Advertisment

Daily Horoscope 2nd March 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ପରିସ୍ଥିତିବଶତଃ କଠୋର ବାକ୍ୟାଳାପରୁ ଦୂରେଇ ରହିବା ଭଲ। ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲାରେ ସମର୍ଥ ହେବେ । ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ପ୍ରତିପଦକ୍ଷେପରେ ବାଧା ସୃଷ୍ଟି କରିପାରେ।

undefined
Advertisment

ମେଷ-
ଅଶ୍ୱନୀ- ପରିସ୍ଥିତିବଶତଃ କଠୋର ବାକ୍ୟାଳାପରୁ ଦୂରେଇ ରହିବା ଭଲ। ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲାରେ ସମର୍ଥ ହେବେ । ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ପ୍ରତିପଦକ୍ଷେପରେ ବାଧା ସୃଷ୍ଟି କରିପାରେ।
ଦ୍ୱିଜା- କୌଣସି ଜିନିଷଟି ପାଇଁ ସହକର୍ମୀଙ୍କ ମଧ୍ୟରେ ତର୍କ ଓ ବିବାଦ ବଢ଼ିପାରେ। ଦୀର୍ଘଦିନର ଆଶା ଫଳବତୀ ହେବା ସୂଚନା ପାଇ ମନ ପ୍ରଫୁଲ୍ଲ ହୋଇଯିବ। ଆକସ୍ମିକ ଭାବରେ ଶତ୍ରୁମାନେ ମିତ୍ରଭାବ ପୋଷଣ କରିବାର ଅନୁଭବ କରିବେ।
କୃତିକା- କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ । ବିବାଦୀୟ ସ୍ଥିତି, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟ ଲାଭ ନିଶ୍ଚିତ। ଦୀର୍ଘଦିନରୁ ଲାଗିରହିଥିବା ମାଲିମକଦ୍ଦମାର ଫଇସଲା ସମ୍ଭାବନା ରହିଛି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର -  ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

Advertisment

ବୃଷ-
କୃତିକା- ସ୍ୱାସ୍ଥ୍ୟ ସମ୍ବନ୍ଧିତ କିଛି ସମସ୍ୟା ମଧ୍ୟ ଦେଖା ଦେଇପାରେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତା କରିବେ ।
ରୋହିଣୀ- ଗୃହିଣୀଙ୍କ ଘର କାମରେ ଘର ଲୋକ ସାହାର୍ଯ୍ୟ କରିବେ । ବିଦ୍ୟାର୍ଥୀମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି ।
ମୃଗଶିରା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ 

ମିଥୁନ-
ମୃଗଶିରା- ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇବେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉନ୍ନତ ଫଳ ପ୍ରାପ୍ତି ହୋଇପାରେ। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ଆଦ୍ରା- ଉପର ମନରେ ମିତ୍ରଭାବ ଦେଖାଉଥିବା ବନ୍ଧୁମାନେ ପଛରେ ସରଳତାର ସୁଯୋଗ ଲାଭରେ ରହିବେ। ସାମାଜିକ ସ୍ତରରେ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତ ହେବେ। ସାଧାରଣ କଥାରେ ପଡ଼ୋଶୀଙ୍କ ସହ ମନାନ୍ତର ଦେଖା ଦେଇପାରେ।
ପୁନର୍ବସୁ- କୌଣସି ଧର୍ମକାର୍ଯ୍ୟ, ଆନୁଷ୍ଠାନିକ କାମ, କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ର ସମସ୍ୟାର ସରଳ ସମାଧାନ ହୋଇଯିବ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ସବୁ ଠିକ୍ ହୋଇଯିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

Advertisment

କର୍କଟ-
ପୁନର୍ବସୁ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାର‌୍ୟ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ ।
ପୁଷ୍ୟା- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ  ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ ।
ଅଶ୍ଲେଷା- ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ସିଂହ-
ମଘା- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଲୋକପ୍ରିୟତା ରହିଥିବାରୁ କଠିନତର କାମକୁ ମଧ୍ୟ ସହଜରେ କରିପାରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ କାର୍ଯ୍ୟ ହାସଲ ପୂର୍ବକ ଉପକୃତ ହେବେ।
ପୂ,ଫାଲଗୁନି- କର୍ମକ୍ଷେତ୍ରରେ ସମାଲୋଚିତ ହେଲେ ମଧ୍ୟ ସତ କହିବାକୁ କଦାପି ପଛେଇ ରହି ପାରିବେ ନାହିଁ। ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କଳା, ସାହିତ୍ୟ, ନୃତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।
ଉ,ଫାଲଗୁନି- ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ। ବନ୍ଧୁ ପରିଜନଙ୍କ ସହିତ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ। କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ 

Advertisment

କନ୍ୟା-
ଉ,ଫଳଗୁନି- ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ପ୍ରେମିଯୁଗଳ ଏକାନ୍ତରେ ସମୟ କାଟିବେ ।
ହସ୍ତା- ପ୍ରତିଯୋଗୀତାରେ ସଫଳ ହେବେ । ଉଚ୍ଚ ଶିକ୍ଷା ପାଇଁ ଭଲ ସୁଯୋଗ ପାଇବେ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ ।
ଚିତ୍ରା- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।  ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ମିଠା ଖାଇ ଘରୁ ବାହରନ୍ତୁ

ତୁଳା-
ଚିତ୍ରା- ସ୍ବାସ୍ଥ୍ୟ ପାଇଁ ପ୍ରତିକୂଳ ପ୍ରଭାବ ସୃଷ୍ଟି କରିପାରେ। ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ପାରିବାରିକ କ୍ଷେତ୍ରରେ ସହମତି ଭିତ୍ତିରେ କାମ କରିବା ଭଲ।
ସ୍ୱାତୀ- ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ । ଅଫିସ୍ କାମରେ ଅବହେଳା ଦେବାକୁ ପଡ଼ିପାରେ। 
ବିଶାଖା- ଅପୂରଣୀୟ ଆଶା, ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି। ସବୁ କିଛି  ଭୁଲି ଅନ୍ୟମାନଙ୍କୁ ଆପଣେଇନେବେ। କଥା ଓ କାମରେ ଫରକ ରହିଲେ ମଧ୍ୟ ମୁହଁ ସାମ୍ନାରେ  କହିପାରିବେ ନାହିଁ। 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ବିଶାଖା- ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ସାମାନ୍ୟ ଚିନ୍ତା ଦେଖାଦେବ। କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ  ନିଷ୍ପତି  ନେଇ ସଫଳ  ହେବେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ
ଅନୁରାଧା- କାର୍ଯ୍ୟଦକ୍ଷତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ ।
ଜ୍ୟେଷ୍ଠା- ଆୟରଉତ୍ସ ବୃଦ୍ଧି ପାଇବା ଫଳରେ, ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଧନୁ-
ମୂଳା- ଦୁଃସ୍ଥ ପରିବେଶରେ ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମନ ଭଲ ରହି ନ ପାରେ।
ପୂ,ଷାଢା- ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିବାର ସୂଚନା ରହିଛି। ଛାତ୍ରୀ ମାନେ ପଢାରେ ଆଗକୁ ଯିବେ ।
ଉ,ଷାଢା- ଅନ୍ୟମନସ୍କ ଜନିତ କୌଣସି ଭୁଲ୍ କାମକରି ଅନୁତପ୍ତ ହେବାକୁ ପଡ଼ିପାରେ। ପଦପଦବୀ ଲାଭ ସାଙ୍ଗକୁ ଲକ୍ଷ୍ୟ ହାସଲ ଦିଗରେ ଆଗେଇ ଚାଲିବେ । ସାହିତ୍ୟ ଚର୍ଚ୍ଚା, ମନୋରଞ୍ଜନ, ପ୍ରଶାସନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

କର-
ଉ,ଷାଢା- ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ଘରକୁ ବନ୍ଧୁ ଆସିପାରନ୍ତି କ୍ଷ  କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ କ୍ଷ  କାରବାରରେ ଆପଣଙ୍କର ବହୁତ ଲାଭ ହେବ।
ଶ୍ରବଣା- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ କ୍ଷ ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ଅଫିସ କାମରେ ବ୍ୟସ୍ତ ରହି ପାରନ୍ତି । 
ଧନିଷ୍ଠା- ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

କୁମ୍ଭ-
ଧନିଷ୍ଠା- ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ । ବିଭିନ୍ନ ପ୍ରକାର ସୁଖ ଓ ବିଳାସବ୍ୟସନ ଦିଗକୁ ମନ ଚାହିଁବ। ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ। 
ଶତଭିଷା- ବିଳମ୍ବିତ ସମୟରେ ଅପେକ୍ଷା କରିଥିବା ଖବରଟି ପାଇବେ। ଅର୍ଥ ସମ୍ପର୍କ ଓ ଜମିବାଡ଼ିକୁ ନେଇ ଭ୍ରାତୃ ବିବାଦ ଦେଖାଦେଇପାରେ। ପ୍ରତିଯୋଗିତା, ବ୍ୟବସାୟ ବାଣିଜ୍ୟ, ମକଦ୍ଦମା ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ ।
ପୂ,ଭାଦ୍ରପଦ- ହଠାତ୍ କୈାଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ। ଲେଖାପଢ଼ା ତଥା ପ୍ରକାଶନ ଓ ପ୍ରଶାସନ କ୍ଷେତ୍ରରେ ଶୁଭଫଳ ପାଇବେ। ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ 

ମୀନ-
ପୂ,ଭାଦ୍ରପଦ- ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ରୋଗରେ କଷ୍ଟ ପାଇବେ ।
ଉ,ଭାଦ୍ରପଦ- ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ସରକାରୀ କାମରେ ସଫଳତା ପାଇବେ । ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ରେବତୀ- ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଘରକୁ ସଜାଡିବାରେ ବହୁତ ସମୟ ନେଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ