/odishatv-khabar/media/media_files/2026/01/02/horoscope-2026-01-02-08-33-02.jpg)
Horoscope Photograph: (OTV)
୦୪.ରବିବାର
ମେଷ-
ଅଶ୍ୱନୀ- ବିବାହିତ ଜୀବନରେ ପ୍ରେମ ଏବଂ ଆକର୍ଷଣର ପରିସ୍ଥିତି ଦେଖାଯିବ । ଆପଣ ନିଜ ସ୍ୱାସ୍ଥ୍ୟ ପ୍ରତି ସତର୍କ ରହିବା ଆବଶ୍ୟକ । ବ୍ୟବସାୟରେ ପରିବର୍ତ୍ତନ ଆଣିବା ସହିତ କିଛି ନୂତନ ବ୍ୟବସାୟ ମଧ୍ୟ ଆରମ୍ଭ କରିପାରନ୍ତି
ଦ୍ୱିଜା- କର୍ମକ୍ଷେତ୍ରରେ ସହକର୍ମୀମାନେ କୌଶଳ କରି ଆପଣଙ୍କ ଠାରୁ କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ ।
କୃତିକା- କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ । ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିପାରନ୍ତି ।
ରୋହିଣୀ- ସାମାଜିକ ସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ବ୍ୟବସାୟରେ ସହରକୁ ଯାଇ ପାରନ୍ତି ।
ମୃଗଶିରା- ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ-
ମୃଗଶିରା- ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ଚାକିରୀ କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମି ମାନେ ବିରୋଧ କରିପାରନ୍ତି । ଉପରିସ୍ଥ ବୁଦ୍ଧି ଅନ୍ୟକୁ ଆପଣାର କରିବାରେ ସାହାଯ୍ୟ କରିବ ।
ଆଦ୍ରା- ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ର ଛାତ୍ରୀମାନଙ୍କ ଆଶା ଶେଷରେ ପୂରଣ ହେବ
ପୁନର୍ବସୁ- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ମନୋରଞନ କାର୍ୟ୍ୟରେ ଅଶାନ୍ତି ଉପୁଜିବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦତ୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ପ୍ରେମ ସମ୍ପର୍କରେ ମଧୁରତା ବଢିବ । ଅଫିସ କାମ ମନ୍ଥର ଗତିରେ ପୂରା ହେବ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ ।
ପୁଷ୍ୟା- ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ ମାତ୍ର ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ ।
ଅଶ୍ଲେଷା- ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି । ଶିକ୍ଷାତ୍ରି ମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- ଆୟ ଅପେକ୍ଷା ବ୍ୟୟ ବଢିପାରେ । ନିଜ କାର୍ଯ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ
ପୂ,ଫାଲଗୁନି- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ଅନ୍ୟର ସାହାଯ୍ୟ ସମର୍ଥନରେ ଲକ୍ଷ୍ୟ ହାସଲ କରିପାରିବେ
ଉ,ଫାଲଗୁନି- ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ । ମନରେ ନୂଆ ଆଶା ସୃଷ୍ଟି ହେବ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ଉ,ଫଳଗୁନି- ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । ଆର୍ଥିକ କ୍ଷେତ୍ରରେ ଲାଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।
ହସ୍ତା- ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ । ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ ।
ଚିତ୍ରା- ଅଧିକ ଖର୍ଚ୍ଚକରି ଭୂମିକ୍ରୟ କରିବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ
ତୁଳା-
ଚିତ୍ରା- ଭାଗୀଦାରୀ ବ୍ୟବସାୟୀଙ୍କ ସହ ସମନ୍ୱୟ ଭଲ ରହିବ । ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି
ସ୍ୱାତୀ- ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ
ବିଶାଖା- କାହାରି ଆଗରେ ଗୋପନୀୟ କଥା ଆଲୋଚନା କରନ୍ତୁ ନାହିଁ । ବାପା , ମାଙ୍କ ପରାମର୍ଶ ନିଅନ୍ତୁ ଭଲ ହେବ । ଜୀବନରେ ନୂଆ ସଂକେତ ମିଳିପାରେ । କୃଷିଜୀବୀଙ୍କୁ ଲାଭ ମିଳିପାରେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । ଭାତୃ ବିବାଦରୁ ଦୂରେଇ ଯିବ । ପରିବାରରେ ଗୁରୁଜନମାନେ ସନ୍ତାନ ମାନଙ୍କୁ ନେଇ ଚିନ୍ତା କରିପାରନ୍ତି । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେବା ଆବଶ୍ୟକ ।
ଅନୁରାଧା- ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ । ଲକ୍ଷ୍ୟ ହାସଲରେ ସମର୍ଥ ହେବେ ଓ ସଫଳତା ମଧ୍ୟ ପାଇବେ ।
ଜ୍ୟେଷ୍ଠା- ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସ୍ଥିତି ରହିପାରେ । ଘରୋଇ କଳହକୁ ନେଇ ଜମିକୁ ଭାଗ କରି ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ
ମକର-
ଉ,ଷାଢା- ଯୋଗାଯୋଗ ଅଭାବ ହେତୁ ସମ୍ପର୍କ ମଧ୍ୟରେ ଦୂରତା ରହିପାରେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ
ଶ୍ରବଣା- ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ
ଧନିଷ୍ଠା-- ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ । ଅପ୍ରତ୍ୟାଶିତ ସମ୍ପତ୍ତି ମିଳିବାର ସୂଚନା ଅଛି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର୍ଯ୍ୟଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରୀଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ପାଇବ । ସରକାରଙ୍କ ତରଫରୁ ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ ।
ପୂ,ଷାଢା- ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂସ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ । ଯାନବାହନ, ବ୍ୟବସାୟରେ ସଫଳତା ଲାଭ କରିବେ ।
ଉ,ଷାଢା- ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ । ଋାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଉପାର୍ଜନ ପାଇଁ ନୂଆ ପ୍ରସ୍ତୁତ ଯୋଜନା କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କୁମ୍ଭ-
ଧନିଷ୍ଠା- ନିଜର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । କର୍ମ କ୍ଷେତ୍ରରେ କୌଣସି କାର୍ୟ୍ୟ ଆପଣଙ୍କୁ କ୍ଷତି ପହଞ୍ଚାଇପାରେ ।
ଶତଭିଷା- ପୁତ୍ର କନ୍ୟା ମାନଙ୍କର ଆଚରଣ ଆପଣଙ୍କୁ ଆଘାତ ଦେଇପାରେ । ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ
ପୂ,ଭାଦ୍ରପଦ- କୈାଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ । ଅନିଛା ସତ୍ତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି । ରାଜନୀତି କ୍ଷେତ୍ରରେ ବହୁତ୍ ଉପରକୁ ଯାଇ ପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଶାମି ଗଛ ତଳେ ସୋରିଷ ତେଲରେ ଏକ ଦୀପ ଜାଳନ୍ତୁ
ମୀନ-
ପୂ,ଭାଦ୍ରପଦ- ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ବନ୍ଧୁଙ୍କ ସହେଯାଗରେ କେତେକ ସମସ୍ୟାର ସମାଧାନ ହେବ ।
ଉ,ଭାଦ୍ରପଦ- ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ର କରି ଉଚ୍ଚ ପ୍ରଶଂସିତ ହେବେ । ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।
ରେବତୀ- ଧନ ସମ୍ପତ୍ତି ବୃଦ୍ଧି ହୋଇପାରେ । ପଡୋଶୀ ମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ । ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କୈାଣସି ବ୍ରାହ୍ମଣର ସେବା କରନ୍ତୁ
Today Panchang 2nd January 2026: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Social Media Storm: ସଚିନଙ୍କ ଲାଡଲୀ ପିଉଛନ୍ତି ବିୟର ! ଭାଇରାଲ୍ ହେଉଛି ଭିଡିଓ

Road to 2026:୨୦୨୬ରେ କେଉଁ ଦଳ ପାଇଁ କ’ଣ ବଡ଼ ଚାଲେଞ୍ଜ, ବିଜେଡିରେ ଉତ୍ତରାଧିକାରୀକୁ ନେଇ ବିଦ୍ରୋହ

2026 Test for State Government: ରାଜ୍ୟ ସରକାରଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ, ନୂଆ ମୁଖ୍ୟ ସଚିବଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୧୫ ଟାସ୍କ

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)