/odishatv-khabar/media/media_files/uploadimage/library/16_9/16_9_0/Horoscope__1699593984-550765.jpg)
Horoscope Photograph: (OTV)
ମେଷ-
ଅଶ୍ୱନୀ- କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ । କର୍ମକ୍ଷେତ୍ରରେ ସମସ୍ୟା ନିରାକରଣ ପାଇଁ ଚେଷ୍ଟିତ ହେବେ । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ ।
ଦ୍ୱିଜା- ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ସୁଦୃଢ ରହିବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।
କୃତିକା- ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳା ମାନେ ଅର୍ଥଲାଭ କରିବେ । ମାଲିମକଦ୍ଦମାରେ ଜୟଯୁକ୍ତ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମହାଦେବଙ୍କ ପୂଜା କରନ୍ତୁ
ବୃଷ
କୃତିକା - ଜଣେ ବାଲ୍ୟ ବନ୍ଧୁଙ୍କ ସାହାର୍ୟ୍ୟରେ ଦୀର୍ଘ ଦିନର ଆଶା ପୁରଣ ହେବ । ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ ।
ରୋହିଣୀ – ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ଆଶା କରୁଥିବା କାମରେ ଟିକେ ଡେରିରେ ସଫଳତା ପାଇବେ ।
ମୃଗଶିରା – ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । ଜୀବନ ସାଥିଙ୍କ ସହିତ ସାମଞ୍ଜସ୍ୟ ବଜାୟ ରହିବ ।
ଆଦ୍ରା- ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଘରୋଇ କଂପାନୀରେ ଚାକିରି ମିଳିପାରେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ରାଜନିତିରେ ସତ୍ୟବାଦି ହେବେ । ଲେଖାପଢାରେ ଧନ ଅର୍ଜନ କରିବେ ।
ପୁନର୍ବସୁ- ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ
ପୁନର୍ବସୁ - ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟୋଜିତ ରହିବେ ।
ପୁଷ୍ୟା – ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ ଶିକ୍ଷାର୍ଥୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।
ଅଶ୍ଳେଷା - ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ମହିଳା ମାନେ କରିଥିବା ଆଶା ପୂରଣ ହୋଇପାରେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ଆପଣଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ
ସିଂହ-
ମଘା- ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବ୍ୟବସାୟରେ ସ୍ଥାୟୀ ରହିବା ପାଇଁ ଚେଷ୍ଟା କରିବେ । ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।
ପୂ,ଫାଲଗୁନି- ଜରୁରୀ କାମ ପୂରା କରିବାରେ ସଫଳ ହେବେ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ । ବିଦ୍ୟାର୍ଥୀ ମାନେ ପଢାପଢିରେ ଓ ପରିକ୍ଷାରେ କୃତକାର୍ଯ୍ୟ ହେବେ ।
ଉ,ଫାଲଗୁନି- ନୂଆ ଘର କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମୂଲ୍ୟବାନ୍ ଜିନିଷ ହଜି ଯିବାର ସମ୍ଭାବନା ରହିଛି । ସଭାସମିତିରେ ବନ୍ଧୁମିଳନ ଜନିତ ମନ ଖୁସି ରହିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର –ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତ
କନ୍ୟା
ଉ , ଫାଲଗୁନୀ – ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ତିରିକୃତ ହୋଇପାରେ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ ।
ହସ୍ତା – ରାଜନୀତି କ୍ଷେତ୍ରରେ ବିଜୟ ଲାଭ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ ।
ଚିତ୍ରା – ମାଲିମକଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କିଛି ବିଶେଷ କାର୍ଯ୍ୟ ଅତି ଶିଘ୍ର ପୂରଣ ହେବ । ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ତୁଳା-
ଚିତ୍ରା- ପେଟରେ ସାମାନ୍ୟ କଷ୍ଟ ଅନୁଭବ କରିବେ । କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ ।
ସ୍ୱାତୀ- ପ୍ରତିଯୋଗୀ ବ୍ୟପାରିଙ୍କ ତୃଟି ପାଇଁ ଆପଣ ଲାଭବାନ ହେବେ । ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ସରକାରୀ ପ୍ରୋତ୍ସାହନ ମିଳିପାରେ ।
ବିଶାଖା- ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷଣ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ
ବିଛା
ବିଶାଖା – ଶରୀର ଭଲ ରହିବ ସହିତ ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ ।
ଅନୁରାଧା – ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । କର୍ମ ପାଇଁ ପ୍ରଶଂସିତ ହୋଇ ପାରନ୍ତି । ଛାତ୍ର ଛତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ । ପ୍ରେମ ସମ୍ପର୍କ ମଜବୁତ ରହିବ ।
ଜ୍ୟେଷ୍ଠା – କୋର୍ଟରେ ରାୟ ଆପଣଙ୍କ ସପୋର୍ଟରେ ଆସିପାରେ । ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ । ଅଫିସରେ ସହଯୋଗୀ ଆପଣଙ୍କ ବିଚାର ଦ୍ଵାରା ପ୍ରଭାବିତ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ନୂଆ ପ୍ରକଳ୍ପ ଲାଗି ଆପଣଙ୍କ ମନରେ ବିଚାର ଆସିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଯୋଜନା ଆଣିବେ ।
ପୂ,ଷାଢା- ଆପଣଙ୍କର ଆତ୍ମ ବିଶ୍ୱାସ ସ୍ଥର ଉଚ୍ଚ ରହିବ । ପରିବାରର ସଦସ୍ୟଙ୍କ ସହିତ ଭଦ୍ର ଭାବରେ କଥା ହେବେ ଏବଂ ସହନଶୀଳତା ବଜାୟ ରଖିବେ । ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ ।
ଉ,ଷାଢା- ଲାଗି ରହିଥିବା ସବୁ କଷ୍ଟ ନିବାରଣ ହେବ । ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନାରୀ ମାନେ ସମାଜରେ ସମ୍ମାନ ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶନି ଦେବଙ୍କ ପୂଜା ପୂଜା କରନ୍ତୁ
ମକର
ଉ , ଷାଢା - ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍ଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ଶ୍ରବଣା – ରାଜନିତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସୁଫଳତା ପାଇବେ ।
ଧନିଷ୍ଠା – ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ମାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା- ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ ।
ଶତଭିଷା- ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନାକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ଆପଣଙ୍କ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ । ସମ୍ମାନିତ ଲୋକଙ୍କ ସହ ମିଶିବେ ।
ପୂ,ଭାଦ୍ରପଦ- ବନ୍ଧୁଙ୍କ ସହିତ ଠାକୁର ଦର୍ଶନ ପାଇଁ ମନ୍ଦିର ଯିବେ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ
ମୀନ
ପୂ , ଭାଦ୍ରପଦ - ମାନସିକ ସ୍ତରରେ ଉନ୍ନତି ଆସିବ । କାର୍ୟ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି ।
ଉ , ଭଦ୍ରପଦ - ରାଜନିତିରେ ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ଚାକିରିରେ ପ୍ରାଧାନ୍ୟତା ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ମନ ଲଗାଇବେ ।
ରେବତୀ – କୋର୍ଟକଚେରି ମାମଲାରେ ଲାଗିରହିଥିବା ଅଚଳାବସ୍ଥା ଦୂରିଭୂତ ହେବ । ମହିଳା ମାନଙ୍କର ଧାର୍ମିକ ଭାବନା ଉଦେୟ ହେବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ
Today Panchang 29th September 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

Dussehra Sale Storm: ଦଶରା ଘଡ଼ିରେ ଅଫର୍ କ୍ରେଜ୍, ସବୁଠି ହାଇ ଡିସକାଉଣ୍ଟ

City of Joy in Rhythm: ଧୁନୁଚି ଡ୍ୟାନ୍ସରେ ଦୁଲୁକୁଛି କୋଲକାତା, ଜମିଦାର ପରିବାରରେ ଭିନ୍ନ ଢଙ୍ଗରେ ଦୁର୍ଗାପୂଜା

Shock as 40+ Die Prematurely: ଅକାଳରେ ଚାଲିଗଲା ୪୦ରୁ ଅଧିକ ଜୀବନ, ଷଡଯନ୍ତ୍ର ଅଭିଯୋଗ ଆଣି ହାଇକୋର୍ଟରେ ଟିଭିକେ

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)