/odishatv-khabar/media/media_files/2026/03/04/horoscope-2026-03-04-09-32-56.jpg)
Horoscope Photograph: (OTV)
ମେଷ -
ଅଶ୍ୱନୀ- ଜୀବନ ସାଥୀଙ୍କ ସହିତ ଖୁସିରେ ସମୟ ବିତାଇବେ । ମନକୁ ସ୍ଥିର କରି ନୂଆ ବ୍ୟବସାୟ ଆରମ୍ଭ କରିବେ । କର୍ମକ୍ଷେତ୍ରରେ ନିଜ ପ୍ରତିଭାର ପ୍ରଣାମ ଦେଇ ଆଗକୁ ବଢିବେ ।
ଦ୍ୱିଜା- ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତ୍ତାର ପରିଚୟ ଦେବେ ।
କୃତିକା- ରାଜନୀତିରେ ଦୁଃସାହସିକ ପଦକ୍ଷେପ ଗ୍ରହଣ କରିବେ । ଖଳ ଲୋକଙ୍କ ଦ୍ୱାରା କ୍ଷତିଗ୍ରସ୍ତ ହୋଇପାରନ୍ତି । ଶିକ୍ଷାର୍ଥୀ ମାନଙ୍କର ଶିକ୍ଷାରେ ଦକ୍ଷତା ଓ ଅଭିଜ୍ଞତା ବଢିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ବୃଷ -
କୃତିକା- ଅପ୍ରତ୍ୟାଶିତ ଖର୍ଚ୍ଚ ଏବଂ ଶାରୀରିକ ସମସ୍ୟାକୁ ବଢ଼ାଇପାରେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ ।
ରୋହିଣୀ- ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୈାଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ୍ ହେବେ । ପିଲାମାନଙ୍କ ପାଇଁ ଏକାଡେମିକ୍ ପ୍ରଦର୍ଶନ ପାଇଁ ମଧ୍ୟ ଭଲ ହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ ।
ମୃଗଶିରା- ସମ୍ପତି ଲାଭ ହୋଇପାରେ । ମହିଳା ମାନେ ଯୋଗ୍ୟ ପ୍ରତିପାଦିତ ହେବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ -
ମୃଗଶିରା- ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ ।
ଆଦ୍ରା- ଚାକିରୀରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନିତିରେ କିଛି ବିଶେଃଷ କଥା ଆଲୋଚନା କରିବେ ।
ପୁନର୍ବସୁ- ଆୟର ପନ୍ଥା ଖୋଲିଯିବ । ଯାନ, ବାହନ କରିବାରେ ଆଗ୍ରହ ବଢିବ । ମହିଳା ମାନେ ମନରେ ବ୍ୟାକୁଳତା ଅନୁଭବ କରିବେ । ପରିବାରରେ ସମ୍ପତିକୁ ନେଇ ବିବାଦ ଉପୁଜିଲେ ବି ଆପସ ବୁଝାମଣା ମାଧ୍ୟମରେ ସମସ୍ୟାର ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ -
ପୁନର୍ବସୁ- ଖୁସି ଖବର ଶୁଣି ମନ ପ୍ରଫୁଲ୍ଲିତ ରହିବ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଆମଦାନି ବଢଇବାର ନୂଆ ଯୋଜନା ମୁଣ୍ଡକୁ ଆସିପାରେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ
ପୁଷ୍ୟା- ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ ।
ଅଶ୍ଳେଷା - କୋର୍ଟ, କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ । ଛାତ୍ର ଛାତ୍ରୀ ମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ସିଂହ -
ମଘା-ନିଜର ଦକ୍ଷତା ଅନୁସାରେ କର୍ମକ୍ଷେତ୍ରରେ ବଡ ଦାୟିତ୍ୱ ନେଇପାରନ୍ତି । ଭାଙ୍ଗିଯାଇଥିବା ସଂପର୍କ ପୁନର୍ବାର ଯୋଡି ହୋଇପାରେ । ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ ।
ପୂ,ଫାଲଗୁନି- ପୁତ୍ର କନ୍ୟା ମାନଙ୍କର ଆଚରଣ ଆପଣଙ୍କୁ ଆଘାତ ଦେଇପାରେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରନ୍ତି ।
ଉ,ଫାଲଗୁନି- ଆପଣଙ୍କର ମନ ଦୃଢ ହେବ । ଆପଣ ଅଭିଜ୍ଞତା ଅର୍ଜନ କରିବେ ଯାହା ଫଳପ୍ରଦ ଏବଂ ମୂଲ୍ୟବାନ ପ୍ରମାଣିତ ହେବ । ପ୍ରତ୍ୟେକ ବାଧାବିଘ୍ନକୁ ଦୂର କରିବାରେ ସକ୍ଷମ ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗୀଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା -
ଉ- ଫାଲ୍ଗୁନୀ- ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର୍ଯ୍ୟାଦା ପ୍ରାପ୍ତ ହୋଇପାରେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ ।
ହସ୍ତା- ମହିଳା ମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ରହିବେ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ବହୁ ଦିନର ମନସ୍କାମନା ପୂରଣ ହେବ ।
ଚିତ୍ରା- ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା -
ଚିତ୍ରା- ଶାରୀରିକ ଅବସ୍ଥାରେ ସନ୍ତୁଳନ ପାଇବେ । ଆପଣ ଭଲ ପାଉଥିବା ଲୋକଙ୍କ ସହିତ ଆପଣ ସମୟ ବିତାଇବେ । ନିଜର ବନ୍ଧନକୁ ଦୃଢ କରିବା ପାଇଁ ପ୍ରୟାସ କରିବେ । ଯଦି ଆପଣ ଏକ ନୂତନ ବ୍ୟବସାୟ ଆରମ୍ଭ କରନ୍ତି, ତେବେ ଫଳାଫଳ ଅନୂକୁଳ ହେବ
ସ୍ୱାତୀ- ଘରେ ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ବିଚାର କରିବେ । ଆପଣଙ୍କ ଜୀବନ ସାଥିଙ୍କ ସହିତ ମଧୁର ସମ୍ପର୍କ ରହିବ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିପାରେ ।
ବିଶାଖା- ଶିକ୍ଷା କ୍ଷେତ୍ରରେ ଅଭିଜ୍ଞତା ବଢିବ । ସମ୍ପତ୍ତି-ବାଡିକୁ ନେଇ ଅନେକ ପରିସ୍ଥିତି ଦେଖା ଦେଇପାରେ । ମହିଳା ମାନଙ୍କୁ ଅନେକ ଚାପରେ ଗତି କରିବାକୁ ପଡିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କ ଫଟୋକୁ ପୂଜାର୍ଚ୍ଚନା କରନ୍ତୁ
ବିଛା -
ବିଶାଖା- ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ। ଚାକିରିରେ କ୍ରୋଧର ବଶବର୍ତୀ ହୁଅନ୍ତୁ ନାହିଁ ।
ଅନୁରାଧା- ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣ ବିଚଳିତ କରିପାରେ
ଜ୍ୟୋଷ୍ଠା- ପୈତୃକ ସମ୍ପତ୍ତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ଉଚ୍ଚମନା ରହିବେ । ମନୋରଞନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ -
ମୂଳା- କର୍ମକ୍ଷେତ୍ରରେ ସହଭାଗୀ ମାନଙ୍କ ସହ ଖୁସିରେ କାମ କରିବେ । ବ୍ୟବସାୟରେ ଭଲ ଅର୍ଥ ପାଇବେ । ମହିଳା ମାନେ ମଧ୍ୟ କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।
ପୂ,ଷାଢା- ପରିବାରରେ ଚିନ୍ତା ବଢିପାରେ । ଚାକିରି କ୍ଷେତ୍ରରେ ପ୍ରାଧାନ୍ୟ ହ୍ରାସ ପାଇବେ । ମୋହରେ ପଡି ଅପଦସ୍ତ ହେବେ । ଆତ୍ମୀୟଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ ।
ଉ,ଷାଢା- ନିଜ ଜୀବନକୁ ସୁସଂଗଠିତ ରଖିବା ପାଇଁ ନିଜର ଦକ୍ଷତା ବିକାଶ କରିବା ଆବଶ୍ୟକ । ସରକାରୀ କ୍ଷେତ୍ରର କର୍ମଚାରୀଙ୍କ ଦରମା ବୃଦ୍ଧି ପାଇପାରେ । ମହିଳାମାନେ କାର୍ଯ୍ୟ ବ୍ୟସ୍ତ ରହି ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର -
ଉ, ଷାଢା- ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।
ଶ୍ରବଣା- ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ ।
ଧନିଷ୍ଠା- ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣୀ ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର୍ଯ୍ୟଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ -
ଧନିଷ୍ଠା- ସ୍ୱାସ୍ଥ୍ୟ ପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ ।
ଶତଭିଷା- ସମ୍ପର୍କୀୟମାନଙ୍କ ସହିତ ସମ୍ପର୍କ ଅଧିକ ଘନିଷ୍ଠ ହେବ । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ଯ୍ୟ କରିବେ । ଶିକ୍ଷାର୍ଥୀ ପଢାରେ କୃତକାର୍ଯ୍ୟ କରିବେ ।
ପୂ,ଭାଦ୍ରପଦ- ସମ୍ପତ୍ତି କ୍ରୟ କରିବାର ସୁଯୋଗ ପାଇବେ । ଦୂର ଜାଗାକୁ ଭ୍ରମଣରେ ଯାଇପାରନ୍ତି । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ -
ପୂ, ଭାଦ୍ରପଦ- ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଦାଂପତ୍ୟ ଜୀବନରେ ମଧୁରତା ବଢିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।
ଉ, ଭାଦ୍ରପଦ- ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ ।
ରେବତୀ- କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୈାଣସି ମୂଲ୍ୟବାନ୍ ଉପହାର ପ୍ରାପ୍ତି ହେବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କୈାଣସି ବ୍ରାହ୍ମଣର ସେବା କରନ୍ତୁ
Who Played the First Holi: କିଏ ଖେଳିଥିଲେ ପ୍ରଥମ ହୋଲି; ରାଧା-କୃଷ୍ଣ, ଲକ୍ଷ୍ମୀ-ନାରାୟଣ… ନା ଆଉ କିଏ

Arvind Signals Possible Expansion: ଆଗକୁ ରାଜ୍ୟସଭା ପ୍ରାର୍ଥୀଙ୍କ ସଂଖ୍ୟା ବଢ଼ି ୬ ବି ହୋଇପାରେ: ଅରବିନ୍ଦ

Avoid Harmful Chemicals This Holi: ସୁରକ୍ଷିତ ହୋଲି ପାଇଁ ଏହି ୫ଟି ଟିପ୍ସ; ଭେଜାଲ ଅବିରରୁ ସତର୍କ! ଏମିତି ଚିହ୍ନନ୍ତୁ ଜୈବିକ ରଙ୍ଗ!

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)