/odishatv-khabar/media/post_attachments/uploadimage/library/16_9/16_9_0/Horoscope_1654136926.jpg)
ମେଷ
ଅଶ୍ୱନୀ – ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟାବସାୟୀ ମାନଙ୍କର ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ପାରିବାରିକ ସମସ୍ୟାକୁ ନେଇ ମାନସିକ ଅଶାନ୍ତି ଲାଗି ରହିପାରେ ।
ଦ୍ୱିଜା – ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ଆର୍ଥିକ ସଂକଟ ରହିଥିଲେ ମଧ୍ୟ ସରକାରୀ ସ୍ତରରୁ ସାହାଯ୍ୟ ନିଶ୍ଚିତ ପାଇବେ ।
କୃତିକା – ଗୃହ ସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ସାମାଜିକ ସଂସାର କାମରେ ସହଯୋଗ କରିବେ । ଛୋଟ ଛୋଟ କଥାକୁ କେନ୍ଦ୍ରକରି ବିବାଦଗ୍ରସ୍ତ ହୋଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ
ବୃଷ
କୃତିକା - ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ସମୟ ଏପରି ହେବ ଯେ ଦୁଇ ପଇସା ଜାଗାରେ ଛଅ ପଇସା ଖର୍ଚ୍ଚ କରିବାକୁ ପଡିବ ।
ରୋହିଣୀ – କୈାଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ । ଗୃହିଣୀଙ୍କ ଘରକାମରେ ଘର ଲୋକ ସାହାଯ୍ୟ କରିବେ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତ୍ସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ ।
ମୃଗଶିରା –ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ମନସ୍ଥାପରେ ସମୟ କଟାଇବେ ଓ ବିରକ୍ତି ଭାବ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ
ମୃଗଶିରା - ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ଉନ୍ନତମାନର ଫଳପାଇବେ । ଆର୍ଥିକ ସି୍ଥତି ସ୍ୱଚ୍ଛଳ ରହିବ ।
ଆଦ୍ରା - କାର୍ଯ୍ୟଦକ୍ଷତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । କର୍ମ କ୍ଷେତ୍ରରେ ଦୃଢ ପଦକ୍ଷେପ ନେଇ ପ୍ରତ୍ୟେକ କାମରେ ସଫଳତା ପାଇବେ ।
ପୁନର୍ବସୁ - ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ
ପୁନର୍ବସୁ - ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଅନ୍ୟମାନଙ୍କର କଥା ଓ କାର୍ଯ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ପୁଷ୍ୟା – ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ଅନେକ ଗୁଡିଏ କାମ ଅଟକି ଯାଇଥିବାରୁ ଅନ୍ୟମନସ୍କ ରହିବେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।
ଅଶ୍ଳେଷା - ଆମଦାନି ବଢାଇବାର ନୂଆ ଯୋଜନା ମୁଣ୍ଡକୁ ଆସିପାରେ । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ
ମଘା – ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ପାରିବାରିକ ସ୍ତରରୁ ବିଭ୍ରାନ୍ତିକର ଖବର ପାଇ ମାନସିକ ଅସ୍ଥିରତା ସୃଷ୍ଟି ଆଶଙ୍କା ରହିଛି ।
ପୂ , ଫାଲଗୁନୀ - ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ନୂଆ ବ୍ୟବସାୟରେ ପୁଞି ଲଗାଇଲେ ଆପଣଙ୍କୁ ଦିଗୁଣା ଲାଭ ମିଳିବ । ଉପରିସ୍ଥ କର୍ମଚାରୀଙ୍କ ସହ ଆଲୋଚନାଦି ମନ୍ଦ ହେବନାହିଁ ।
ଉ ,ଫାଲଗୁନୀ – ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି । ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ସମ୍ପର୍କୀୟଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ଅଂଶଗ୍ରହଣ କରିପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା
ଉ , ଫାଲଗୁନୀ – ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ସ୍ଥଗିତ କାମ ବନ୍ଧୁ ସାହାର୍ୟ୍ୟରେ ପୁରା କରିବେ ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ ।
ହସ୍ତା – ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର୍ୟ୍ୟକୁ ପରିବର୍ତନ କରିପାରନ୍ତି ।
ଚିତ୍ରା – ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ତୁଳା -
ଚିତ୍ରା – କୈାଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କାମ ହାସଲ ଲକ୍ଷ୍ୟ ନେଇ ଅନ୍ୟମାନଙ୍କୁ ମନେଇ ନେବେ ।
ସ୍ୱାତୀ – ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତନ ହୋଇପାରେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।
ବିଶାଖା – ପୈତୃକ ସମ୍ପତିର ସମସ୍ୟା ସମାଧାନ ହେବ । ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ
ବିଛା
ବିଶାଖା – ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ ।
ଅନୁରାଧା – କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଅବିବାହିତ ମାନଙ୍କ ପାଇଁ ବିବାହ ପ୍ରସ୍ତାବ ସ୍ତିରିକୃତ ହେବ ।
ଜ୍ୟେଷ୍ଠା – ପୈତୃକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ
ମୂଳା – ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ଠିକ୍ କଥା କହିଲେ ମଧ୍ୟ ତାହା ବନ୍ଧୁମାନଙ୍କୁ ଖୁସି କରାଇବା ବଦଳରେ ଓଲଟା ପ୍ରତିକ୍ରିୟା ସୃଷ୍ଟି କରିବ।
ପୂ , ଷାଢା – ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । କୈାଣସି ନୂଆ କାର୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ ।ଯେତିକି ପାଇବେ ତାହାଠାରୁ ଅଧିକ ଖର୍ଚ୍ଚ ଜନିତ ମନସ୍ତାପ କରିପାରନ୍ତି।
ଉ , ଷାଢା – ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ । ସମ୍ପର୍କୀୟଙ୍କ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ଭୋଗ ଲଗାନ୍ତୁ
ମକର
ଉ , ଷାଢା - ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ନିଜର ଦୋଷ ତୃଟି ସ୍ୱକାର କରିବେ ।
ଶ୍ରବଣା – ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ଛାତ୍ରଛାତ୍ରିଙ୍କ ଲେଖାପଢାରେ ବାଧା ଦୂର ହେବ । ମାନ ମର୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।
ଧନିଷ୍ଠା – ଆର୍ଥିକ ସ୍ଥିତିକୁ ନେଇ ମାନସିକ ଅସ୍ଥିରତା ବଢିପାରେ । ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ
ଧନିଷ୍ଠା – ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତା କରିବେ । ଯାହା ଚିନ୍ତା କରୁଥିବେ ତାହାର ଓଲଟା କାମ ମନକୁ ଭାରାକ୍ରାନ୍ତ କରିପାରେ।
ଶତଭିଷା – ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ୍ ପରାମର୍ଶ ଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ଛାତ୍ରଛାତ୍ରୀ ମାନେ ବିଦେଶଯାତ୍ରା କରି ପାରିବେ । ମନ ମୋହିଲା ଭଳି କଥା ଓ ସୁନ୍ଦର ବ୍ୟବହାର ପ୍ରଦର୍ଶନ କରି ସମସ୍ତଙ୍କର ପ୍ରିୟପାତ୍ର ହେବେ।
ପୂ , ଭାଦ୍ରପଦ – ମାଲିମକନ୍ଦମାରେ ସଫଳତା ପ୍ରାପ୍ତି ହେବ । ମହିଳା ମାନେ ପିଲାଙ୍କ ଶିକ୍ଷାକୁ ନେଇ ଚିନ୍ତିତ ରହିବେ । ଆପଣଙ୍କର କର୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ
ପୂ , ଭାଦ୍ରପଦ - ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ ।
ଉ , ଭଦ୍ରପଦ - ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ ।
ରେବତୀ – ଅଫିସରେ କୈାଣସି ମହତ୍ୱ ପୂର୍ଣ୍ଣ କାର୍ଯ୍ୟ ମିଳିବ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖେଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
Today Panchang 30th December 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Wrong History in Textbook: ମାଧ୍ୟମିକ ଶିକ୍ଷା ପରିଷଦର ସ୍ଵାଧୀନତା ସଂଗ୍ରାମୀଙ୍କୁ ଅପମାନ

Couple Tragedy: ବାହାଘରର ଦୁଇ ମାସ ଭିତରେ ଝୁଲି ପଡିଲେ ନବଦମ୍ପତି , ହରର୍ ହନିମୁନ୍ ସୁସାଇଡରେ ଦି ଏଣ୍ଡ

Odisha's 'White Gold' Turns Sour: ଧଳା ସୁନା ଫଳାଇ ବି ମନ କଳା , ଦଲାଲଙ୍କ ଶୋଷଣ ସହ ମଣ୍ଡିରେ ମିଳୁନି ଉଚିତ୍ ମୂଲ୍ୟ

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)