Advertisment

Daily Horoscope 30th January 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । କେତେକ ନୂତନ କାମର ପରିକଳ୍ପନା କରି ସଫଳତା ପ୍ରାପ୍ତ ହେବେ ।

author-image
Deepak Acharya

ମେଷ-
ଅଶ୍ୱନୀ- ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । କେତେକ ନୂତନ କାମର ପରିକଳ୍ପନା କରି ସଫଳତା ପ୍ରାପ୍ତ ହେବେ ।
ଦ୍ୱିଜା- ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଅର୍ଥ, ଜମିଜମା, ସଭାସମିତି ପ୍ରଭୃତି ମଧ୍ୟମ ପ୍ରକାରର ରହିବ । ଦୃଢ଼ ମନୋବଳ ନେଇ କାମ କରିବାର ସୁଯୋଗ ପାଇବେ । ଭଲ କାରବାର ହେତୁ ଆତ୍ମସନ୍ତୋଷ ମିଳିପାରେ ।
କୃତିକା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ମହାମୃତ୍ୟୁଞୟ ମନ୍ତ୍ର ପାଠ କରନ୍ତୁ

Advertisment

ବୃଷ-
କୃତିକା- ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାର‌୍ୟ୍ୟ ସହଯୋଗ ପାଇ ଚିନ୍ତା ମୁକ୍ତ ରହିବେ ।
ରୋହିଣୀ- ଆର୍ଥିକ ସହାୟତା ପାଇ ଅଫିସରେ କାମ କରିନେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।
ମୃଗଶିରା- ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିପାରେ । ମହିଳା ମାନେ ସଜବାଜରେ ଦିନ କଟିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ମୃଗଶିରା- ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ନଷ୍ଟ ହୋଇପାରେ। କର୍ମକ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ ।
ଆଦ୍ରା- ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସୀ ହେବେ ।
ପୁନର୍ବସୁ- ବହୁ ଦିନର ଆଶା ପୂରଣ କାରଣରୁ ମନ ଉତ୍‌ଫୁଲ୍ଲିତ ରହିବ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ରହିଥିବା ବିବାଦରୁ  ମୁକ୍ତି ମିଳିବ । ନିଜକୁ ଧର୍ମକାର୍ଯ୍ୟରେ ନିୟୋଜିତ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଶ୍ରୀ ରାମଙ୍କ ରକ୍ଷା ସ୍ତୋତ୍ର ପାଠ କରନ୍ତୁ

Advertisment

କର୍କଟ-
ପୁନର୍ବସୁ- ପରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ ।
ପୁଷ୍ୟା- ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।
ଅଶ୍ଲେଷା- ସମ୍ପତ୍ତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ । ମହିଳା ମାନେ ସତ୍ତସଙ୍ଗ ଓ  ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ବିବାଦୀୟ ପରିସ୍ଥିତିକୁ ମନ ବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।   
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ-
ମଘା- ପାରିବାରିକ ସ୍ଥିତି, ଲୋକ ସମ୍ପର୍କ, ସଭାସମିତି, ଆଲୋଚନାଚକ୍ର, ସାହିତ୍ୟ ସଭା ପ୍ରଭୃତିରୁ ଖୁସି ରହିବେ । କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି। ପରସ୍ପରକୁ ଭଲ ଭାବରେ ବୁଝିବା ଆରମ୍ଭ କରିବେ ।
ପୂ,ଫାଲଗୁନି- ଭୁଲ୍ ନିଷ୍ପତ୍ତି ଗ୍ରହଣ କରି କିମ୍ବା ପରକଥାରେ ପଡ଼ି ଭୁଲ୍ ମାର୍ଗର ଅନୁସରଣ କରିବେ । ଅର୍ଥ ସମ୍ପର୍କିତ ଆଲୋଚନାରେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି ।
ଉ,ଫାଲଗୁନି- ପରିସ୍ଥିତିବଶତଃ ଅନ୍ୟମାନଙ୍କୁ ବିଶ୍ୱାସକରି ପ୍ରତାରିତ ହୋଇପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ 

କନ୍ୟା-
ଉ,ଫଳଗୁନି- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ ।
ହସ୍ତା- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ ।
ଚିତ୍ରା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧାଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ

ତୁଳା-
ଚିତ୍ରା- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ ।
ସ୍ୱାତୀ- ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ । ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ ।
ବିଶାଖା- ନୂତନ ବସ୍ତ୍ରାଳଙ୍କାର ପାଇଁ ମନ ବଳାଇପାରନ୍ତି । ଭାବପ୍ରବଣତାବଶତଃ ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡ଼ିବେ । ସ୍ୱାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶ୍ରୀ ଗଜେନ୍ଦ୍ର ମୋକ୍ଷ ସ୍ତୋତ୍ର ପାଠ କରନ୍ତୁ

ବିଛା-
ବିଶାଖା- ବ୍ୟବସାୟୀ ମାନେ ବିଶେଷ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ ।
ଅନୁରାଧା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।
ଜ୍ୟେଷ୍ଠା- ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ

ଧନୁ-
ମୂଳା- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ ।
ପୂ,ଷାଢା- ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ଦୃଢ଼ ମନୋବଳ ଓ କାର‌୍ୟ୍ୟଦକ୍ଷତା କର୍ମକ୍ଷେତ୍ରରେ ଲୋକପ୍ରିୟତା ସୃଷ୍ଟି କରିବ । ରାଜନୀତି କ୍ଷେତ୍ରରେ  ସବୁ ପରିସ୍ଥିତିକୁ ସମ୍ଭାଳି ନେବେ ।
ଉ,ଷାଢା- ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ମକର-
ଉ,ଷାଢା- ପୁରୁଣା କାମ ପୂରା କରିବା ପାଇଁ ଦିନଟି ଭଲ ରହିବ । ପ୍ରଶଂସା ପ୍ରାପ୍ତିର ସୈାଭାଗ୍ୟ ଅର୍ଜନ କରିପାରନ୍ତି । ଦୀର୍ଘ ଦିନର ଅଭିଳାଷା ସାଙ୍ଗକୁ ଆର୍ଥିକ ଉନ୍ନତିର ମାର୍ଗ ସୁଗମ ହୋଇଯିବ ।
ଶ୍ରବଣା- ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି  ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।
ଧନିଷ୍ଠା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ  ଅନାବଶ୍ୟକ  ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ ।  
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

କୁମ୍ଭ-
ଧନିଷ୍ଠା- ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଦୂର ଯାତ୍ରା କରିବା ପାଇଁ ମନ ବଳାଇବେ ।
ଶତଭିଷା- ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ । ଆପଣ ଚାହୁଁଥିବା କାର୍ଯ୍ୟଗୁଡିକୁ ଆପଣ ସମ୍ପୂର୍ଣ୍ଣ କରିବାକୁ ସମର୍ଥ ହେବେ ।
ପୂ,ଭାଦ୍ରପଦ- ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଦକ୍ଷିଣ କାଳୀଙ୍କ ମହାକବଚ ଧାରଣ କରନ୍ତୁ

ମୀନ-
ପୂ,ଭାଦ୍ରପଦ- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ ।    
ଉ,ଭାଦ୍ରପଦ- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ
ରେବତୀ- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ ।    
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

Horoscope
Advertisment
Related Articles
Advertisment