Advertisment

Daily Horoscope 2nd December 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର‌୍ୟ୍ୟଦା ପ୍ରାପ୍ତ ହୋଇପାରେ । ସାଂସାରିକ ଜୀବନରେ ଚିନ୍ତିତ ରହିପାରନ୍ତି । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।

author-image
Deepak Acharya
undefined

Horoscope Photograph: (OTV)

ମେଷ-
ଅଶ୍ୱନୀ- ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର‌୍ୟ୍ୟଦା ପ୍ରାପ୍ତ ହୋଇପାରେ । ସାଂସାରିକ ଜୀବନରେ ଚିନ୍ତିତ ରହିପାରନ୍ତି । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।
ଦ୍ୱିଜା- ରାଜନୀତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସଙ୍ଗଲାଭରୁ ଉଚ୍ଚ ସମ୍ମାନ ଓ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି ।
କୃତିକା- ଘରକୁ ଜିନିଷ କିଣି  ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ  ରହିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ   
ବୃଷ-
କୃତିକା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ପିଲାମାନଙ୍କ କାର୍ଯ୍ୟକଳାପ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଆପଣ ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲ୍ଲଭ ହେବ।
ରୋହିଣୀ- ନୂତନ ବ୍ୟବସାୟ ଆରମ୍ଭ କରିି, ମାତ୍ର ମୂଳଧନ ବିନିଯୋଗରେ  ସାମାନ୍ୟ ଲାଭ ଦେଖାଦେବ । ରାଜନୀତି କ୍ଷେତ୍ରରେ ସମସ୍ୟା ସୁଧାର ନେବି । ଅନ୍ୟ ମନସ୍କ ହେତୁ ପାଠପଢାରେ ମନ ଲାଗିବ ନାହିଁ । 
ମୃଗଶିରା- ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ କଟିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ 
ମିଥୁନ-
ମୃଗଶିରା- ସନ୍ଦେହ ଓ ଭୁଲ ବୁଝାମଣା ହେତୁ ପରିବାରରେ କ୍ରମାଗତ ଭାବେ ସମସ୍ୟା ଲାଗି ରହିପାରେ । ବ୍ୟବସାୟ, ବାଣିଜ୍ୟ ରେ ପ୍ରତିବନ୍ଧକ ସୃଷ୍ଟି ହେବାର ଆଶଙ୍କା ରହିଛି । ସ୍ନାୟବିକ ଦୁର୍ବଳତା ଦେଖାଦେଇପାରେ ।
ଆଦ୍ରା- ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ ।  ପିଲାମାନଙ୍କ ପାଠପଢାକୁ ନେଇ ଖୁସି ରହିବେ । ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇପାରେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଂଶସିତ ହେବେ ।
ପୁନର୍ବସୁ- ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ । ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଦାମ୍ପତ୍ୟ ଜୀବନରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ ।
ପୁଷ୍ୟା- ବାଣିଜ୍ୟ କାରବାରରେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ ।
ଅଶ୍ଲେଷା- ଶିକ୍ଷା କ୍ଷେତ୍ରରେ ପରିଣାମ ଅନୁକୂଳ ହେବା ଫଳରେ ବିଦ୍ୟାରେ ଉନ୍ନତି କରିବେ । ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ
ସିଂହ-
ମଘା- ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୈାଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ୍ ହେବେ ।
ପୂ,ଫାଲଗୁନି- ଆପଣ ଅନେକ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ପାଇଁ ନିଜର ଜ୍ଞାନକୁ ବ୍ୟବହାର କରିବେ । ପିଲାମାନଙ୍କ ସହିତ ଜଡିତ କିଛି କଥାରେ ସଫଳତା ଆଣିବ । ବିଦେଶୀ ବାଣିଜ୍ୟ ସହିତ ଆପଣଙ୍କର ସଂଯୋଗ ରହିବ ।
ଉ,ଫାଲଗୁନି- ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି ।  ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ଉ,ଫଳଗୁନି- ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟ ଉତ୍ସାହପୂର୍ଣ୍ଣ ହେବ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ ।
ହସ୍ତା- ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ
ଚିତ୍ରା- ଶିକ୍ଷାକ୍ଷେତ୍ରରେ ଆଶାଜନକ ଭାବେ ଫଳ ପାଇବେ । ଜେଲରୁ ଜାମିନ୍ ମିଳିପାରେ । ଆଶାଜନକ ଦିଗରୁ ଅର୍ଥାଗମରେ ସୁବିଧା ଘଟିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା- 
ଚିତ୍ରା- ନାନା ଚିନ୍ତାରେ ମାନସିକ ଅସ୍ଥିରତା ବଢିପାରେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ଶତୃମାନଙ୍କର କ୍ରୋନ୍ତରୁ ଅଳ୍ପକେ ରକ୍ଷା ପାଇବେ ।
ସ୍ୱାତୀ- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଭଗବାନ୍‌କୁ ଆରଧନା ଦ୍ୱାରା ମନସ୍କାମନା ପୂରଣ ହେବ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।
ବିଶାଖା- ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ । ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ  ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିମାଣ ମିଳିବ ।
ଅନୁରାଧା- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକ୍‌ଠିକ୍ ହୋଇଯିବ । ନୂତନ କାର୍ଯ୍ୟ ଆରମ୍ଭ କରି, ତାହା ଶେଷ କରିବାରେ ସମର୍ଥ ହେବେ ।
ଜ୍ୟେଷ୍ଠା- ଦୁର୍ଘଟଣାର ବିଶେଷ ଭୟ ନାହିଁ, ତଥାପି ସାବଧାନ ରୁହନ୍ତୁ । ସରକାରୀ କ୍ଷେତ୍ରରେ ମନୋନୀତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ । ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯  
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ ।  ଆଧ୍ୟାତ୍ମିକ ଆଲୋଚନାରେ ସମୟ ବିତାଇବେ । ନିଜର ଦୋଷ ତୃଟି ସ୍ୱକାର କରିବେ
ପୂ,ଷାଢା- ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ ।  ମହିଳା ମାନେ ଉଚ୍ଚମନା ରହିବେ । ମନୋରଞନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।
ଉ,ଷାଢା- ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୈାଣସି କାର‌୍ୟ୍ୟରେ ସଫଳତାରେ ବିଘ୍ନ ଆସିପାରେ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର-
ଉ,ଷାଢା- ପାରବାରିକ ଜୀବନରେ ଆବଶ୍ୟକ ସ୍ଥଳେ ଛଳନାର ଆଶ୍ରୟ ନେଇ ,ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ଅନ୍ୟମାନେ ଆପଣଙ୍କୁ ଭୁଲ୍ ବୁଝିପାରନ୍ତି କିନ୍ତୁ ଠିକ୍ ସିଦ୍ଧାନ୍ତ ଯୋଗୁ କାର୍ଯ୍ୟ ଉତମ ହେବ ।
ଶ୍ରବଣା- ଚାକିରି କ୍ଷେତ୍ରରେ ଭଲ କାମ କରି ପ୍ରଶଂସାର ପାତ୍ର ହେବେ ।  ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ଖଟି ନିଜର ଭାବ ମୂର୍ତିକୁ ବଜାୟ ରଖିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ ।
ଧନିଷ୍ଠା- ଶତୃ ମାନଙ୍କ ଚକ୍ରାନ୍ତ ଓ କାର୍ଯ୍ୟ କଳାପ ଆପଣଙ୍କୁ ଦୁଃଖି କରିପାରେ । ବାଦବିବାଦ ସୃଷ୍ଟି ହୋଇ ପରେ ସମାଧାନ ହୋଇଯିବ । ମହିଳା ମାନଙ୍କୁ ନୂଆ ଚାକିରିର ସୁଯୋଗ ମିଳିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର –  ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଧନିଷ୍ଠା- ପାରିପାରିକ ଜୀବନ ସୁଖମୟ ହୋଇପାରେ । ଦୀର୍ଘଦିନରୁ ଭାଙ୍ଗିପଡିଥିବା କୈାଣସି ସଂପର୍କ ପୁନଃ ପ୍ରତିଷ୍ଠିତ ହେବ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ ।
ଶତଭିଷା- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ । 
ପୂ,ଭାଦ୍ରପଦ- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ନିଜ ଜିନିଷ କେଉଁଠି ରଖି  ପାସୋରି ଯିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ବନ୍ଧୁ ମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ ।
ଉ,ଭାଦ୍ରପଦ- ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ଚାକିରି କ୍ଷେତ୍ରରେ ସୁନାମ ବୃଦ୍ଧି ଘଟିବ । ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବେ । 
ରେବତୀ- କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସହିତ ମତାନ୍ତର ଫଳରେ ସେମାନେ ଆପଣଙ୍କୁ ବିରୁଦ୍ଧାଚରଣ କରିବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ମହିଳା ମାନଙ୍କର କାହା ସହିତ ତାଳମେଳ ରହିବ ନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

Advertisment
Horoscope
Advertisment
Related Articles
Advertisment