଳମ୍ବ ଘଟିପାରେ ।
ଜ୍ୟୋଷ୍ଠା- ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- କୌଣସି ବନ୍ଧୁଙ୍କ ଆର୍ଥିକ ସାହାଯ୍ୟ ଓ ସହଯୋଗରୁ ମାନସିକ ଅସ୍ଥିରତା ଦୂରେଇଯିବ। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ ।
ପୂ,ଷାଢା- ଚାକିରୀ କ୍ଷେତ୍ରରେ କାର୍ଯ୍ୟ କୌଣସି ଭୁଲ ହୋଇପାରେ । ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।
ଉ,ଷାଢା- ନିଜ ମାଲିକାନାରେ ଥିବା ସମ୍ପତିକୁ ହସ୍ତାନ୍ତର କରିପାରନ୍ତି । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ନିଜ ମନରେ ନକରାତ୍ମକ ଚିନ୍ତାକୁ ଆସିବାକୁ ଦିଅନ୍ତୁ ନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶନି ଦେବଙ୍କ ପୂଜାର୍ଚ୍ଚନା କରନ୍ତୁ
ମକର
ଉ, ଷାଢା- ପ୍ରିୟ ଲୋକମାନଙ୍କ ସହିତ ଆନନ୍ଦରେ ଦିନ କଟାଇବେ । ବ୍ୟବସାୟରେ ତ୍ୱରନ୍ତ ଫଇସଲା ଫଳପ୍ରଦ ହୋଇପାରେ । ଆପଣଙ୍କର ଅନ୍ତର ଆତ୍ମା ପ୍ରଖର ରହିବ ।
ଶ୍ରବଣା- ବିଭିନ୍ନ ଦିଗରୁ ଅର୍ଥ ଆୟ କରିବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ । ବିଦ୍ୟାର୍ଥୀ ପଢାକୁ ନେଇ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ ।
ଧନିଷ୍ଠା- କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ଅନ୍ୟକୁ ସାହାର୍ୟ୍ୟ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ଧନିଷ୍ଠା- ବ୍ୟବସାୟୀମାନେ ନୂଆ କାରବାର କରିବାର ସୁଯୋଗ ପାଇପାରିବେ ଏବଂ ବାକି ଦେଇଥିବା ଟଙ୍କା ଫେରି ପାଇବେ ।
ଅଳ୍ପ ପରିଶ୍ରମରେ ସଫଳତା ପାଇପାରିବେ । ପାରିବାରିକ ଜୀବନ ସୁଖଦ ହେବ । ଅଯଥା ଖର୍ଚ୍ଚାନ୍ତି ହୋଇପାରନ୍ତି ।
ଶତଭିଷା- ବେପାର ବୃତିରେ ସଫଳତା ହାସଲ କରିବେ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।
ପୂ,ଭାଦ୍ରପଦ- ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ କିନ୍ତୁ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ । ପ୍ରଶାସନିକ ସ୍ତରରେ କିମ୍ବା ପ୍ରକାଶନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ
ପୂ, ଭାଦ୍ରପଦ- ସ୍ୱାସ୍ଥ୍ୟ ଲାଗି ଖର୍ଚ୍ଚ କରିବେ । ପରିବାରରେ ଯେପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମନା କରିବା କଷ୍ଟକର ହୋଇପାରେ । ବ୍ୟବସାୟ, ପରିବହନ, କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ ।
ଉ, ଭାଦ୍ରପଦ- ରାଜନୀତିରେ ସାଧାରଣ କଥାକୁ କେନ୍ଦ୍ର କରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ ।
ରେବତୀ- ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସମ୍ପତିକୁ ସାମାନ୍ୟ ଝଗଡା ଲାଗିପାରେ । ଉପଯୁକ୍ତ ଯୋନଜା ଦ୍ୱାରା କ୍ୟାରିୟରରେ ପରିବର୍ତନ ଭବିଷ୍ୟତ ଲାଗି ଲାଭଦାୟକ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ
Rayagada Registration Reveals Odisha Link: ଆନ୍ଧ୍ର ବସ୍ ପୋଡି ଘଟଣାର ଓଡ଼ିଶା ଲିଙ୍କ୍, ବସଟି ରାୟଗଡା ପରିବହନ କାର୍ଯ୍ୟାଳୟରେ ହୋଇଥିଲା ପଞ୍ଜୀକୃତ

Satish Shah Passes Away: ଆଉ ନାହାନ୍ତି ବରିଷ୍ଠ ଅଭିନେତା ସତୀଶ ଶାହ, ଶୋକରେ ଭିଜିଲା ବଲିଉଡ୍

Odisha Braces for Cyclone ‘Montha’: ଓଡ଼ିଶାରେ ପ୍ରଭାବ ଦେଖାଇବ ବାତ୍ୟା 'ମୋନ୍ଥା', ୨୮ରେ କରିବ ଲ୍ୟାଣ୍ଡଫଲ୍

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)