/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)
Horoscope Photograph: (OTV)
ମେଷ
ଅଶ୍ୱନୀ – ବୁଦ୍ଧି ବିଦ୍ୟାର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିବେ । ପରିବାରରେ ଅନ୍ୟଙ୍କ ପାଇଁ ଚିନ୍ତା ବଢିବ । ଦେହ, ମନ ଭଲ ରହିବ ।
ଦ୍ୱିଜା – ଛାତ୍ରଛାତ୍ରୀ ମାନେ ପଢ଼ାରେ ଏକାଗ୍ରତା ରକ୍ଷା କରି କୃତକାର୍ଯ୍ୟ କରିବେ । ରାଜନୀତିରେ ବଡ଼ ଦାୟିତ୍ୱ ତୁଲାଇବେ । ଆଜି ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି।
କୃତିକା – ନୂଆ ଜମି କ୍ରୟ କରିବେ । ଗୃହିଣୀ ମାନେ କର୍ତ୍ତବ୍ୟ ନିର୍ବାହ କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ଘଟଣାକୁ ନେଇ ପଡ଼ୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଗୋ ମାତାଙ୍କୁ ଖାଇବାକୁ ଦିଅନ୍ତୁ
ବୃଷ-
କୃତିକା- ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ସାମାନ୍ୟ ଚିନ୍ତା ଦେଖାଦେବ। କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ ।
ରୋହିଣୀ- ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ ।
ମୃଗଶିରା- ଜାଗା, ଜମି ଆଦି କ୍ରୟ କରିବେ । କ୍ରୀଡା ପ୍ରତି ଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା - ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । ମୁଣ୍ଡବ୍ୟଥା ଜନିତ ସମସ୍ୟା ଦେଖାଦେବ । ବ୍ୟବସାୟୀମାନେ କୌଶଳରେ କାର୍ଯ୍ୟ ହାସଲ କରିବେ।
ଆଦ୍ରା - କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଧର୍ମାନୁଷ୍ଟାନରେ କାମ କରିବାର ସୁଯୋଗ ପାଇବେ । ରାଜନୀତିରେ ଶତ୍ରୁଙ୍କ ସଖ୍ୟା ବଢିବ ।
ପୁନର୍ବସୁ - ପରିସ୍ଥିତିବଶତଃ ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । କୋର୍ଟର ରାୟ ଡେରି ହୋଇପାରେ । ମହିଳା ମାନଙ୍କ ଦିନ ଭଲରେ କଟିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ
କର୍କଟ-
ପୁନର୍ବସୁ- ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂତନ ଯୋନଜାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ । ପରିବାର ଭିତରେ କୈାଣସି କଥାକୁ ନେଇ ମତାନ୍ତର ସୃଷ୍ଟି ହୋଇପାରେ ।
ପୁଷ୍ୟା- ରାଜନିତିରେ ଅନେକ ମହତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ । ଶିକ୍ଷାକ୍ଷେତ୍ରରେ ମନୋବାଞ୍ଛିତ ସ୍ଥାନରେ ପଢିବାର ସୁଯୋଗ ପାଇବେ । ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ ।
ଅଶ୍ଳେଷା- ପୈତୃକ ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ମହିଳା ମାନେ ନିଜ ବ୍ୟବହାରରେ ସଂଯମତା ରକ୍ଷା କରନ୍ତୁ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ । ବ୍ୟପାର ବୃର୍ତିରେ ପ୍ରଗତି ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ପ୍ରଣାମ କରନ୍ତୁ
ସିଂହ-
ମଘା – ରୋଗ ପୀଡା ପାଇଁ ଚିନ୍ତାରେ ରହିବେ । ବ୍ୟବସାୟରେ କ୍ଷତିରେ ପଡିପାରନ୍ତି । ଘରକାମରେ ଭାଇ-ଭଉଣୀ ମାନେ ସହଯୋଗ କରିବେ ।
ପୂ , ଫାଲଗୁନୀ - ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ । ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ । ଶିକ୍ଷାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ ।
ଉ ,ଫାଲଗୁନୀ – ଭୁସମ୍ପତି ସମାନ ପରିମାଣରେ ଭାଗ ହୋଇପାରେ । ମହିଳାମାନେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ । ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ବିଷ୍ଣୁଙ୍କୁ ଲାଲ ମନ୍ଦାର ଦେଇ ଦିନଟି ଆରମ୍ଭ କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଦାମ୍ପତ୍ୟ ସୁଖରେ ଆଶା ଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇ ପାରିବ । ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ
ହସ୍ତା- କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ
ଚିତ୍ରା- ଜମିଜମା ସଙ୍କ୍ରାନ୍ତରେ ସଫଳତା ମିଳିବ । ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଅଫିସ୍ରେ କାହାରି ପ୍ରତି ଆକର୍ଷିତ ଅନୁଭବ କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ତୁଳା -
ଚିତ୍ରା – ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ
ସ୍ୱାତୀ – ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ମହିଳା ମାନେ ତିରସ୍କୃତ ହୋଇପାରନ୍ତି
ବିଶାଖା – ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ମହିଳା ମାନେ ଦାମ୍ପତ୍ୟ ସୌଖ ଉପଭୋଗ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ବିଶାଖା- ସ୍ୱାସ୍ଥ୍ୟ ସମ୍ବନ୍ଧିତ କିଛି ସମସ୍ୟା ମଧ୍ୟ ଦେଖା ଦେଇପାରେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତା କରିବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ
ଅନୁରାଧା- ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ୍ ପରାମର୍ଶ ଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ଛାତ୍ରଛାତ୍ରୀ ମାନେ ବିଦେଶଯାତ୍ରା କରି ପାରିବେ । ଖୋଜୁଥିବା ଜିନିଷଟି ପାଇ ଆନନ୍ଦିତ ହେବେ । ସମାସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ
ଜ୍ୟୋଷ୍ଠା- ମାଲିମକନ୍ଦମା ରେ ସଫଳତା ପ୍ରାପ୍ତି ହେବ । ମହିଳା ମାନେ ପିଲାଙ୍କ ଶିକ୍ଷାକୁ ନେଇ ଚିନ୍ତିତ ରହିବେ । ଆପଣଙ୍କର କର୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ । ପରିଶ୍ରମର ସନ୍ତୋଷ ଜନକ ଫଳ ମିଳିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା – ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି । ଚାକିରୀ କ୍ଷେତ୍ରରେ ଅପମାନ ପାଇବେ । ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ
ପୂ , ଷାଢା – ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଅର୍ଜିତ ଧନ ଓ ମାନ ହରାଇବେ । ପିଲାମାନେ ସାଧାରଣ ଭାବେ ଉନ୍ନତି କରିବେ ।
ଉ , ଷାଢା – କୌଣସି ଘଟଣାରେ ସପୃକ୍ତ ହୋଇପାରନ୍ତି । ମହିଳା ମାନେ କୈାଣସି ଅଜଣା ବିପଦରେ ପଡି ପାରନ୍ତି । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ, ଷାଢା- ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ପ୍ରେମିଯୁଗଳ ଏକାନ୍ତରେ ସମୟ କାଟିବେ
ଶ୍ରବଣା- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ
ଧନିଷ୍ଠା- ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ସାହିତ୍ୟିକଙ୍କ ଲାଗି ଦିନଟି ଭଲ ରହିବ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା – ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ । କର୍ମକ୍ଷେତ୍ରରେ ବିଫଳତା ଦେଖା ଦେଇପାରେ । ହଠାତ କୈାଣସି ଖୁସି ଖବର ପାଇବେ
ଶତଭିଷା – କଥନଶୈଳୀକୁ ପରିବର୍ତ୍ତନ କରିପାରନ୍ତି । ବ୍ୟବସାୟରେ ଆୟ ବୃଦ୍ଧି କରିବେ । ପିଲାମାନେ କୃତିତ୍ୱ ଅର୍ଜନ କରିବେ
ପୂ , ଭାଦ୍ରପଦ – ସଭାସମିତିରେ ସୀମା ଭିତରେ ରହିବା ଭଲ ନତବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ । ମହିଳା ମାନେ ଦର୍ଶନାଭିଳାଷି ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ-
ପୂ, ଭାଦ୍ରପଦ- ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ଉନ୍ନତମାନର ଫଳପାଇବେ ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ ।
ଉ, ଭାଦ୍ରପଦ- କାର୍ଯ୍ୟଦକ୍ଷତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ ।
ରେବତୀ- ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହି । ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି । ମହିଳା ମାନେ ଅଚାନକ କୈାଣସି ନିର୍ଣ୍ଣୟ ନିଅନ୍ନୁ ନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ
Horoscope
Today Panchang 5th October 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

After Cough Syrup Claims Young Lives: କଫ୍ ସିରପ୍ ଖାଇ ୧୧ ଶିଶୁଙ୍କ ମୃତ୍ୟୁ ପରେ ବଢିଲା ଛନକା, ୨ ବର୍ଷରୁ କମ୍ ପିଲାଙ୍କୁ ସିରପ୍ ନଦେବାକୁ କେନ୍ଦ୍ର ଆଡଭାଇଜରି

Chaos at Cuttack Immersion Fest: କଟକ ଭସାଣ ଉତ୍ସବରେ ପଥର ଓ ବୋତଲ ମାଡ଼ ଘଟଣା, ୬ ଜଣ ଆକ୍ରମଣକାରୀଙ୍କୁ ବାନ୍ଧିଲା ପୋଲିସ

Karnataka Man Murdered: ୫.୨ କୋଟିର ବୀମା ଟଙ୍କା ପାଇଁ ହତ୍ୟା, ସାମନାକୁ ଆସିଲେ ନକଲି ପତ୍ନୀ

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)