/odishatv-khabar/media/post_attachments/uploadimage/library/16_9/16_9_0/Horoscope_1654136926.jpg)
ମେଷ-
ଅଶ୍ୱନୀ- ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ଆୟ ବ୍ୟୟ ସମାନ ପରିମାଣରେ ରହିବ । କୌଣସି ଲୋକକୁ ସାହାଯ୍ୟ କରିବାକୁ ଯାଇ ଅସୁବିଦାର ସମ୍ମୁଖୀନ ହୋଇପାରନ୍ତି ।
ଦ୍ୱିଜା-ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।
କୃତିକା- ବୃତ୍ତିଗତ ଜୀବନରେ ଉନ୍ନତି ଆଣିବା ପାଇଁ ବଡ ଧରଣର ବିନିଯୋଗ କରିବା ପାଈଁ ଯୋଜନା କରିବେ । ଅବଶ୍ୟ ଅଟକି ରହିଥିବା କାମଗୁଡ଼ିକୁ ପୂରା ଦମ୍ରେ କରିବାପାଇଁ ନିଷ୍ପତ୍ତି ନେବେ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
କୃତିକା- ଘରେ ଛୋଟିଆ ସମାରୋହର ଅୟୋଜନ କରିପାରନ୍ତି । ପୂର୍ବର ପାରିବାରିକ ମତଭେଦ ଦୂର ହେବ । ବିଦ୍ୟୁତ୍ ବ୍ୟବସାୟୀଙ୍କ ଆମଦାନିରେ ବୃଦ୍ଧି ହେବ ।
ରୋହିଣୀ- ପ୍ରଶାସନିକ ସ୍ତରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇପାରିବ । ପ୍ରିୟ ବ୍ୟକ୍ତିଙ୍କ ସହଯୋଗରୁ ମୂଲ୍ୟବାନ୍ ଦ୍ରବ୍ୟ ପାଇପାରନ୍ତି । ଅଫିସିଆଲି କାମ ହାସଲ କରିବା ସକାଶେ ଆଗନ୍ତୁକଟି ଆପଣଙ୍କ ପ୍ରଶଂସାରେ ଶତମୁଖ ହୋଇ ଉଠିବ।
ମୃଗଶିରା-ଯାନବାହାନ କିଣିବାର ଅବସର ମିଳିବ । ଧର୍ମ କାର୍ଯ୍ୟରେ ଆସ୍ଥା ବଢିବ । ଅଟକି ରହିଥିବା କାମକୁ ପୂରା ଦମ୍ ରେ କରିବା ପାଇଁ ନିଷ୍ପତି ନେଇପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ମୃଗଶିରା- ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ ।
ଆଦ୍ରା- ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।
ପୁନର୍ବସୁ- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ଦେହରେ ଆଘାତ ଲାଗିପାରେ । ପରିବାର ବର୍ଗଙ୍କ ସହ ବାହାରକୁ ବୁଲିବା ପାଇଁ ଯୋଜନା କରିବେ । ବ୍ୟବସାୟରେ ଅଧିକ ପରିଶ୍ରମ କରିବାକୁ ପଡିପାରେ ।
ପୁଷ୍ୟା- ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ଆଗ୍ରହୀ ହେବେ । କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଓ ରାଜନୈତିକ ବ୍ୟକ୍ତିଙ୍କ କ୍ରୋଧର ଶିକାର ହୋଇ ପାରନ୍ତି ।
ଅଶ୍ଲେଷା- ଜମିଜମା, ମାଲିମକଦ୍ଦମା, ନିର୍ମାଣ ପ୍ରତିଷ୍ଠାର୍ଜନ କରିବେ। ବିବାଦୀୟ ଘଟଣାରେ ପରିସ୍ଥିତି ସେମିତି କିଛି ଜଟିଳ ହେବନି। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳେ ଦୀପଟିଏ ଜାଳନ୍ତୁ
ସିଂହ-
ମଘା-ପୁରାତନ ରୋଗରୁ ଉପସମ ମିଳିବ । ମଧୁର କଥାରେ ପରକୁ ଆପଣାର କରିପାରନ୍ତି । କର୍ମ କ୍ଷେତ୍ରରେ ସ୍ଥାନାନ୍ତରର ଯୋଗ ରହିଛି ।
ପୂ,ଫାଲଗୁନି- ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ ।
ଉ,ଫାଲଗୁନି- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନ ବାହନ, ସଭସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା-
ଉ,ଫଳଗୁନି- ପାରିବାରିକ କ୍ଷେତ୍ରକୁ କିଛି ମାତ୍ରାରେ ପ୍ରଭାବିତ କରିବେ। ଦୈହିକ ଅସୁସ୍ଥତା କିମ୍ବା ମାନସିକ ଉତ୍ତେଜନା ସୃଷ୍ଟି କରିପାରନ୍ତି। କାର୍ଯ୍ୟ ବ୍ୟସ୍ତତା କାରଣରୁ ଆଜି କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ମଧ୍ୟ ରହି ପାରିବେ ନାହିଁ ।
ହସ୍ତା- ବିଦ୍ୟାର୍ଥୀମାନେ ପରିକ୍ଷାରେ ସଫଳତା ପଇବେ । ମହିଳା ମାନେ ସ୍ୱାସ୍ଥ୍ୟ ଗତ ସମସ୍ୟାରେ ବ୍ୟତିବ୍ୟସ୍ତ ଦେବେ । ବୈବାହିକ ଜୀବନ ସୁଖରେ କଟିବ ।
ଚିତ୍ରା- ଶିଳ୍ପ, ବ୍ୟବସାୟ, ରାଜନୀତି, ସଭାସମିତି, ମାଲିମକଦ୍ଦମା କିମ୍ବା ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବ । ଗୃହ କାମରେ ବ୍ୟସ୍ତ ରହି କୌଣସି କାମକୁ ପାସୋରି ଦେଇ ସମାଲୋଚିତ ହୋଇପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଚିତ୍ରା- କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । କୈାଣସି ନିଷ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।
ସ୍ୱାତୀ- କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷରେ ଯିବ ନାହିଁ । ଶିକ୍ଷାର୍ଥୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ ।
ବିଶାଖା- ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ବିଶେଷ ଭ୍ରମଣ ସ୍ବାସ୍ଥ୍ୟ ହାନିର କାରଣ ହୋଇପାରେ । ବନ୍ଧୁଙ୍କ ସହାୟତାରେ ଗତକାଲିର ସମସ୍ୟା ଆଜି ସମାଧାନ ହୋଇଯିବ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ସ୍ୱାସ୍ଥ୍ୟ ବହୁତ ଭଲ ରହିବ । ଦାମ୍ପତ୍ୟ ଜୀବନରେ ତାଳମେଳ ବଢିବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ହେବ । ପାରିବାରିକ ସମସ୍ୟାର ସରଳ ସମାଧାନ କରି ମନକୁ ହାଲୁକା କରିବେ ।
ଅନୁରାଧା-ନୂଆ ପ୍ରକଳ୍ପରେ କାମ କରିବାର ସୁଯୋଗ ମିଳିବ । ବିଶେଷ ବନ୍ଧୁର ସ୍ୱାଗତ ସତ୍କାରରେ ବ୍ୟସ୍ତ ରହିବେ । ଦିନଟି ମହତ୍ୱପୂର୍ଣ୍ଣ କାମ ସାରିବାରେ ବିତିବ ।
ଜ୍ୟେଷ୍ଠା- ଜମି କିଣିବା ଲାଗି ଭାବି ପାରନ୍ତି । ଆର୍ଥିକ ସ୍ଥିରେ ଉନ୍ନତି ହେବ । ମହିଳାମାନେ ଖୁସିରେ ସମୟ ଅତିବାହିତ କରିବେ । ଦେଇଥିବା ଟଙ୍କା ଫେରି ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡା ଅପେକ୍ଷା କୃତ କମ ରହିବ ।
ପୂ,ଷାଢା- ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ ସୁଯୋଗ ମିଳିପାରେ ।
ଉ,ଷାଢା- ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ମକର-
ଉ,ଷାଢା- ପରିବାରରେ ଲାଗିରହିଥିବା ଅଶାନ୍ତି ଦୂର ହେବ । ଅଫିସ୍ରେ ଅଧିକ ସମୟ କାମ କରି ଅସୁସ୍ଥାତା ଅନୁଭବ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ ।
ଶ୍ରବଣା- ସହକର୍ମୀଙ୍କ ସାହାଯ୍ୟରେ ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି, ଯାହାକି ଆଗାମୀ ସମୟ ପାଇଁ କାମରେ ଆସିବ। ପାରିବାରିକ, ବ୍ୟବସାୟିକ, ସାମାଜିକ, ରାଜନୈତିକ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।
ଧନିଷ୍ଠା- ମନରେ ସର୍ବଦା ଭୟ ଓ ଅଶୁଭ ଆଶଙ୍କା ସୃଷ୍ଟି ହେବ । ନୂତନ ଗୃହ କାର୍ୟ୍ୟ କରିବାର ସୁଯୋଗ ପାଇବେ । ଗୁରୁଜନମାନେ ପିଲାମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଧନିଷ୍ଠା- ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ ।
ଶତଭିଷା- ରାଜନିତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ଶିକ୍ଷାର୍ଥୀ ମାନେ ପଢାରେ ସଫଳତା ପାଇବେ ।
ପୂ,ଭାଦ୍ରପଦ- ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ପୂ,ଭାଦ୍ରପଦ-ପରିବାରରେ ଘଟିଯାଇଥିବା କେତେକ ଅତୀତ ଘଟଣାକୁ ସ୍ମରଣ କରି ଅନୁତାପ କରିବେ । ଗତକାଲିର ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ । ସ୍ୱାସ୍ଥ୍ୟ ପ୍ରତି ଅବହେଳା ନ କରି ସାବଧାନତା ଅବଲମ୍ବନ କରନ୍ତୁ ।
ଉ,ଭାଦ୍ରପଦ- ରାଜନୈତିକ ବ୍ୟକ୍ତିଙ୍କ ପାଇଁ ଦିନଟି ଭଲରହିବ ନାହିଁ । ବିଦ୍ୟର୍ଥୀ ମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ହାସଲ କରିବେ । ବୈବାହିକ ଜୀବନରେ ଅଶାନ୍ତି ସୃଷ୍ଟି ହୋଇପାରେ ।
ରେବତୀ- ମହିଳା ମାନଙ୍କ ଭାଗ୍ୟ ଉଜ୍ଜ୍ୱଳ ହେବ । ବିରୋଧିମାନେ ଆପଣଙ୍କ ସମ୍ମୁଖକୁ ଆସିବା ପାଇଁ ଭୟ କରିବେ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ
Today Panchang 30th November 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Celebrating Excellence: ଶ୍ରେଷ୍ଠଙ୍କୁ ଓଟିଭିର ଓଡ଼ିଶା ସିଟିଜେନ୍ସ ଆୱାର୍ଡ-୨୦୨୫, ରାଜ୍ୟର ବିଶିଷ୍ଟ ବ୍ୟକ୍ତିଙ୍କୁ ୯ଟି ବର୍ଗରେ ମିଳିଲା ଓସିଏ ଆୱାର୍ଡ

Air Travel Scare: ବିମାନ ସେବାରେ ବଡ଼ ସଙ୍କଟ, ୬ ହଜାରରୁ ଅଧିକ ବିମାନରେ ଯାନ୍ତ୍ରିକ ତ୍ରୁଟି

Family Files No Complaint After Death: ହ୍ୟୁମାନ ମୃତ୍ୟୁ ପରେ ପରିବାର ତରଫରୁ ଗୋଟିଏ ବି ଏତଲା ହୋଇନି, ମୁହଁ ଖୋଲୁନାହାନ୍ତି ମ୍ୟାନେଜର ପପୁ ଓ ପ୍ରଶାନ୍ତ

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)