ମେଷ
ଅଶ୍ୱନୀ – ବୁଦ୍ଧି ବିଦ୍ୟାର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିବେ । ପରିବାରରେ ଅନ୍ୟଙ୍କ ପାଇଁ ଚିନ୍ତା ବଢିବ । ଦେହ, ମନ ଭଲ ରହିବ ।
ଦ୍ୱିଜା – ଛାତ୍ରଛାତ୍ରୀ ମାନେ ପଢ଼ାରେ ଏକାଗ୍ରତା ରକ୍ଷା କରି କୃତକାର୍ଯ୍ୟ କରିବେ । ରାଜନୀତିରେ ବଡ଼ ଦାୟିତ୍ୱ ତୁଲାଇବେ । ଆଜି ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି।
କୃତିକା – ନୂଆ ଜମି କ୍ରୟ କରିବେ । ଗୃହିଣୀ ମାନେ କର୍ତ୍ତବ୍ୟ ନିର୍ବାହ କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ଘଟଣାକୁ ନେଇ ପଡ଼ୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଗୋ ମାତାଙ୍କୁ ଖାଇବାକୁ ଦିଅନ୍ତୁ
ବୃଷ-
କୃତିକା- ସ୍ୱାସ୍ଥ୍ୟ ସମସ୍ୟା ହ୍ରାସ ପାଇବ । ପାରିବାରିକ ସମସ୍ୟାର ଅନ୍ତ ଘଟିବ । ବିବାହରେ ଚାପ କମାଇବା ପାଇଁ ଆପଣ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ ଏବଂ ଆତ୍ମ ନିୟନ୍ତ୍ରଣ ବଜାୟ ରଖିବା ପାଇଁ କାର୍ଯ୍ୟ କରିବେ ।
ରୋହିଣୀ- ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ । ଯେଉଁ ମାନେ ଆପଣଙ୍କୁ ପ୍ରତିଶ୍ରୁତି ଦେଇଥିବେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।
ମୃଗଶିରା- କେତେକ କ୍ଷେତ୍ରରେ ଧର୍ମ ସଙ୍କଟରେ ପଡି କଣ କରିବେ କିମ୍ବା ନ କରିବେ ଏହି ଦ୍ୱନ୍ଦରେ ପଡିପାରନ୍ତି । ଦୀର୍ଘଦିନର ପରିକଳ୍ପିତ ନୂତନ କାମଟିଏ
କରି ଆତ୍ମତୃପ୍ତି ଲାଭ କରିବେ । ଅତିଥୀ ଚର୍ଚ୍ଚା, ଯାତ୍ରା, ଆଇନ ଅଦାଲତ ପ୍ରଭୃତି କ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ମିଥୁନ
ମୃଗଶିରା - ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । ମୁଣ୍ଡବ୍ୟଥା ଜନିତ ସମସ୍ୟା ଦେଖାଦେବ । ବ୍ୟବସାୟୀମାନେ କୌଶଳରେ କାର୍ୟ୍ୟ ହାସଲ କରିବେ।
ଆଦ୍ରା - କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଧର୍ମାନୁଷ୍ଟାନରେ କାମ କରିବାର ସୁଯୋଗ ପାଇବେ । ରାଜନୀତିରେ ଶତ୍ରୁଙ୍କ ସଖ୍ୟା ବଢିବ ।
ପୁନର୍ବସୁ - ପରିସ୍ଥିତିବଶତଃ ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । କୋର୍ଟର ରାୟ ଡେରି ହୋଇପାରେ । ମହିଳା ମାନଙ୍କ ଦିନ ଭଲରେ କଟିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ
କର୍କଟ-
ପୁନର୍ବସୁ- ଭାଗ୍ୟ ଉଦ୍ୟୋଗି ହେବା ସହିତ, ବ୍ୟବସାୟ – ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ - ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ ।
ପୁଷ୍ୟା- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକୁ ପରିବର୍ତନ କରିପାରନ୍ତି ।
ଅଶ୍ଲେଷା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ତରବରିଆ ପଦକ୍ଷେପ ନେଲେ ହଇରାଣରେ ପଡିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୂବନେଶୂରୀ ମହାକବଚ ଧାରଣ କରନ୍ତୁ
ସିଂହ
ମଘା – ରୋଗ ପୀଡା ପାଇଁ ଚିନ୍ତାରେ ରହିବେ । ବ୍ୟବସାୟରେ କ୍ଷତିରେ ପଡିପାରନ୍ତି । ଘରକାମରେ ଭାଇ-ଭଉଣୀ ମାନେ ସହଯୋଗ କରିବେ ।
ପୂ , ଫାଲଗୁନୀ - ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ । ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ । ଶିକ୍ଷାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ ।
ଉ ,ଫାଲଗୁନୀ – ଭୁସମ୍ପତି ସମାନ ପରିମାଣରେ ଭାଗ ହୋଇପାରେ । ମହିଳାମାନେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ । ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ବିଷ୍ଣୁଙ୍କୁ ଲାଲ ମନ୍ଦାର ଦେଇ ଦିନଟି ଆରମ୍ଭ କରନ୍ତୁ
କନ୍ୟା-
ଉ,ଫଳଗୁନି- ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆନନ୍ଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ ।
ହସ୍ତା- କାର୍ୟ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ ।
ଚିତ୍ରା- ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ବାହ୍ୟ ଶତୃ ମାନଙ୍କଠାରୁ ଦୂରେଇ ରହିବା ଭଲ । ରାଜନୀତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଦହି ଖାଇ ଘରୁ ବାହାରନ୍ତୁ
ତୁଳା -
ଚିତ୍ରା – ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ ।
ସ୍ୱାତୀ – ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ମହିଳା ମାନେ ତିରସ୍କୃତ ହୋଇପାରନ୍ତି
ବିଶାଖା – ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ମହିଳା ମାନେ ଦାମ୍ପତ୍ୟ ସୌଖ ଉପଭୋଗ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ବିଶାଖା- କେତେ ଗୁଡିଏ ମହତ୍ୱପୂର୍ଣ୍ଣ କାର୍ଯ୍ୟର ପରିବର୍ତ୍ତନ ହୋଇ ଆପଣଙ୍କ ଆର୍ଥିକ ସ୍ଥିତି ବହୁତ ଭଲ ରହିବ । ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ସମ୍ପର୍କରେ ଘୃଣା ଏବଂ ବିରକ୍ତି ଦୂର ହେବ ।
ଅନୁରାଧା- ମାନ ମର୍ଯ୍ୟାଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ଆପଣଙ୍କ ବିଚାରକୁ ସକାରତ୍ମକ ରଖନ୍ତୁ । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।
ଜ୍ୟେଷ୍ଠା- ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ଖେଳକୁଦରେ ମନ ଦେବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମନ୍ଦାର ଫୁଲକୁ ସୂର୍ୟ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ
ମୂଳା – ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି । ଚାକିରୀ କ୍ଷେତ୍ରରେ ଅପମାନ ପାଇବେ । ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ ।
ପୂ , ଷାଢା – ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଅର୍ଜିତ ଧନ ଓ ମାନ ହରାଇବେ । ପିଲାମାନେ ସାଧାରଣ ଭାବେ ଉନ୍ନତି କରିବେ ।
ଉ , ଷାଢା – କୌଣସି ଘଟଣାରେ ସପୃକ୍ତ ହୋଇପାରନ୍ତି । ମହିଳା ମାନେ କୈାଣସି ଅଜଣା ବିପଦରେ ପଡି ପାରନ୍ତି । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ,ଷାଢା- ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ । ପିଲା ମାନଙ୍କ ପଢାକୁ ନେଇ ମନ ଖୁସି ରହିବ ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଆନନ୍ଦିତ ହେବେ । ବ୍ୟବସାୟରେ ଭାଗୀଦାରଙ୍କ ସହ ମନାନ୍ତର ଦୂରେଇ ଯିବ ।
ଶ୍ରବଣା- ସାମାଜିକ କ୍ଷେତ୍ରରେ ଯଶ ବଢିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ ।
ଧନିଷ୍ଠା- ଚାକିରି କ୍ଷେତ୍ରରେ କୁ ଚକ୍ରାନ୍ତ ବଶବର୍ତୀ ହୋଇ କ୍ଷୋଭ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ
ଧନିଷ୍ଠା – ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ । କର୍ମକ୍ଷେତ୍ରରେ ବିଫଳତା ଦେଖା ଦେଇପାରେ । ହଠାତ କୈାଣସି ଖୁସି ଖବର ପାଇବେ ।
ଶତଭିଷା – କଥନଶୈଳୀକୁ ପରିବର୍ତ୍ତନ କରିପାରନ୍ତି । ବ୍ୟବସାୟରେ ଆୟ ବୃଦ୍ଧି କରିବେ । ପିଲାମାନେ କୃତିତ୍ୱ ଅର୍ଜନ କରିବେ ।
ପୂ , ଭାଦ୍ରପଦ – ସଭାସମିତିରେ ସୀମା ଭିତରେ ରହିବା ଭଲ ନତବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ । ମହିଳା ମାନେ ଦର୍ଶନାଭିଳାଷି ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ-
ପୂ,ଭାଦ୍ରପଦ- ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ । ସମୟ ଏପରି ହେବ ଯେ ଦୁଇ ପଇସା ଜାଗାରେ ଛ ପଇସା ଖର୍ଚ୍ଚ କରିବାକୁ ପଡିବ ।
ଉ,ଭାଦ୍ରପଦ- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।
ରେବତୀ- ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ନିଜ ଟଙ୍କା ସହିତ ବିଶେଷ ସତର୍କ ରହିବା ଉଚିତ ହେବ କାରଣ ଆପଣ ଏହାକୁ ହରାଇବାର ଆଶଙ୍କା ଅଛି । ଏକ କାର କ୍ରୟ କରିବାର ସୁଯୋଗ ଉପସ୍ଥାପନ କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/uploadimage/library/16_9/16_9_0/Horoscope__1731813673-123190.jpg)