Advertisment

Daily Horoscope 27th October 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ବ୍ୟବସାୟରେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ ।  ଆର୍ଥିକ ପରିସ୍ଥିତି ଉତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ ।

author-image
Deepak Acharya
undefined

Horoscope Photograph: (OTV)

ମେଷ-    
ଅଶ୍ୱନୀ- ବ୍ୟବସାୟରେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ ।  ଆର୍ଥିକ ପରିସ୍ଥିତି ଉତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । 
ଦ୍ୱିଜା-  ପୁରାତନ ରୋଗରୁ ଉପସମ ପାଇବେ । କର୍ମ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରଖି କୃତକାର‌୍ୟ୍ୟ ହେବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ ।       
କୃତିକା- ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସ୍ଥିତି ରହିପାରେ । ଘରୋଇ କଳହକୁ ନେଇ  ଜମିକୁ ଭାଗ କରି ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ
ବୃଷ
କୃତିକା  - ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ ।  ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର‌୍ୟ୍ୟରେ ବ୍ୟସ୍ତ ରହିବେ । ସମୟ ଏପରି ହେବ ଯେ ଦୁଇ ପଇସା ଜାଗାରେ ଛ ପଇସା ଖର୍ଚ୍ଚ କରିବାକୁ ପଡିବ ।
ରୋହିଣୀ – କୈାଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ । ଗୃହିଣୀଙ୍କ ଘରକାମରେ ଘର ଲୋକ ସାହାଯ୍ୟ କରିବେ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତ୍‌ସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ । 
ମୃଗଶିରା –ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ମନସ୍ଥାପରେ ସମୟ କଟାଇବେ ଓ ବିରକ୍ତି ଭାବ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମୃଗଶିରା- ଯୋଗାଯୋଗ ଅଭାବ ହେତୁ ସମ୍ପର୍କ ମଧ୍ୟରେ ଦୂରତା ରହିପାରେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ ।
ଆଦ୍ରା- କର୍ମ କ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇପାରନ୍ତି । ଭାଗ୍ୟର ପରିବର୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ।
ପୁନର୍ବସୁ- ଧନ ସମ୍ପତି ବୃଦ୍ଧି ହୋଇପାରେ । ପଡୋଶୀ ମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ । ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ
ପୁନର୍ବସୁ - ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ ।  ଅନ୍ୟମାନଙ୍କର କଥା ଓ କାର୍ଯ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ପୁଷ୍ୟା –  ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।
ଅଶ୍ଳେଷା -  ଆମଦାନି ବଢଇବାର ନୂଆ  ଯୋଜନ ମୁଣ୍ଡକୁ ଆସିପାରେ । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ ।  

Advertisment

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ମଘା- ଶାରୀରିକ ସୁସ୍ଥତା ଫେରି ଆସିବା ସହ ବନ୍ଧୁ ପରିଜନଙ୍କ ସ୍ନେହ,ଶ୍ରଦ୍ଧା ପାଇବେ ।  ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । 
ପୂ- ଫାଲ୍‌ଗୁନୀ- ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ର କରି ଉଚ୍ଚ ପ୍ରଶଂସିତ ହେବେ । ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । 
ଉ- ଫାଲ୍‌ଗୁନୀ- ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧    
ପ୍ରତିକାର – ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତୁ
କନ୍ୟା
ଉ , ଫାଲଗୁନୀ –  ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ ।  ସ୍ଥଗିତ କାମ ବନ୍ଧୁ ସାହାର‌୍ୟ୍ୟରେ ପୁରା କରିବେ  ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । 
ହସ୍ତା – ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକୁ ପରିବର୍ତନ କରିପାରନ୍ତି ।
ଚିତ୍ରା – ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି ।  ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ  
ତୁଳା-
ଚିତ୍ରା- ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ  ହେବେ । ନୂତନ କାର‌୍ୟ୍ୟକୁ ନେଇ ସେଥିରେ କୃତକାର୍ଯ୍ୟ ହେବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।
ସ୍ୱାତୀ- କାରବାରରେ ଆପଣଙ୍କୁ ପ୍ରଚୁର ଲାଭ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତୃ ଆପଣଙ୍କର କ୍ଷତି କରି ପାରନ୍ତି ।
ବିଶାଖା- ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବେ । ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ  ମନ୍ତ୍ର ପାଠ କରନ୍ତୁ
ବିଛା
ବିଶାଖା – ବ୍ୟବସାୟ ବିଷୟରେ ଭଲ କଥା କହିବେ ।  ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ ।  
ଅନୁରାଧା – କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଅବିବାହିତ ମାନଙ୍କ ପାଇଁ ବିବାହ ପ୍ରସ୍ତାବ ସ୍ତିରିକୃତ ହେବ ।
ଜ୍ୟେଷ୍ଠା  – ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ  ତୃତିୟ ବ୍ୟକ୍ତି ଲାଭବାନ୍ ହେବ ।  ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ମୂଳା- ପ୍ରେମ ସମ୍ପର୍କରେ  ମଧୁରତା ବଢିବ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ ।
ପୂ, ଷାଢା- କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା ପୁର୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ ।
ଉ,  ଷାଢା- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଅଧିକ ଖର୍ଚ୍ଚକରି ଭୂମିକ୍ରୟ କରିବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ମକର
ଉ , ଷାଢା -  ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ନିଜର ଦୋଷ ତୃଟି ସ୍ୱକାର କରିବେ ।
ଶ୍ରବଣା – ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ଛାତ୍ରଛାତ୍ରିଙ୍କ ଲେଖାପଢାରେ ବାଧା ଦୂର ହେବ । ମାନ ମର୍ଯ୍ୟାଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି ।  ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।
ଧନିଷ୍ଠା – ଆର୍ଥିକ ସ୍ଥିତିକୁ ନେଇ ମାନସିକ ଅସ୍ଥିରତା ବଢିପାରେ । ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ
ଧନିଷ୍ଠା- ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ତିରିକୃତ ହୋଇପାରେ । ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ ।
ଶତଭିଷା- ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ । ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ ।
ପୂ,  ଭାଦ୍ରପଦ- ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି ।  ଶିକ୍ଷାର୍ଥୀମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ ।  
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮    
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ
ପୂ , ଭାଦ୍ରପଦ - ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ ।
ଉ , ଭଦ୍ରପଦ -  ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ ।
ରେବତୀ –  ଅଫିସରେ କୈାଣସି ମହତ୍ୱ ପୂର୍ଣ୍ଣ କାର୍ଯ୍ୟ ମିଳିବ ।  ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

Horoscope
Advertisment
Related Articles
Advertisment