/odishatv-khabar/media/media_files/uploadimage/library/16_9/16_9_0/Horoscope_1692329039-390084.jpg)
ମେଷ-
ଅଶ୍ୱନୀ- ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ଆର୍ôଥକ ସ୍ଥିତି ଭଲ ରହିଥିବାରୁ କାମଗୁଡିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ । ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ ।
ଦ୍ୱିଜା- ସାମାଜିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା କାରଣରୁ ଅଶାନ୍ତ ରହିବେ । ଅସୁବିଧାରେ ପଡି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାରେ ଡେରି କରିବ । ପ୍ରତି ଯୋଗିତାରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ ।
କୃତିକା- ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କ ଦ୍ୱାରା କେତେକ ସମସ୍ୟାର ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ୟ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ
ବୃଷ-
କୃତିକା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ ।
ରୋହିଣୀ- ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ । ରାଜନୈତିକ ପରିସି୍ଥତି ସମ୍ଭାଳିବା ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।
ମୃଗଶିରା- ବହୁ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ମହିଳା ମାନେ ଧୈର୍ଯ୍ୟ ଧରି କାମ କରିଲେ କାର୍ଯ୍ୟରେ ବିଜୟଲାଭ କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ମିଥୁନ-
ମୃଗଶିରା- ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତି ପ୍ରାୟତଃ ଭଲ ରହିବ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବାରେ ସଫଳ ହେବେ ।
ଆଦ୍ରା- ସରକାରୀ ସାହାର୍ଯ୍ୟ ସହଯୋଗ ହାତଛଡା ହେବାକୁ ଦିଅନ୍ତୁ ନାହିଁ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ ।
ପୁନର୍ବସୁ- ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି । ପୁରୁଣା ଘର ମରାମତି କରିବା ପାଇଁ ମନସ୍ଥ କରିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସବୁଜ ରଙ୍ଗର ପୋଷାକ ଭିକାରିକୁ ଦାନ କରନ୍ତୁ
କର୍କଟ-
ପୁନର୍ବସୁ- ଆଗରୁ ଭୋଗୁଥିବା ସ୍ବାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ପଡୋଶୀ ମାନେ ଅସହିଷ୍ଣୁତା ପ୍ରକାଶ କରିବେ । କୈାଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜ ପାଇଁ କିଣି ପାରନ୍ତି । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି ।
ପୁଷ୍ୟା- କାହାକୁ କୈାଣସି କଥା ବୁଝାଇବାରେ ଭୁଲ ହୋଇପାରେ । ସାମାଜିକ କାର୍ଯ୍ୟକୁ ଯିବା ପାଈଁ ଭଲ ଅବସର ମିଳିବେ । ରାଜନେତାଙ୍କର ସମାଜରେ ଆଦର ବଢିବ । ପଢାରେ ଗୁରୁଜନଙ୍କ ଆଶ୍ରିବାଦ ଲାଭ କରିବେ ।
ଅଶ୍ଲେଷା- ଅଫିସ୍ରେ ଆପଣଙ୍କୁ ସାବଧାନ୍ ରହିବାକୁ ପଡିବ । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁପରିଜନଙ୍କ ପ୍ରିୟପାତ୍ର ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ-
ମଘା- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ଆବଶ୍ୟକତାରୁ ଅଧିକ କହିବା ଅହିତକର ହୋଇପାରେ । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ ।
ପୂ,ଫାଲଗୁନି- ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ କରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ପାଠ ପଢାରେ ମନ ଦେବେ ।
ଉ,ଫାଲଗୁନି- ପଡୋଶୀଙ୍କୁ କାମରେ ଲଗାଇ କୌଶଳରେ କାର୍ଯ୍ୟ ହାସଲ କରିନେବେ । ଏକ ଅସ୍ଥାବର ସମ୍ପତ୍ତି କିଣିବା ସହିତ ଆପଣ ନିଜ ଘର ମଧ୍ୟ ପାଇପାରିବେ । ମହିଳା ମାନେ ଅଧିକ କାର୍ୟ୍ୟକରି ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ଉ,ଫଳଗୁନି- ଦାମ୍ପତ୍ୟ ଜୀବନ ଖୁସି ଭରା ରହିବ । ବ୍ୟପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରି ଆପଣଙ୍କୁ ଉପହାର ଦେବେ । ଚାକିରୀଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ ।
ହସ୍ତା- ଖାଦ୍ୟ , ପାନୀୟ ପ୍ରତି ସଚେତନ ରୁହନ୍ତୁ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରାଜନୀତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ହାତ ମିଶାଇବେ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।
ଚିତ୍ରା- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ । ଆର୍ଥିକ ଲାଭ ସହ ସମ୍ପତି ବୃଦ୍ଧି ହେବ । ଜମିବାଡି ସମ୍ବନ୍ଧୀୟ ମତାନ୍ତର ସୃଷ୍ଟି ହେବ । ମହିଳା ମାନେ ପୂଜା, ପାଠରେ ମନ ଲଗାଇବେ । ଆୟିନ୍ ଛାତ୍ରୀ ବଡ ଓକିଲଙ୍କ ସହିତ କାମ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ
ତୁଳା-
ଚିତ୍ରା- ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । କାର୍ୟ୍ୟ କ୍ଷେତ୍ରରେ ଆପଣଙ୍କର କାର୍ୟ୍ୟ ଉପରେ ଆଧାର କରି ଏକ ଭଲ ପଦୋନ୍ନତି ଏବଂ ବେତନ ବୃଦ୍ଧି ହୋଇପାରେ ।
ସ୍ୱାତୀ- ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ଆକସ୍ମିକ ଭାବରେ ଜଣେ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ । ସାମ୍ବାଦିକତା ତଥା ସଭାସମିତିରେ ପ୍ରଶଂସିତ ହେବେ। ଆର୍ଥିକ ଅନଟନ ଦୂର ହେବ।
ବିଶାଖା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ମହିଳା ମାନେ କର୍ମ ବ୍ୟସ୍ତରେ ରହି ଅଶାନ୍ତି ଭୋଗ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ
ବିଛା-
ବିଶାଖା- ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ । ଅଫିସ୍ରେ ଜରୁରୀ କାମରେ କର୍ମଚାରୀଙ୍କ ଠାରୁ ସାହାର୍ଯ୍ୟ ପାଇବେ । ଔଷଧ ସମ୍ପନ୍ଧୀୟ ବ୍ୟବସାୟ, ଖଣିଜ ସମ୍ପଦ ବ୍ୟବସାୟରୁ ଲାଭବାନ୍ ହେବେ ।
ଅନୁରାଧା- ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ରାଜନୀତିରେ ନିଜର ସଂଗଠନିକ ଦକ୍ଷତା ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ । ବିଦ୍ୟାର୍ଥୀ ମାନେ ପଢାପଢି ପ୍ରସନ୍ନ ରହିବେ ।
ଜ୍ୟେଷ୍ଠା- ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବିଦ୍ଧି ପୂର୍ବକ ଶିବ ପୂଜା କରନ୍ତୁ
ଧନୁ-
ମୂଳା- ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ । ଶିକ୍ଷାରେ ଏକାଗ୍ରତା ବୃଦ୍ଧି କରିବାକୁ ଚେଷ୍ଟା କରିବେ ।
ପୂ,ଷାଢା- ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ । ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ଚାକିରୀରେ ସାମାନ୍ୟ ଅବହେଳା କରିବେ ।
ଉ,ଷାଢା- ନିଜ ମାଲିକାନାରେ ଥିବା ସମ୍ପତି କୁ ହସ୍ତାନ୍ତର କରିପାରନ୍ତି । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ନିଜ ମନରେ ନାକାରତ୍ମକ ଚିନ୍ତାକୁ ଆସିବାକୁ ଦିଅନ୍ତୁ ନାହିଁ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ
ମକର-
ଉ,ଷାଢା- ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ଗଣମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ ।
ଶ୍ରବଣା- ଛାତ୍ରଛାତ୍ରିଙ୍କର ପାଠ ପଢାରେ ମନ ଲାଗିବ । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ରାଜନୈତିକ ସମର୍ଥନ ପାଇବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।
ଧନିଷ୍ଠା- ଅଫିସ୍ରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ନାରୀମାନେ ଈର୍ଷାପରାୟଣ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା- ଗୁରୁଜନ ମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ ।
ଶତଭିଷା- ଅଫିସ୍ରେ ଟେନ୍ସନ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପିଲାମାନଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତା ପ୍ରକଟ କରିବେ । ରାଜନୀତିରେ ସହାନୁଭୁତି ମିଳିବ ।
ପୂ,ଭାଦ୍ରପଦ- ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । ମହିଳା ମାନେ କୈାଣସି କାରଣରୁ ଦୁଃଖ ପ୍ରକାଶ କରିବେ । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର –ନୀଳ, ବା କଳା ରଙ୍ଗର ଟୋପି ଧାରଣ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ପୁରୁଣା ବିଚାର ଛାଡି ନୂଆ ବିଚାର ଗ୍ରହଣ କରିବେ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ ।
ଉ,ଭାଦ୍ରପଦ- ଶତ୍ରୁମାନେ ସମ୍ମୁଖରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ ସମାଲୋଚନାତ୍ମକ କଥା କହିପାରନ୍ତି । ପ୍ରସାଧନ ଦୋକାନୀଙ୍କର ଉନ୍ନତି ହେବ । ରାଜନିତିରେ କାମ ଗୁଡିକୁ ସମ୍ପନ୍ନ କରିବେ । ଛାତ୍ରଛାତ୍ରି ପଢାରେ ଆଗେଇବା ପାଇଁ ଚେଷ୍ଟା କରିବେ ।
ରେବତୀ- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ
Today Panchang 3rd March 2026: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

First Lunar Eclipse of the Year: ଆସନ୍ତାକାଲି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ; ଜାଣନ୍ତୁ କେତେବେଳେ ଲାଗୁଛି, କେତେବେଳେ ଛାଡୁଛି

Family Suspects YouTuber Murder: ୟୁ-ଟ୍ୟୁବର ରାହୁଲଙ୍କୁ କାହିଁକି ହେଲା ମର୍ଡର୍… ହଠାତ୍ ଉତ୍ତେଜନାରୁ ନା ପ୍ରି ପ୍ଲାନ୍ଡ ଥିଲା…

Middle East Tensions Drive Crude Oil: ଇରାନ-ଆମେରିକା ଯୁଦ୍ଧର ସାଂଘାତିକ ପ୍ରଭାବ; ଷ୍ଟକ୍ ମାର୍କେଟ୍ କ୍ରାସ୍; ବଢିଯିବ କି ପେଟ୍ରୋଲ୍ ଡିଜେଲ୍?

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)