/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)
Horoscope Photograph: (OTV)
ମେଷ-
ଅଶ୍ୱନୀ- ଅର୍ଥାଭାବ କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନପାରେ। ତରବର ନହୋଇ ଧୀରସ୍ଥିର ମନ ନେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ। କୈାଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି ।
ଦ୍ୱିଜା- ଧାରକରଜ କରି ଆବଶ୍ୟକତା ପୂରଣ କରିବାରେ ସମର୍ଥ ହେବେ। ସ୍ବାସ୍ଥ୍ୟରେ ଅନ୍ନତି ପରିଲକ୍ଷିତ ହେବା ସହ ରୋଗପୀଡ଼ା ଦୁଶ୍ଚିନ୍ତାର କାରଣ ହେବ । ବିତିଯାଇଥିବା ମାମଲାର ଫଳ ମଧ୍ୟ ମିଳିବ ।
କୃତିକା- ଅର୍ଥନୈତିକ, ସାମାଜିକ, ରାଜନୈତିକ କ୍ଷେତ୍ରରେ ସମ୍ମାନ ଅକ୍ଷୁଣ୍ଣ ରହିବ। କଚେରି ମାମଲା, ଘରୋଇ କ୍ଷେତ୍ରରେ ଟେନ୍ସନ ଦୂରହେବ । କୋର୍ଟ କଚେରୀ ମାଲିମୋକଦ୍ଦମା, ବାଦବିବାଦର ସମାଧାନ କରି ପାରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମହାଦେବଙ୍କ ପୂଜା କରନ୍ତୁ
ବୃଷ
କୃତିକା - ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ଚାକିରିରେ ସ୍ଥାନନାଶ ଯୋଗ ରହଛି । ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।
ରୋହିଣୀ – ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ । ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।
ମୃଗଶିରା – ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ କ୍ଷ ମହିଳା ମାନେ କଠିନ ପରିଶ୍ରମ କରିବେ କ୍ଷ କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମୃଗଶିରା- ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ସହକର୍ମୀଙ୍କ ଆନୁଗତ୍ୟ ଫଳରେ କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ ।
ଆଦ୍ରା- ପରିବାରର ସହମତିରେ ନୂତନ କର୍ମାରମ୍ଭ କରିପାରନ୍ତି। କର୍ମକ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ସାହିତ୍ୟ, ସାମ୍ବାଦିକତା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବ।
ପୁନର୍ବସୁ- ଜମିଜମା କାରବାର କିମ୍ବା ରେଜିଷ୍ଟ୍ରେସନ ସମ୍ପର୍କୀୟ ସମସ୍ୟାକୁ ନେଇ ବିବ୍ରତ ରହିପାରନ୍ତି । କ୍ରୀଡା, କଳା, କାରିଗରୀ, ପ୍ରଭୃତି କ୍ଷେତ୍ରର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ
ପୁନର୍ବସୁ - ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ । ସଭାସମିତିରେ ସମ୍ମାନ ପ୍ରାପ୍ତି ଘଟିବ ।
ପୁଷ୍ୟା – ସବୁକାମ ଆପଣଙ୍କ ମନ ମୁତାବକ ସଂପୂର୍ଣ୍ଣ କରିବେ । ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ମାଲିମକନ୍ଦମାରେ ପଡି ଖର୍ଚ୍ଚାନ୍ତ ହୋଇପାରନ୍ତି ।
ଅଶ୍ଳେଷା - ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ବ୍ୟବସାୟରେ ଦ୍ୱିଗୁଣ ଲାଭ ପାଇବେ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ମଘା- ପାରିବାରିକ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମରେ ଅବହେଳା କରିପାରିବେ ନାହିଁ । ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି ।
ପୂ,ଫାଲଗୁନି- ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ଅଫିସ୍ କାମରେ ବ୍ୟସ୍ତ ରହିବେ ।
ଉ,ଫାଲଗୁନି- କଳା,ସାହିତ୍ୟ, ସଙ୍ଗୀତ, ରାଜନୀତି, ସାମ୍ବାଦିକତା, ଆଇନ ଓ ଅଦାଲତ କ୍ଷେତ୍ରରୁ ଶୁଭଫଳ ପାଇବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା
ଉ , ଫାଲଗୁନୀ – ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ
ହସ୍ତା – କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନୀତ କରିବେ । ପଢାପଢିରେ ସମ୍ପୂର୍ଣ୍ଣ ଅବହେଳା ଘଟିବ ଓ ପଛେଇଯିବ ।
ଚିତ୍ରା – ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ । ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଜମି।, ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କୁକୁର, କାଉକୁ ଖାଇବାକୁ ଦିଅନ୍ତୁ
ତୁଳା-
ଚିତ୍ରା- ଭୁଲ୍ ବୁଝାମଣା ହେତୁ ଦୀର୍ଘଦିନର ସୁସମ୍ପର୍କରେ ଭଟ୍ଟା ପଡ଼ିପାରେ। ସ୍ବାସ୍ଥ୍ୟ ସମସ୍ୟା ନିମ୍ନାଭିମୁଖୀ ହେବା କାରଣରୁ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ପଡ଼ୋଶୀଙ୍କ ସହ ହଠାତ୍ ବଦଳିବା ଆଶା ନିରର୍ଥକ ହୋଇପାରେ ।
ସ୍ୱାତୀ- ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁଦଉଡ କରିବାକୁ ପଡିପାରେ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ସମସ୍ତ ପ୍ରକାର ସୁବିଧା ଥାଇ ମଧ୍ୟ କାମଟିକୁ ପୂରା କରିପାରିବେ ନାହିଁ ।
ବିଶାଖା- ରାଜନୀତିରେ ଲୋକଙ୍କ ସମ୍ପର୍କରେ ରହିବେ । ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । ମହିଳା ମାନେ ଉତ୍ସାହିତ ରହିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ
ବିଛା
ବିଶାଖା – ସାହସର ସହିତ କାମ କରନ୍ତୁ ସଫଳତା ପାଇବେ । ଶାରିରୀକ ଦୁର୍ବଳତା ଦେଖାଦେବ । ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ
ଅନୁରାଧା – ବନ୍ଧୁ ମାନଙ୍କ ସହିତ ପୂର୍ବ ମାମଲା ସମାଧାନ କରିବେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ ।
ଜ୍ୟେଷ୍ଠା – ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ମୂଳା-ପାରିବାରିକ ଜୀବନରେ ଆୟ ବୃଦ୍ଧି ହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ଯାହାକୁ ନିଜର ବୋଲି ମନେ କରିବେ ସେ ହିଁ ଧୋକାଦେବାର ବହୁ ସମ୍ଭାବନା ରହିଛି। ଅଭିଯୋଗକୁ ଗୁରୁତର ସହ ବିଚାର ନ କରିବା ବଡ଼ ଭୁଲ୍ ହୋଇପାରେ ।
ପୂ,ଷାଢା- ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଅତୀତରେ ବହୁତ ଟଙ୍କା ଖର୍ଚ୍ଚ କରିଥିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ବାଦବିବାଦ କ୍ରମେ ଜଟିଳ ହେବା ସୂଚନା ରହିଛି।
ଉ,ଷାଢା- ସାଧାରଣ କଥାକୁ କେନ୍ଦ୍ରକରି ଯୁକ୍ତିତର୍କଜନିତ ଅଯଥା ଅଶାନ୍ତି ଓ କଳହକୁ କରିବାକୁ ପଡ଼ିପାରେ। ଅନ୍ୟ ପାଖରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ପାଇବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶନି ଦେବଙ୍କ ପୂଜା ପୂଜା କରନ୍ତୁ
ମକର
ଉ , ଷାଢା - ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇ ପାରନ୍ତି । ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ ।
ଶ୍ରବଣା – ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ଚାକିରି କ୍ଷେତ୍ରରେ ଆପଣଙ୍କ ଭଲ କାମ ଦେଖି ସହକର୍ମୀ ମାନେ ଇର୍ଷାପରାୟଣ ହେବେ । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।
ଧନିଷ୍ଠା – ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦ୍ୱାରା ଅଭିଳାଷା ପୂରଣ ହେବ । ଜମିଜମା କିଣିବାର ସୁଯୋଗ ରହିଛି । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ । ମହିଳା ମାନେ ଧର୍ମପରାୟଣ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଧନିଷ୍ଠା- ମନରେ ସୁଖ, ସୌହାର୍ଦ୍ଦ୍ୟ ନଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। କୌଣସି ଜିନିଷ କ୍ରୟ କରିବା ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ।
ଶତଭିଷା- ବିଭିନ୍ନ ସମସ୍ୟାକୁ ପ୍ରତିହତ କରି କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ କରିବାରେ ସମର୍ଥ ହେବେ। ପାରିବାରିକ ସ୍ତରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ ।
ପୂ,ଭାଦ୍ରପଦ- ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ । ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ
ମୀନ
ପୂ , ଭାଦ୍ରପଦ - କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି ।
ଉ , ଭଦ୍ରପଦ - ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରିବାରର ସମପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।
ରେବତୀ – ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର୍ୟ୍ୟକଳାପ ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
Today Panchang 3rd December 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Shubhakara Mishra Apologises : କ୍ଷମା ମାଗିଲେ ଶୁଭଙ୍କର ମିଶ୍ରା, ନିଜ ୟୁଟ୍ୟୁବ୍ ଚ୍ୟାନେଲରେ କ୍ଷମାପ୍ରାର୍ଥନା କଲେ

Boudh Teacher Faces Action: ମଦ୍ୟପ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ , ୩୦ ଦିନ ମଧ୍ୟରେ ଜବାବ ରଖିବାକୁ ନିର୍ଦ୍ଦେଶ

Imran Khan Update: ଇମ୍ରାନ୍ ଖାନଙ୍କୁ ଜେଲରେ ଭେଟିଲେ ଭଉଣୀ ଉଜମା , ମାନସିକ ନିର୍ଯାତନା ଦିଆଯାଉଥିବା ଅଭିଯୋଗ

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)