Advertisment

Daily Horoscope 27th February 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ। ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗସ୍ତ ହୋଇପାରନ୍ତି। କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ ।

Horoscope

Horoscope Photograph: (OTV)

Advertisment

ମେଷ -

ଅଶ୍ୱନୀ- ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।  ଦୁର୍ଘଟଣା ଗସ୍ତ ହୋଇପାରନ୍ତି । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ
ଦ୍ୱିଜା- ଆୟିନି ସହାୟତା ସାଙ୍ଗକୁ ବିଦେଶ ଯାତ୍ରା କରି ପାରନ୍ତି । ମହିଳା ମାନେ ସୁଖସମୃଦ୍ଧି ପ୍ରାପ୍ତ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ
କୃତିକା- ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

Advertisment

ବୃଷ -

କୃତିକା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଦାମ୍ପତ୍ୟ ଜୀବନରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ
ରୋହିଣୀ- ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । 
ମୃଗଶିରା- ମହିଳା ମାନେ ଅନ୍ୟକୁ ସାହାର‌୍ୟ୍ୟ କରିବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଯାନବାହନ,ସଭସମିତି,ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ 

ମିଥୁନ -

ମୃଗଶିରା- ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ଆଦ୍ରା- ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ ।  ଜୀବିକା ଅର୍ଜନରେ ସଫଳତା ଲାଭ  ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରଶାସନ କ୍ଷେତ୍ରରେ ଶୁଭ ଫଳ ପାଇବେ
ପୁନର୍ବସୁ- ଚୋରି ହେବା ସମ୍ଭାବନା ରହିଛି । ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ 

Advertisment

କର୍କଟ -

ପୁନର୍ବସୁ- ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା,  ଖଣିଜପଦାର୍ଥ ଆଦି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ
ପୁଷ୍ୟା- ଆର୍ଥିକ  କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି  କ୍ଷେତ୍ରରେ ମନ ଅସ୍ଥିରତା ରହିବ 
ଅଶ୍ଲେଷା-ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ ।  ସମ୍ପତି ବଢାଇବାର ଯୋଜନା ସଫଳ ହେବ । ମହିଳା ମାନେ ଅଳ୍ପ ପ୍ରୟାସରେ  କାମ ପୂର୍ଣ୍ଣ କରିବେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା କରନ୍ତୁ

ସିଂହ -

ମଘା- ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ। ପାରିବାରିକ ଶାନ୍ତି ବୃଦ୍ଧି ପାଇବ ଏବଂ ସମସ୍ତ କାର‌୍ୟ୍ୟ ଶୁଭପ୍ରଦ ହେବ ।
ପୂ,ଫାଲଗୁନି- ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇ ପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ଉ,ଫାଲଗୁନି- ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ମହିଳା ମାନେ କରିଥିବା ଆଶା ପୂରଣ ହୋଇପାରେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ

Advertisment

କନ୍ୟା -

ଉ,ଫଳଗୁନି- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ ।  ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।  
ହସ୍ତା- ପିତାମାତାଙ୍କ ସହିତ ସାମାନ୍ୟ ମନୋମାଳିନ୍ୟ ଦେଖାଦେଇପାରେ ।  ଯେଉଁମାନେ ବିଦେଶୀ ବିଶ୍ୱବିଦ୍ୟାଳୟରେ ପଢିବାକୁ ଇଚ୍ଛା କରୁଛନ୍ତି ,ସେମାନେ ଆଡମିଶନ୍ ପାଇ ପାରିବେ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।
ଚିତ୍ରା-ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ । ବୈଜ୍ଞାନିକ ମାନେ ଗବେଷଣା କ୍ଷେତ୍ରରେ ଦୃତ ଅଗ୍ରଗତି କରିବେ । 
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ତୁଳା -

ଚିତ୍ରା- ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ । ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ ।
ସ୍ୱାତୀ- ଅଫିସ୍‌ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ ।  ଭାଷଣ ବାଜିରେ କ୍ରୋଧକୁ ଆୟତ୍ତ କରିବା ଉଚିତ୍ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ
ବିଶାଖା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି  ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ

ବିଛା -

ବିଶାଖା- ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ ।
ଅନୁରାଧା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ହେବ । ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଜ୍ୟେଷ୍ଠା- ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ବାକି ପଡିଥିବା ପାଉଣା ଫେରି ପାଇବେ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୁଖୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଧନୁ -

ମୂଳା- କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି।
ପୂ,ଷାଢା- କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ ।
ଉ,ଘାଢା- ମାଲିମକଦ୍ଦମା ଆପୋଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କିଛି ବିଶେଷ କାର‌୍ୟ୍ୟ ଅତି ଶୀଘ୍ର ପୂରଣ ହେବ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ମକର -

ଉ,ଷାଢା- ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିମାଣ ମିଳିବ ।
ଶ୍ରବଣା- ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।
ଧନିଷ୍ଠା- ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବା ସହିତ ସାସ୍କୃତିକ କାର୍ଯ୍ୟରେ ଲୋକପ୍ରିୟତା ଅର୍ଜନ କରିବେ ।  ସାମାଜିକ ସଂସାର କାମରେ ସହଯୋଗ କରିବେ । ମହିଳା ମାନଙ୍କର ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ହେତୁ ମନ ଉଦ୍‌ବିଗ୍ନ ରହିବ  
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

କୁମ୍ଭ -

ଧନିଷ୍ଠା- କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ । ସାମାଜିକ ସ୍ତରରେ ଗଠନମୂଳକ କାର‌୍ୟ୍ୟରୁ ପ୍ରଶଂସିତ ହେବେ।
ଶତଭିଷା- ମାନସିକ ଅସ୍ଥିରତା ରହିଥିଲେ ମଧ୍ୟ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ ।
ପୂ,ଭାଦ୍ରପଦ- ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ  ଯୋଜନା କରିପାରନ୍ତି ।  ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ

ମୀନ -

ପୂ,ଭାଦ୍ରପଦ- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।
ଉ,ଭାଦ୍ରପଦ- ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ଚାକିରି କ୍ଷେତ୍ରରେ ସୁନାମ ବୃଦ୍ଧି ଘଟିବ । ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବେ ।
ରେବତୀ- ଜମିଜମା କ୍ରୟ ବା ନୂତନ ଗୃହ ନିର୍ମାଣ କରିବେ ।  ଶତୃମାନେ ମଥାନତ କରିବେ । ମହିଳା ମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବେ । ଖେଳାଳି ମାନେ ସତର୍କ ରହିବା ଆବଶ୍ୟକ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗରିବ ଲୋକଙ୍କୁ ସହାୟତା କରନ୍ତୁ

Horoscope Today Daily Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ