Advertisment

Daily Horoscope 29th December 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ ।

undefined
Advertisment

ମେଷ-    
ଅଶ୍ୱନୀ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ ।  
ଦ୍ୱିଜା- ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । 
କୃତିକା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର -  ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ  
ବୃଷ-
କୃତିକା- ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଆଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥୀଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।
ରୋହିଣୀ- କର୍ତୁପକ୍ଷ ଆପଣଙ୍କୁ କୌଣସି  ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଆପଣ କୈାଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି ।
ମୃଗଶିରା- ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ସମ୍ପତି କିଣିବାର ଯୋଗ ରହିଛି । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬    
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ 
ମିଥୁନ-
ମୃଗଶିରା- ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ ।
ଆଦ୍ରା- ଅଫିସରେ କରିଥିବା କାମର ପର୍କ ମଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ , ବର୍ଗଙ୍କ ସହିତ ସଂଜବୁତ୍ ରହିବ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ ।
ପୁନର୍ବସୁ- ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ ।    
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗୋମାତାଙ୍କୁ ଖାଇବାକୁ ଦିଅନ୍ତୁ
କର୍କଟ-
ପୁନର୍ବସୁ- ନିଜ ମନରେ ନୂଆ ନୂଆ ବିଚାର ଆସିପାରେ । ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ । 
ପୁଷ୍ୟା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକରାତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।
ଅଶ୍ଲେଷା- ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ ।  ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । କ୍ରୀଡା,ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ
ସିଂହ-
ମଘା- ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ ।
ପୂ- ଫାଲ୍‌ଗୁନୀ- ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ  ରହିବ । ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ ।  ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି ।
ଉ- ଫାଲ୍‌ଗୁନୀ- ସରକାରୀ  ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଦୁର୍ଘଟଣାର ଶିକାର ହୋଇପାରନ୍ତି । କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ଉ,ଫଳଗୁନି- ପାରିବାରି ଜୀବନ ହସ, ଖୁସିରେ କଟିବ । ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । 
ହସ୍ତା- ପାରିବାରିକ ଜୀବନରେ ପତ୍ନୀ ପିଡା ସହ ସନ୍ତାନ ଲାଭର ଯୋଗ ରହିଛି । ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ ।
ଚିତ୍ରା- ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତ୍ୱକୁ ପ୍ରେରଣା ଦେବେ । ଅସ୍ଥିର ମନ ଯୋଗୁ କୌଣସି କାମ ଠିକ୍ ଭାବେ କରିପାରିବେ ନାହିଁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଚିତ୍ରା- ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କର୍ମଜିବୀ ମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉନ୍ନତି ଆସିପାରେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ ।
ସ୍ୱାତୀ- କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଶିକ୍ଷାର୍ଥୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । କ୍ରୀଡାକ୍ଷେତ୍ରରେ ଭଲ ସଫଳତା ପାଇବେ ।
ବିଶାଖା- ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞିତ ଅଭିଳାଷ ପୂରଣ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ 
ବିଛା-
ବିଶାଖା- ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ମନକୁ ଶାନ୍ତି ମିଳିବ । କର୍ମକ୍ଷେତ୍ରରେ ବିବାଦୀୟ ଚିନ୍ତାଧାରା ପାଇଁ ବ୍ୟସ୍ତବିବ୍ରତ ହୋଇପାରନ୍ତି । ଅନ୍ୟମାନେ ଫାଇଦା ହାସଲ ପାଇଁ ସମ୍ମୁଖରେ ପ୍ରଲୋଭନଯୁକ୍ତ କଥା କହି ପାରନ୍ତି ।
ଅନୁରାଧା- ଆଲୋଚନାର ଶେଷ ପର୍ଯ୍ୟାୟରେ ସହକର୍ମୀଙ୍କ ସହ ମନୋମାଳିନ୍ୟ ଯୋଗୁ ଉଦାସ ରହିବେ। ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ।
ଜ୍ୟେଷ୍ଠା- ସଭାସମିତିରେ ଆଲୋଚନା କାଳରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହିବା ଭଲ ହେବ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।    
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମନ୍ଦାର ଫୁଲକୁ ସୂର‌୍ୟ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ମୂଳା- ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।
ପୂ, ଷାଢା- ଜୀବନ ସାଥୀ କୋଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚର‌୍ୟ୍ୟ କରି ଦେବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ।
ଉ, ଷାଢା- ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
ଉ,ଷାଢା- ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ ପାଇଁ ଖର୍ଚ୍ଚାନ୍ତ ହେବେ । ବାଣିଜ୍ୟ ଓ ବ୍ୟବସାୟ, ପରିବହନ ତଥା ଲେଖାପଢ଼ା କ୍ଷେତ୍ରରେ ଶୁଭଫଳ ପାଇବେ ।
ଶ୍ରବଣା- ସରକାରୀ ସ୍ତରରେ ଅବହେଳିତ କାର‌୍ୟ୍ୟ ସକାଶେ ଅନୁତାପ କରିବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ। 
ଧନିଷ୍ଠା- ଭଲ ସମ୍ପର୍କ ଥିବା ବନ୍ଧୁ ନିଜ ସୁବିଧା ହାସଲକୁ ନେଇ ଅସୁବିଧାରେ ପକାଇପାରନ୍ତି। ଋଣ ପରିଶୋଧ କିମ୍ବା ଅର୍ଥ ସମ୍ପର୍କୀୟ ସମସ୍ୟାକୁ ସୁଧାରି ନେବାରେ କୌଣସି ଅସୁବିଧା ହେବ ନାହିଁ । ଦୂର ସ୍ଥାନରେ ଥିବା ଜମି କ୍ରୟ କରିପାନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮    
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ 
କୁମ୍ଭ
ଧନିଷ୍ଠା- ପ୍ରେମିକ ପ୍ରେମିକା ସଂପର୍କ ମଧୁର ରହିବ । ଧର୍ମ ଓ ସାଂସୃତିକ କାର‌୍ୟ୍ୟରେ  ଯୋଗଦାନ କରିବେ ।  ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।
ଶତଭିଷା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ ।
ପୂ,  ଭାଦ୍ରପଦ- ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳି ଅନୁଭବ କରିବେ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ  ଦିଅନ୍ତୁ
ମୀନ-
ପୂ,ଭାଦ୍ରପଦ- ପିଲାଙ୍କ ସଫଳତାକୁ ନେଇ ଖୁସି ହେବେ। ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ।  ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ
ଉ,ଭାଦ୍ରପଦ- କୌଣସି କ୍ଷେତ୍ରରେ ଆଜି ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ। ଦୂରଯାତ୍ରାରେ ଭ୍ରମଣ ହେତୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। 
ରେବତୀ- ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍ ସମୟରେ ଆସିବେ ଓ କାର୍ଯ୍ୟରେ ଯୋଗଦେବେ । ଛୋଟବଡ଼ ସମସ୍ୟାକୁ ଛାଡ଼ିଦେଲେ ଦିନଟି ଭଲରେ କଟିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

Advertisment
Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ