/odishatv-khabar/media/media_files/2026/01/05/horoscope-2026-01-05-08-34-00.jpg)
Horoscope Photograph: (OTV)
୦୫.ସୋମବାର
ମେଷ-
ଅଶ୍ୱନୀ- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ବକେୟା ଅର୍ଥ ଆଦାୟ ହେବ ।
ଦ୍ୱିଜା-ନୂତନ ଅଫିସ୍ କାମରେ ମାନସିକ ଚାପର ସମ୍ମୁଖୀନ ହୋଇପାରନ୍ତି। ଶିଳ୍ପ, ଆଇନ ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ। ବିଭିନ୍ନ ପ୍ରତିବନ୍ଧକର ସମ୍ମୁଖୀନ ହୋଇ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ।
କୃତିକା- ଦୂରଯାତ୍ରା କାଳରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ପ୍ରଶାସନିକ ସ୍ତରରେ, ସଭାସମିତିରେ, ବ୍ୟବସାୟରେ ମନମନାନ୍ତର ଦେଖା ଦେଇପାରେ। ଅଟକି ରହିଥିବା କାମ ଆରମ୍ଭ କରିବାକୁ ମନ ବଳାଇବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- ବ୍ୟବସାୟରେ ଲାଭବାନ୍ ହେବେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ । ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ ।
ରୋହିଣୀ- ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ ।
ମୃଗଶିରା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତ୍ସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ । ଅନ୍ୟର ସାହାର୍ୟ୍ୟରେ ଅଟକି ରହିଥିବା କାମକୁ ସପୂର୍ଣ୍ଣ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ
ମିଥୁନ-
ମୃଗଶିରା- ପରିବାରରେ ଅଶାନ୍ତ ଦୂର ହେବ ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ। ବାଣିଜ୍ୟ, ବ୍ୟବସାୟ ତଥା ବିବାଦୀୟ ଘଟଣାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିରେ ପଡ଼ି ଅଣନିଃଶ୍ୱାସୀ ହୋଇପାରନ୍ତି।
ଆଦ୍ରା-ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ। ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଜଣେ ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ।
ପୁନର୍ବସୁ- ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ଅନ୍ୟର ଦୁଃଖ ଦୁର୍ଦ୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ
କର୍କଟ-
ପୁନର୍ବସୁ- ଦୈନଦିନ କାର୍ଯ୍ୟରେ ସଫଳତା ପାଇବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ ।
ପୁଷ୍ୟା- ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଫିସ୍ରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।
ଅଶ୍ଲେଷା- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ
ସିଂହ-
ମଘା- ପାରିବାରିକ ଜୀବନରେ ସୁଖ ଶାନ୍ତି ଲାଭ କରିବେ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ଣ୍ଣ ରହିବ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ।
ପୂ,ଫାଲଗୁନି- ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ । ସାମ୍ବାଦିକତା, କଳ କାରଖାନା ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ର ପାଇଁ ଦିନଟି ଭଲ।
ଉ,ଫାଲଗୁନି- କୋର୍ଟକଚେରି କାମ ଅନୁକୂଳ ରହିବ । ଆପଣଙ୍କ ଭୁଲ୍ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଅବଶ୍ୟ ରାଜନୈତିକ ସ୍ତରରେ, ପ୍ରଶାସନିକ କ୍ଷେତ୍ର ପାଇଁ, ସଂଗଠନ ସକାଶେ ଦିନଟି ବହୁତ ଭଲ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ଉ,ଫଳଗୁନି- ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ ।
ହସ୍ତା- ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ନୂଆ କାର୍ୟ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ
ଚିତ୍ରା- ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ । ଛାତ୍ର ଛାତ୍ରୀ ମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ
ତୁଳା-
ଚିତ୍ରା- ପାରିବାରିକ ପରିସ୍ଥିତି ଠିକ୍ ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦୂରେଇ ଯିବ । କର୍ମ କ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟାଦ୍ୱାରା ସାଫଲ୍ୟ ହେବେ ।
ସ୍ୱାତୀ- ସ୍ୱାସ୍ଥ୍ୟ ଭଲ ରହିବ ଯାହା ଫଳରେ ମନ ପ୍ରସନ୍ନ ରହିବ । ରାଜନୈତିକ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ । କର୍ମ କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ।
ବିଶାଖା-ଯାନ ବାହନରେ ସତର୍କତା ଅବଲମ୍ବନ ନ କଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ ପ୍ରତି ରୁଚି ବୃଦ୍ଧି ହେବ । ବାଦ ବିବାଦ ଠାରୁ ଦୂରେଇ ରହିବା ଭଲ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ
ବିଛା-
ବିଶାଖା- ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ ।
ଅନୁରାଧା- ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ
ଜ୍ୟେଷ୍ଠା- ବଳିଷ୍ଠଙ୍କ ସହିତ କଥା ହେବା ବେଳେ ସଂଯମ ରଖନ୍ତୁ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ମୂଳା- ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଯେକୌଣସି ନୂତନ କାର୍ଯ୍ୟ କରିବେ ତାହା ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ ଓ ଲାଭଦାୟକ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସୁଚାରୁ ରୂପେ କରିପାରିବେ ।
ପୂ,ଷାଢା- ଆର୍ଥିକ ସଙ୍କଟ ଦୂରେଇ ଯିବ । କର୍ମ କ୍ଷେତ୍ରରେ ଅଧିକାରୀ ପ୍ରସନ୍ନ ରହିବେ । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବା ସହ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ ।
ଉ,ଷାଢା- କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବରିଷ୍ଠ ବ୍ୟକ୍ତି ଓ ଗୁରୁଜନମାନଙ୍କ ଠାରୁ ପ୍ରଶଂସା ପାଇବେ । ତୀର୍ଥସ୍ଥାନ ଯାତ୍ରା କରିବାର ସୁଯୋଗ ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ପାଣିରେ ହଳଦୀ ଟିକେ ମିଶାଇ ଗାଧାନ୍ତୁ ।
ମକର-
ଉ,ଷାଢା- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।
ଶ୍ରବଣା- ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟକୁ ହାତକୁ ନେବେ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତୃ ଆପଣଙ୍କର କ୍ଷତି କରି ପାରନ୍ତି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ ।
ଧନିଷ୍ଠା- ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ଧନିଷ୍ଠା- ପାରିବାରିକ ସୁଖ ସମୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ଆଶା ଅନୁଯାୟୀ ସୁଫଳ ପ୍ରଦାନ କରିବ । ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ୱଭାବ ଯୋଗୁ ବିଚଳିତ ହୋଇପାରନ୍ତି। ସାମାଜିକ ତଥା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ୟ୍ୟାଦା ବଢ଼ିବ।
ଶତଭିଷା- ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣ କରି ଆନନ୍ଦ ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ମିତ୍ରତାର ହାତ ବଢେଇବେ ।
ପୂ,ଭାଦ୍ରପଦ- ଯାତ୍ରା ସମୟରେ ଅପରିଚିତଙ୍କ ସହ କଳହ ଲାଗିଯିବାର ସମ୍ଭାବନା ରହିଛି। ବାଣିଜ୍ୟ, ବ୍ୟବସାୟ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ସହ ପୂଜାପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । କୈାଣସି ମହତ୍ୱ ପୂର୍ଣ୍ଣ ଦାୟିତ୍ୱ ସମ୍ପର୍ଣ୍ଣ କରି ପାରନ୍ତି ।
ଉ,ଭାଦ୍ରପଦ- ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । ରାଜନେତା ନୂଆ କାର୍ୟ୍ୟ ଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ ।
ରେବତୀ- ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ
Toxic Drinking Water: ଇନ୍ଦୋର ବିଷାକ୍ତ ପାଣି ଘଟଣା ପରେ ଓଡ଼ିଶାର ପିଇବା ପାଣି ସୁରକ୍ଷା ନେଇ ଚିନ୍ତା

Odisha SI Exam Scam: କେବେ ହେବ ଏସଆଇ ପରୀକ୍ଷା? ବିଳମ୍ବ ଓ କେଳେଙ୍କାରୀରେ ଆଶାୟୀ ଚିନ୍ତାରେ

Mohammed Moquim’s New Regional Party: ମୋକିମଙ୍କ ନୂଆ ଆଞ୍ଚଳିକ ଦଳ: ମାର୍ଚ୍ଚରେ ଘୋଷଣା, ରାଜ୍ୟସଭାରେ ବଡ଼ ଖେଳ!

Over Untimely Rath Yatra: ଅଦିନିଆ ରଥଯାତ୍ରାକୁ ନେଇ ଗଜପତି ମହାରାଜାଙ୍କ କଠୋର ସ୍ୱର, ଜଗନ୍ନାଥ ପରମ୍ପରା ସୁରକ୍ଷା ଦାବି

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)