/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)
ମେଷ-
ଅଶ୍ୱନୀ- ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । କେତେକ ନୂତନ କାମର ପରିକଳ୍ପନା କରି ସଫଳତା ପ୍ରାପ୍ତ ହେବେ ।
ଦ୍ୱିଜା- ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଅର୍ଥ, ଜମିଜମା, ସଭାସମିତି ପ୍ରଭୃତି ମଧ୍ୟମ ପ୍ରକାରର ରହିବ । ଦୃଢ଼ ମନୋବଳ ନେଇ କାମ କରିବାର ସୁଯୋଗ ପାଇବେ । ଭଲ କାରବାର ହେତୁ ଆତ୍ମସନ୍ତୋଷ ମିଳିପାରେ ।
କୃତିକା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ମହାମୃତ୍ୟୁଞୟ ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା-ଦାମ୍ପତ୍ୟ ଜୀବନ ସାମଞ୍ଜସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ ।
ରୋହିଣୀ- ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ ।
ମୃଗଶିରା- ଯେଉଁ ବ୍ୟକ୍ତି ମାନେ ନୂଆ ଚାକିରି ଚାହୁଁଛନ୍ତି ସୋମାନେ ଏଥିରେ ସଫଳ ହେବେ । ବିଦ୍ୟାର୍ଥୀ ମାନେ ଶିକ୍ଷାକ୍ଷେତ୍ରରେ ଅତ୍ୟନ୍ତ ଶୁଭ ଫଳ ପାଇବେ । ଅନ୍ୟମାନଙ୍କ ପାଇଁ ପରାମର୍ଶ ଦାତା ହୋଇ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ମୃଗଶିରା- ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ନଷ୍ଟ ହୋଇପାରେ। କର୍ମକ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ ।
ଆଦ୍ରା- ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ ।
ପୁନର୍ବସୁ- ବହୁ ଦିନର ଆଶା ପୂରଣ କାରଣରୁ ମନ ଉତ୍ଫୁଲ୍ଲିତ ରହିବ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ରହିଥିବା ବିବାଦରୁ ମୁକ୍ତି ମିଳିବ । ନିଜକୁ ଧର୍ମକାର୍ଯ୍ୟରେ ନିୟୋଜିତ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଶ୍ରୀ ରାମଙ୍କ ରକ୍ଷା ସ୍ତୋତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ଆଧାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି । ନୂତନ ବନ୍ଧୁଙ୍କ ଭେଟ ହେବା ଫଳରେ ଅଟକି ଯାଇଥିବା କାମକୁ ସମ୍ପୂର୍ଣ୍ଣ କରିବେ । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ।
ପୁଷ୍ୟା- ପ୍ରତିଯୋଗିତାରେ ଉର୍ତିର୍ଣ୍ଣ ହୋଇ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଶତୃ ଓ ବିରୋଧି ଅପଦସ୍ଥ ହେବେ । ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ।
ଅଶ୍ଲେଷା- ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ଖେଳକୁଦରେ ମନ ଦେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ-
ମଘା- ପାରିବାରିକ ସ୍ଥିତି, ଲୋକ ସମ୍ପର୍କ, ସଭାସମିତି, ଆଲୋଚନାଚକ୍ର, ସାହିତ୍ୟ ସଭା ପ୍ରଭୃତିରୁ ଖୁସି ରହିବେ । କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି। ପରସ୍ପରକୁ ଭଲ ଭାବରେ ବୁଝିବା ଆରମ୍ଭ କରିବେ ।
ପୂ,ଫାଲଗୁନି- ଭୁଲ୍ ନିଷ୍ପତ୍ତି ଗ୍ରହଣ କରି କିମ୍ବା ପରକଥାରେ ପଡ଼ି ଭୁଲ୍ ମାର୍ଗର ଅନୁସରଣ କରିବେ । ଅର୍ଥ ସମ୍ପର୍କିତ ଆଲୋଚନାରେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି ।
ଉ,ଫାଲଗୁନି- ପରିସ୍ଥିତିବଶତଃ ଅନ୍ୟମାନଙ୍କୁ ବିଶ୍ୱାସକରି ପ୍ରତାରିତ ହୋଇପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ଉ,ଫଳଗୁନି- ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ଭାବପ୍ରବଣତା ବୃଦ୍ଧି ଯୋଗୁ ମନୋବଳ ହ୍ରାସ ପାଇବ । ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ ।
ହସ୍ତା- ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିବେ ।
ଚିତ୍ରା- ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ । ଘର ପାଇଁ ନୂଆ ଆସବାବ କ୍ରୟ କରିବେ । ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇ ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଚିତ୍ରା- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ ।
ସ୍ୱାତୀ- ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ । ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ ।
ବିଶାଖା- ନୂତନ ବସ୍ତ୍ରାଳଙ୍କାର ପାଇଁ ମନ ବଳାଇପାରନ୍ତି । ଭାବପ୍ରବଣତାବଶତଃ ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡ଼ିବେ । ସ୍ୱାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶ୍ରୀ ଗଜେନ୍ଦ୍ର ମୋକ୍ଷ ସ୍ତୋତ୍ର ପାଠ କରନ୍ତୁ
ବିଛା-
ବିଶାଖା- ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ ।
ଅନୁରାଧା- ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ । ବନ୍ଧୁଙ୍କ ଆଗମନ ଯୋଗୁ ମଉଜ ମଜଲିସରେ ସମୟ ଅତିବାହିତ କରିବେ ।
ଜ୍ୟେଷ୍ଠା- ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । ଅଫିସରେ ସହକର୍ମୀ ମାନେ ପରାମର୍ଶ ଲୋଡିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ
ଧନୁ-
ମୂଳା- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ ।
ପୂ,ଷାଢା- ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ଦୃଢ଼ ମନୋବଳ ଓ କାର୍ୟ୍ୟଦକ୍ଷତା କର୍ମକ୍ଷେତ୍ରରେ ଲୋକପ୍ରିୟତା ସୃଷ୍ଟି କରିବ । ରାଜନୀତି କ୍ଷେତ୍ରରେ ସବୁ ପରିସ୍ଥିତିକୁ ସମ୍ଭାଳି ନେବେ ।
ଉ,ଷାଢା- ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ
ମକର-
ଉ,ଷାଢା- ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ ।
ଶ୍ରବଣା- ଛାତ୍ରଛାତ୍ରି ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଅଫିସରେ କୌଣସି ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ ।
ଧନିଷ୍ଠା- ନିଜର ବ୍ୟବହାର ସଂଯମତା ରଖନ୍ତୁ ନଚେତ୍ ଗ୍ରାହକଙ୍କ ସହ ତର୍କବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ବିଶେଷ କ୍ଷତି ହୋଇପାରେ । ପିଲାଙ୍କ ପଢାକୁ ନେଇ ଚିନ୍ତିତ ରହିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଧନିଷ୍ଠା- ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଦୂର ଯାତ୍ରା କରିବା ପାଇଁ ମନ ବଳାଇବେ ।
ଶତଭିଷା- ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ । ଆପଣ ଚାହୁଁଥିବା କାର୍ଯ୍ୟଗୁଡିକୁ ଆପଣ ସମ୍ପୂର୍ଣ୍ଣ କରିବାକୁ ସମର୍ଥ ହେବେ ।
ପୂ,ଭାଦ୍ରପଦ- ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଦକ୍ଷିଣ କାଳୀଙ୍କ ମହାକବଚ ଧାରଣ କରନ୍ତୁ
ମୀନ-
ପୂ,ଭାଦ୍ରପଦ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।
ଉ,ଭାଦ୍ରପଦ- ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ନୂତନ ପ୍ରେମ ସମ୍ପର୍କରେ ବାନ୍ଧି ହେବାପାଇଁ ଯାଉଛନ୍ତି ।
ରେବତୀ- କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ବୈବାହିକ ଜୀବନରେ ସୁଖ ଶାନ୍ତିରେ କଟିବ । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା ପାଠ କରନ୍ତୁ
Today Panchang 30th September 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

Choosing Duty Over Festivities: କାମ ପାଇଁ ପୂଜାକୁ ପର କରି ଦେଇଛନ୍ତି ଏମାନେ, ଲାଗି ପଡ଼ିଛନ୍ତି ଲୋକଙ୍କ ସେବାରେ

Looters Eye Devotees in Puja Pandals: ପୂଜା ମଣ୍ଡପରେ ଲୁଟେରା ଡର, ଅନ୍ୟମନସ୍କ ହେଲେ ହୋଇପାରନ୍ତି ଲୁଟର ଶିକାର

Soro Escapes Bahanaga-Like Disaster: ସୋରରେ ଟଳିଲା ବାହାନଗା ଭଳି ବଡ଼ ଟ୍ରେନ୍ ଟ୍ରାଜେଡି, ତିନିଟି ସିଗ୍ନାଲ୍ ଡେଇଁ ସମାନ ଟ୍ରାକରେ ଦୁଇଟି ଟ୍ରେନ୍

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)