/odishatv-khabar/media/post_attachments/uploadimage/library/16_9/16_9_0/horoscope_1657768888.jpg)
ମେଷ-
ଅଶ୍ୱନୀ- ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି । ସନ୍ତାନଙ୍କ ପାଇଁ କୈାଣସି ମହତ୍ୱ ପୂର୍ଣ୍ଣ କାମ ହୋଇପାରେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ ।
ଦ୍ୱିଜା- ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାର୍ଯ୍ୟ ପାଇବେ । ରାଜନିତିରେ ପ୍ରବଳ ଲୋକ ସମର୍ଥନ ମିଳିବା ଫଳରେ ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ ।
କୃତିକା-ପରହାତ ଥିବା ସହଜରେ ପ୍ରାପ୍ତି ହେବା ଫଳରେ ସାଂସାରିକ ଜୀବନ ସୁଖମୟ ହେବ । ଦାଦବିବାଦ, ମାଲିମକଦ୍ଦମା ସଫଳତା ମିଳିବ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ବାଧା ଆସିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଚିନ୍ତା ମୁକ୍ତ ରହିବେ ।
ରୋହିଣୀ- ଆର୍ଥିକ ସହାୟତା ପାଇ ଅଫିସରେ କାମ କରିନେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।
ମୃଗଶିରା- ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିପାରେ । ମହିଳା ମାନେ ସଜବାଜରେ ଦିନ କଟିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମୃଗଶିରା- ଗାଡି ସତର୍କତାର ସହିତ ଚଳାଇବାକୁ ପଡିବ । ପରିବାରିରେ କୌଣସି ଏକ ଖୁସି ଖବର ଶୁଣିବେ । ବିଦେଶୀ ସମ୍ବନ୍ଧୀୟ ବ୍ୟବସାୟ ଅଭିବୃଦ୍ଧି ପାଇଁ ସୁଯୋଗ ରହିବ ।
ଆଦ୍ରା- କର୍ମ କ୍ଷେତ୍ରରେ ଖର୍ଚ୍ଚାନ୍ତ କାରଣରୁ ଆର୍ଥିକ ଚାପ ଦେଖାଦେଇ ପାରେ । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ଯ୍ୟ କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।
ପୁନର୍ବସୁ- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ପରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ ।
ପୁଷ୍ୟା- ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।
ଅଶ୍ଲେଷା- ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ । ମହିଳା ମାନେ ସତ୍ତସଙ୍ଗ ଓ ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ବିବାଦୀୟ ପରିସ୍ଥିତିକୁ ମନ ବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- ମାନସିକ ସ୍ତରରେ ଉନ୍ନତି ଆସିବ । ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି ।
ପୂ- ଫାଲ୍ଗୁନୀ- ରାଜନିତିରେ ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ଚାକିରିରେ ପ୍ରାଧ୍ୟନତା ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ମନ ଲଗାଇବେ ।
ଉ- ଫାଲ୍ଗୁନୀ- କୋର୍ଟକଚେରି ମାମଲାରେ ଲାଗିରହିଥିବା ଅଚଳାବସ୍ଥା ଦୂରିଭୂତ ହେବ । ମହିଳା ମାନଙ୍କର ଧାର୍ମିକ ଭାବନା ଉଦେୟ ହେବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ,ଫଳଗୁନି- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ ।
ହସ୍ତା- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ
ଚିତ୍ରା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧାଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ
ତୁଳା-
ଚିତ୍ରା- ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ । ସାମୟିକ ଭାବରେ ସଯ୍ୟାସାୟି ହୋଇ ପାରନ୍ତି । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ
ସ୍ୱାତୀ- ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରଶାସନ କ୍ଷେତ୍ରରେ ଶୁଭ ଫଳ ପାଇବେ ।
ବିଶାଖା- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ବ୍ୟବସାୟୀ ମାନେ ବିଶେଷ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ ।
ଅନୁରାଧା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।
ଜ୍ୟେଷ୍ଠା- ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ
ଧନୁ-
ମୂଳା- ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ । ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ ।
ପୂ, ଷାଢା- ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ । ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ । ଶିକ୍ଷାତ୍ରି ମାନେ ଅଧ୍ୟୟନ ରତ ରହିବେ ।
ଉ, ଷାଢା- ମାଲିମକଦମା ଆପୋଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ଉ,ଷାଢା- ପୁରୁଣା କାମ ପୂରା କରିବା ପାଇଁ ଦିନଟି ଭଲ ରହିବ । ପ୍ରଶଂସା ପ୍ରାପ୍ତିର ସୈାଭାଗ୍ୟ ଅର୍ଜନ କରିପାରନ୍ତି । ଦୀର୍ଘ ଦିନର ଅଭିଳାଷା ସାଙ୍ଗକୁ ଆର୍ଥିକ ଉନ୍ନତିର ମାର୍ଗ ସୁଗମ ହୋଇଯିବ ।
ଶ୍ରବଣା- ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।
ଧନିଷ୍ଠା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ
ଧନିଷ୍ଠା- ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ । କରିବେ କର୍ମକ୍ଷେତ୍ରରେ ସବୁ କାର୍ଯ୍ୟକୁ ନିଜ ହାତକୁ ନେଇ ଶେଷ କରିବେ ।
ଶତଭିଷା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । କର୍ମ ପାଇଁ ପ୍ରଶଂସିତ ହୋଇ ପାରନ୍ତି । ଛାତ୍ର ଛତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ । ପ୍ରେମ ସମ୍ପର୍କ ମଜବୁତ ରହିବ ।
ପୂ, ଭାଦ୍ରପଦ- କୋର୍ଟରେ ରାୟ ଆପଣଙ୍କ ସପୋର୍ଟରେ ଆସିପାରେ । ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ ।
ଉ,ଭାଦ୍ରପଦ- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ
ରେବତୀ- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ
Prashant Kishor in Trouble Before Polls: ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋର ଅଡୁଆରେ, ୨ଟି ଭୋଟର ପରିଚୟପତ୍ର ମାମଲାରେ ନିର୍ବାଚନ କମିଶନଙ୍କ ନୋଟିସ

Landfall Process: ମୋନ୍ଥାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ , ପବନର ବେଗ ୯୦ରୁ ୧୦୦ କିମି

Cyclone ‘Montha’ Brings Early Impact: ଲ୍ୟାଣ୍ଡଫଲ୍ ଆଗରୁ ଦକ୍ଷିଣ ଓଡ଼ିଶାରେ ‘ମୋନ୍ଥା’ର ତାଉ, ଆର.ଉଦୟଗିରିରେ ଧସିଲା ପାହାଡ଼

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)