Advertisment

Daily Horoscope 6th December 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଧାର୍ମିକ କାର୍ଯ୍ୟ ପ୍ରତି ଆସ୍ଥା ବଢିବ । ଅର୍ଥନୈତିକ କାରବାର ଦିଗରେ ସଫଳ ଲାଭ କରିବେ । ପ୍ରେମିକ ପ୍ରେମିକା ମାନଙ୍କ ପାଇଁ ଭଲ ସମୟ ଚାଲିଛି । ଆପଣ ଯେତେ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ।

author-image
Deepak Acharya
undefined

Horoscope Photograph: (OTV)

ମେଷ-
ଅଶ୍ୱନୀ-ଧାର୍ମିକ କାର୍ଯ୍ୟ ପ୍ରତି ଆସ୍ଥା ବଢିବ । ଅର୍ଥନୈତିକ କାରବାର ଦିଗରେ ସଫଳ ଲାଭ କରିବେ । ପ୍ରେମିକ ପ୍ରେମିକା ମାନଙ୍କ ପାଇଁ ଭଲ ସମୟ ଚାଲିଛି । 
ଦ୍ୱିଜା-    ଆପଣ ଯେତେ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବିଭିନ୍ନ ସମସ୍ୟା ନେଇ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ।
କୃତିକା- ସଙ୍ଗୀତଜ୍ଞମାନେ ଭଲ ପ୍ରଦର୍ଶନ କରିବେ । ଶତ୍ରୁଙ୍କୁ ପରାସ୍ତ କରିବା ଲାଗି ଚଷ୍ଟୋ କରିବେ । ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ଆଶଙ୍କା ଦେଖାଦେବ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- କୈାଣସି ଛୋଟା ଲୋକଙ୍କୁ କିଛି ସାହାଯ୍ୟ କରନ୍ତୁ    
ବୃଷ-
କୃତିକା- ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ ।  ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ ।
ରୋହିଣୀ- ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ
ମୃଗଶିରା- ଜମିଜମା ବିବାଦରେ ବିଜୟୀ ହେବେ । ନାରୀମାନେ କୈାଣସି କ୍ଷେତ୍ରରେ ସମ୍ମାନିତ ହୋଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମୃଗଶିରା-ଆର୍ଥିକ ସମସ୍ୟାରେ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ । କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟ ବିଫଳ ହେବ । ସ୍ୱାସ୍ଥ୍ୟ ଉପରେ ବିଶେଷ ଧ୍ୟାନ ଦେବେ ।
ଆଦ୍ରା- କାର୍ଯ୍ୟରେ ସ୍ଥିରତା ଯୋଗେ ମିତ୍ର ଭାଇ ବନ୍ଧୁମାନେ ସହଯୋଗ କରିବେ । ଭାଗୀଦାରୀରେ ହୋଇଥିବା କ୍ଷତିରୁ ବଞ୍ଚଯିବେ । ରାଜନୀତି ଓ କ୍ରୀଡା ତଥା ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ ।
ପୁନର୍ବସୁ- କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ଟେନ୍‌ସନ ବୃଦ୍ଧି ପାଇପାରେ । ଯାନ ଚଳାଇବା ବେଳେ ଫୋନ ର ବ୍ୟବହାର କରନ୍ତୁ ନାହିଁ । ରାସ୍ତାରେ କୌଣସି ସାହାର୍ଯ୍ୟ କାରୀ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
କର୍କଟ-
ପୁନର୍ବସୁ- ପ୍ରତ୍ୟେକ କାମକୁ ଦକ୍ଷତାର ସହ ସମ୍ପାଦନ କରିବାରେ ପ୍ରେରଣା ଯୋଗାଇବ। ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମକୁ ଚଳାଇ ନେବେ।
ପୁଷ୍ୟା- ଚାକିରୀରେ ବ୍ୟତିକ୍ରମ ଦେଖାଦେଇ ପାରେ । ରାଜନୀତିରେ ପଦମର୍ଯ୍ୟାଦା ମିଳିବ । ଛାତ୍ର ଛାତ୍ରୀ ମାନେ ପାଠ ପଢା କ୍ଷେତ୍ରରେ ପଛୁଆ ରହିପାରନ୍ତି।
ଅଶ୍ଲେଷା-ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ମହିଳା ମାନେ ଅଳ୍ପ ପ୍ରୟାସରେ  କାମ ପୂର୍ଣ୍ଣ କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- ନୂତନ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଅଧିକ ଉନ୍ନତି କରିବେ । କର୍ମଜୀବି ମାନେ ସମସ୍ତ କର୍ମରେ ଅତ୍ୟଧିକ ସଫଳତା ପାଇବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇପାରେ ।  
ପୂ,ଫାଲଗୁନି- ମାନସିକ ସ୍ଥିତି ବିଶେଷ ଭଲ ରହିବ ନାହିଁ । ପରିବହନ, ଆଲୋଚନା କ୍ଷେତ୍ରରେ ପ୍ରତିବନ୍ଧକକୁ ଦୂରେଇବାର ପ୍ରଯତ୍ନ କଲେ ଉପକୃତ ହେବେ ।
ଉ,ଫାଲଗୁନି- ନୂତନ  ଜମିବାଡି ଓ ଯାନବାହନ କିଣିବାର ସୁଯୋଗ ପାଇପାରନ୍ତି । କୋର୍ଟ କଚେରୀରେ ଅଧିକ ଖର୍ଚ୍ଚାନ୍ତ ହେବେ । ନିଜ ପାଇଁ ସମୟ ମିଳିପାରିବ ନାହିଁ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧    
ପ୍ରତିକାର – ଘରର ବଡ ଲୋକ ମାନଙ୍କଠାରୁ ଆର୍ଶିବାଦ ନେଇ କର୍ମ ଆରମ୍ଭ କରନ୍ତୁ
କନ୍ୟା-
ଉ,ଫଳଗୁନି- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଶିଳ୍ପ କ୍ଷେତ୍ରରେ ଶୁଭଫଳ ଲାଭ କରିବେ । କାର୍ଯ୍ୟରେ ସଫଳତା ମିଳିବାରୁ ମନ ପ୍ରସନ୍ନ ରହିବ ।
ହସ୍ତା- କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଂଶସାବାଣୀ ଶୁଣିବେ ଓ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ଛାତ୍ରଛାତ୍ରି ମାନେ ପଢାରେ ମନୋନିବେଶ କରିବେ
ଚିତ୍ରା-ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ । ସରକାରୀ କର୍ମଚାରୀ ମାନେ ଉତ୍ତମ କାର୍ଯ୍ୟକରି ପ୍ରଶଂସା ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର -  ବୁଧାଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ
ତୁଳା-
ଚିତ୍ରା- କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ । ଦାମ୍ପତ୍ୟ ସୁଖରେ ସନ୍ତୋଷ ରହିବେ ।
ସ୍ୱାତୀ- ସାମାଜିକ ପରିସର ବୃଦ୍ଧି ପାଇବ । ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କ ପାଇଁ ଦିନଟି ଭଲ ରହିବ । ଜୀବନ ସାଥୀଙ୍କ  ସହିତ ପୂର୍ବ କଥାକୁ ନେଇ ମନୋମାଳିନ୍ୟ ହେବେ ।
ବିଶାଖା- ଜମିଜମା କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ଧର୍ମ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ କମଳାଙ୍କର  ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ 
ବିଛା-
ବିଶାଖା- ଆପଣଙ୍କ ଆର୍ଥୀକ ସ୍ଥିତି ସୁଦୃଢ ରହିବ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଉତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ
ଅନୁରାଧା- କୈାଣସି ବରିଷ୍ଠ ନେତାଙ୍କ ପରାମର୍ଶରେ ନିର୍ବାଚନର ସୁଯୋଗ ପାଇପାରନ୍ତି । ଛାତ୍ରଛାତ୍ରି ମାନେ ଉଚ୍ଚଶିକ୍ଷା ପାଇଁ ପ୍ରସ୍ତୁତ ହେବେ । ଅଜଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ ।
ଜ୍ୟେଷ୍ଠା- କୋର୍ଟ କଚେରୀର ଶୁଣାଣି ଆଜି ସ୍ଥିର ହୋଇପାରେ । ସାମ୍ବାଦିକତା କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ଶୁଭ ହୋଇପାରେ । ନିଜ ମନରେ ନାକାରତ୍ମକ ଚିନ୍ତାକୁ ଆସିବାକୁ ଦିଅନ୍ତୁ ନାହିଁ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ
ଧନୁ-
ମୂଳା- ସୁନ୍ଦର କଳ୍ପନାରେ ବିଭୋର ହେବେ । ଅନ୍ୟ ମାନଙ୍କ ସହିତ ଖୁସିରେ ସମୟ ଅତିବାହିତ କରିବେ । ସ୍ୱାସ୍ଥ୍ୟ ପ୍ରତି ଅବହେଳା କରିପାରନ୍ତି ।
ପୂ,ଷାଢା-ଅନ୍ୟମନସ୍କ ରହି ବିଭିନ୍ନ ସମସ୍ୟାକୁ ଡାକି ଆଣି ପାରନ୍ତି । କୌଣସି ହୃଦୟବାନ୍ ବ୍ୟକ୍ତିଙ୍କ ସହାୟତାରରୁ କାର୍ଯ୍ୟ ସିଦ୍ଧି ହେତୁ ମନ ପ୍ରଫୁଲ୍ଲିତ ରହିବ । କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।
ଉ,ଷାଢା- ବନ୍ଧୁଙ୍କ ଦ୍ୱାରା ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ସମ୍ପତି ଓ ଯାନବାହାନ କ୍ରୟବିକ୍ରୟ କରିପାରନ୍ତି । ସଞ୍ଚୟ କମ୍ ଓ ଖର୍ଚ୍ଚ ଅଧିକ ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ,ଷାଢା- ପାରିବାରିକ ଖର୍ଚ୍ଚ ବିଶେଷ ବୃଦ୍ଧି ପାଇବା ହେତୁ ଚିନ୍ତିତ ରହିବେ। କର୍ମକ୍ଷେତ୍ର ଭଲ ରହିଲେ ମଧ୍ୟ ପିଲାମାନଙ୍କ ସକାଶେ ମନ ଅସ୍ଥିର ରହିବ। ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ।
ଶ୍ରବଣା- ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ । ଅତୀତ ଘଟଣା ବିଷୟରେ ଚିନ୍ତା କରି ମନ ଭଲ ଲାଗିବ ନାହିଁ।
ଧନିଷ୍ଠା- ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବା ସହିତ ସାସ୍କୃତିକ କାର୍ଯ୍ୟରେ ଲୋକ ପ୍ରିୟତା ଅର୍ଜନ କରିବେ ।  ସାମାଜିକ ସଂସାର କାମରେ ସହଯୋଗ କରିବେ । ମହିଳା ମାନଙ୍କର ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ହେତୁକ ମନ ଉଦ୍‌ବିଗ୍ନ ରହିବ  
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮    
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
ଧନିଷ୍ଠା- କର୍ମ ଜୀବି ମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଓ ପ୍ରମୋଶନ ମିଳିପାରେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିବ । ବନ୍ଧୁ ଓ ପରିବାର ସହ ଭ୍ରମଣ ପାଇଁ ଯାଇପାରନ୍ତି ।
ଶତଭିଷା- ରାଜନେତାଙ୍କ ଲାଗି ଭଲ ଦିନଟିଏ । ଅଫିସ କାମ ସଂପୂଣ୍ଣ କରିବା ପାଇଁ ବ୍ୟସ୍ତ ରହିବେ । ପାଖ ଲୋକଙ୍କ ଠାରୁ ଖୁସି ଖବର ପାଇବେ । ଛାତ୍ରଙ୍କର ଲେଖାପଢ଼ାରେ ମନ ଲାଗିବ ।
ପୂ,ଭାଦ୍ରପଦ- କରିବାକୁ ପିଲା ମାନଙ୍କ କଳହକୁ କେନ୍ଦ୍ରକରି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଦୂରଯାତ୍ରା ପଡ଼ିପାରେ । ବନ୍ଧୁମାନଙ୍କ ନିକଟରୁ ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ପୂ,ଭାଦ୍ରପଦ- ଡାଇବେଟିସ୍ ଜନିତ ସମସ୍ୟା ଦୂର ହୋଇପାରେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।
ଉ,ଭାଦ୍ରପଦ- ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରଛାତ୍ରୀ ସଫଳତା ପାଇବେ । ରାଜନିତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ । ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ ।
ରେବତୀ- ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ବାକି ପଡିଥିବା ପାଉଣା ଫେରି ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

Advertisment
Horoscope
Advertisment
Related Articles
Advertisment