ମେଷ-
ଅଶ୍ୱନୀ- ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ଆଶା କରିଥିବା ଦିଗରୁ ଅର୍ଥ ଓ ସମ୍ମାନ ମିଳିବ । ଦୂର ସ୍ଥାନକୁ ଯିବାର ସୁଯୋଗ ପାଇବେ । ନିଦ୍ଧିଷ୍ଟ କାର୍ଯ୍ୟରେ କୃତକାର୍ଯ୍ୟ ହେବେ । ଭଲକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଆଣିବେ ।
ଦ୍ୱିଜା- ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ବହୁଦିନରୁ ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିପାରିବେ । ଆଇନ ସହୟତା ସାଙ୍ଗକୁ ବିଦେଶ ଯାତ୍ରା କରିବେ । ଆତ୍ମୀୟ ସୂଜନଙ୍କ ସାହାର୍ଯ୍ୟ ସହଯୋଗ ପାଇବେ।
କୃତିକା- ନିଜ ଲୋକଙ୍କ ବେଖାତିରି ମନୋଭାବ ମାନସିକ ଅଶାନ୍ତିର କାରଣ ହୋଇପାରେ । ଆପଣଙ୍କ ସ୍ଥିତି ବିପର୍ଯ୍ୟସ୍ତ ହୋଇପାରେ, ଏବଂ କୌଣସି ଅସ୍ୱାଭାବିକ ଘଟଣାରେ ସପୃକ୍ତ ରହିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।
ରୋହିଣୀ- ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ । ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ ।
ମୃଗଶିରା- ମହିଳା ମାନେ ଅନ୍ୟକୁ ସାହାର୍ଯ୍ୟ କରିବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ
ମିଥୁନ-
ମୃଗଶିରା- ନିଜର ଶକ୍ତି ଓ ସାମର୍ଥ ପାଇଁ ସୁନାମ ଅର୍ଜନ କରିବେ । କୈାଣସି ବଡ ଧରଣର ଯୋଜନା କାର୍ୟ୍ୟକାରୀ ହୋଇପାରେ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ ।
ଆଦ୍ରା- ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । ପାରିବାରିକ ସମସ୍ୟା ଘଟିଲେ ମଧ୍ୟ ଦୁଃସାହସିକ ପଦକ୍ଷପ ନେଇ ସମସ୍ୟାର ସମାଧାନ କରିବେ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ ।
ପୁନର୍ବସୁ- ପରୋକ୍ଷ ଶତୃତା ପ୍ରତି ସତର୍କ ରହିବା ଭଲ ରହିବ । ପିଲାମାନେ ପାଠ ପଢାରେ ଅଗ୍ରସର ହୋଇ ପାରନ୍ତି । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ପ୍ରେମ ସମ୍ପର୍କ ଭଲ ରହିବ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ ।
ପୁଷ୍ୟା- ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।
ଅଶ୍ଲେଷା- ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର୍ଯ୍ୟ ପାଇବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମାଛଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ-
ମଘା- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ଚାକିରିରେ କ୍ଷେତ୍ରରେ ଭଲ ଫଳ ପାଇବେ ।
ପୂ- ଫାଲ୍ଗୁନୀ- ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ଋତ ହେବେ । ପ୍ରତିକୂଳ ପରିସ୍ଥିତି ମଧ୍ୟ ଦେଇ ମଧ୍ୟ ପାରିବାରିକ ଦାୟିତ୍ୱ ସୂଚାରୁପେ ତୁଳାଇବେ । ବନ୍ଧୁତା ସୂତ୍ରରେ ଆବଦ୍ଧ ରହି କର୍ତବ୍ୟରେ ତ୍ରୁଟି ରହିବ ।
ଉ- ଫାଲ୍ଗୁନୀ- ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ସୃଜନଶୀଳତା ଓ ଧର୍ମକାର୍ଯ୍ୟରେ ବାଧାପ୍ରାପ୍ତ ଦେଖାଦେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ଉ,ଫଳଗୁନି- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାନିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।
ହସ୍ତା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ ।
ଚିତ୍ରା- କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ଯ୍ୟସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଚିତ୍ରା- ବୈବାହିକ ଜୀବନରେ ମଧୟରତା ଆସିପାରେ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ ।
ସ୍ୱାତୀ- ରାଜନୀତିରେ ସଫଳତା ପାଇ ପାରନ୍ତି । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି । ବହୁ ସମସ୍ୟା ସତ୍ୱେ ଉନ୍ନତି ପରିଲକ୍ଷିତ ହେବ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ଉପସ୍ଥିତି ବୃଦ୍ଧି ପ୍ରୟୋଗ କରି ସମସ୍ୟାର ସମାଧାନ କରିବେ ।
ବିଶାଖା- ଖୋଜୁଥିବା ଜିନିଷଟି ପାଇ ଆନନ୍ଦିତ ହେବେ । ଅଫିସରେ ଲାଗିରହିଥିବା ଅଶାନ୍ତିର ସମାପ୍ତି ହେବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କରନ୍ତୁ ।
ଅନୁରାଧା- ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।
ଜ୍ୟେଷ୍ଠା- ପିତୃପୁରୁଷଙ୍କ ସମ୍ପତ୍ତିରେ ବ୍ୟବସାୟ ଲାଭଜନକ ହୋଇପାରେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ରାଜନୀତି ମାମଲାରେ ଶୁଭ ସମାଚାର ମିଳିପାରେ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ।
ଧନୁ-
ମୂଳା- ପ୍ରେମ ଓ ସାଂସାରିକ ଜୀବନ ହସଖୁସିରେ କଟିବ । ନିଜ କାର୍ଯ୍ୟ ପାଇଁ ପ୍ରଂଶସିତ ହେବେ । ଅନୁଷ୍ଟାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ ।ପୂର୍ବ ଯୋଜନା ଅନୁସାରେ କାମ କରିବେ । ବାକି ପଡିଥିବା ଅର୍ଥକୁ କୈଶଳରେ ଆଦାୟ କରିବାକୁ ସମର୍ଥ ହେବେ ।
ପୂ, ଷାଢା-ସାମ୍ୱାଦିକତା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତି ପାଦିତ କରିବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ମଧୁର କଥା ଦ୍ୱାରା ଅନ୍ୟମାନଙ୍କୁ ଖୁସି କରିବେ । ବିବାଦିୟ ଘଟଣାରେ ବିଜୟଲାଭ କରିପାରନ୍ତି । ଅତ୍ୟଧିକ ଭାବପ୍ରବଣ ହୋଇ ଅସୁବିଧାରେ ପଡିପାରନ୍ତି ।
ଉ, ଷାଢା- ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ । ସାଂସାରିକ ସ୍ୱାଧିନତା ରହିବ । ଚାକିରିରେ ଆଶ୍ୱସ୍ତି ହୋଇପାରନ୍ତି । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ଉ,ଷାଢା- ପ୍ରଚୁର ତାଜା ଫଳ ଏବଂ ପନିପରିବା ଖାଇବାକୁ ଚେଷ୍ଟା କରନ୍ତୁ ଯାହା ଆପଣଙ୍କୁ ଶକ୍ତି ଦେବ । ଆପଣ ଦୀର୍ଘ ସମୟ କାମ କରିବାକୁ ସମର୍ଥ ହେବେ । ନୂତନ ବ୍ୟବସାୟରେ ଉତମ ରୋଜଗାର ହେବ ।
ଶ୍ରବଣା- ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ଧନିଷ୍ଠା- ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା,ସାହିତ୍ୟ ପ୍ରତି ଆଗ୍ରହ ବଢିବ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
କୁମ୍ଭ
ଧନିଷ୍ଠା- ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ ।
ଶତଭିଷା- ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ । ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ମହିଳା ମାନେ ଉତ୍ସାହିତ ରହିବେ ।
ପୂ, ଭାଦ୍ରପଦ- ଆର୍ଥିକ ସକଂଟ ଲାଗି ରହିଲେ ମଧ୍ୟ ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ସ୍ଥିର ମନ ନେଇ କାମ କରିଲେ ସମସ୍ୟାର ସମାଧାନ ହେବାର କାରଣ ଅଛି । ଆଜି ଆପଣଙ୍କ ସାମନାକୁ ନୂଆ ଅବସର ଆସିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ
ଉ,ଭାଦ୍ରପଦ- ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷରେ ଯିବ ନାହିଁ । ଶିକ୍ଷାର୍ଥୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ ।
ରେବତୀ- ଗୃହ ପାଳିତ ପଶୁ ଓ ଯାନ ବାହନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଧନଧାନ୍ୟ, ଭୂମି, ପ୍ରାପ୍ତିର ଯୋଗ ରହିଛି । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- “ଓଁ ବୁଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପାଠ କରନ୍ତୁ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)