/odishatv-khabar/media/post_attachments/uploadimage/library/16_9/16_9_0/Horoscope_1654136926.jpg)
ମେଷ-
ଅଶ୍ୱନୀ- ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । କାର୍ଯ୍ୟ ପୁରଣରେ ସଂଘର୍ଷ ଦ୍ୱାରା ସଫଳତା ମିଳିବ । ପରିବାରରେ କଠିନ ପରିଶ୍ରମ କଲେ ସମସ୍ତ ଆଶା ପୂରଣ ହେବ ।
ଦ୍ୱିଜା- ଅଟକିଥିବା କାର୍ଯ୍ୟ ଚାଲୁ ହେବ । ବିଦ୍ୟାରେ ଉନ୍ନତି ହେବା ସହ ଆଶାଜନକ ଫଳ ପ୍ରାପ୍ତି ହେବ । କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।
କୃତିକା- ରାଜନୈତିକ କ୍ଷେତ୍ରରେ ଉଚ୍ଚ ପ୍ରଂଶସିତ ହେବେ । ଜାଗା, ଜମି, ବାହନ ଆଦି କ୍ରୟ କରି ପାରିବେ । ଦୂର ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଠାକୁରଙ୍କ ଚନ୍ଦନକୁ କପାଳରେ ଲଗାନ୍ତୁ
ବୃଷ-
କୃତିକା- ସବୁ କାମରେ ଆଗୁଆ ରହି କାମ କରିବା ହେତୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ। ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତାରୁ ପ୍ରଶଂସିତ ହେବେ ।
ରୋହିଣୀ- ମାଙ୍ଗଳିକ କାର୍ଯ୍ୟ ସକାଶେ ଆତ୍ମୀୟଙ୍କ ସହ ଆଲୋଚନା କରିପାରନ୍ତି। କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ଅସଂଯତ କାର୍ୟ୍ୟକଳାପ ସମସ୍ୟାକୁ ବଢାଇ ଦେବ। ସାମ୍ବାଦିକତା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।
ମୃଗଶିରା- ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ
ମିଥୁନ-
ମୃଗଶିରା-ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ । ନିର୍ମାଣଧିନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପ୍ରତିବନ୍ଧକ ଦୂରହେବ । ବ୍ୟବସାୟ କ୍ଷେତ୍ରରେ କିଛି ନୂଆ କରିବାପାଇଁ ଚେଷ୍ଟା କରିପାରନ୍ତି ।
ଆଦ୍ରା- ଆର୍ଥିକ ଅନଟନ ଆଜିର ମୁଖ୍ୟ ସମସ୍ୟା ହେବା କାରଣରୁ ବିଶେଷ ଚିନ୍ତିତ ହୋଇପାରନ୍ତି । ଶିକ୍ଷାର୍ଥୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ସଭା ସମିତିର କଥା ଆପଣଙ୍କ ସପକ୍ଷରେ ଯିବ ।
ପୁନର୍ବସୁ- ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବା ସଙ୍ଗକୁ ବାଇଦା ପଡ଼ିପାରେ। ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡ଼ିବେ। ଆପଣଙ୍କ ସରଳତାର ସୁଯୋଗ ନେଇ ପଡୋଶୀ ମାନେ କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା କରନ୍ତୁ
କର୍କଟ-
ପୁନର୍ବସୁ- ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି । ଦୀର୍ଘ ଦିନରୁ କଥାବାର୍ତ୍ତା କରୁ ନ ଥିବା ବନ୍ଧୁଟି ନିକଟକୁ ଆସିବେ । ମାନସିକ ଅସ୍ଥିରତା କାରଣରୁ କର୍ମ କ୍ଷେତ୍ରରେ ଅଶାନ୍ତି ଲାଗିପାରେ ।
ପୁଷ୍ୟା- ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା, ଯାତ୍ରା ପାଇଁ ଦିନଟି ଭଲ। ଅସମର୍ଥିତ ସୂତ୍ରରୁ ଭୁଲ୍ ଖବର ପାଇ ସାମୟିକ ବିବ୍ରତ ହେବେ।
ଅଶ୍ଳେଷା- ନୂତନ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ସମୟ ଅତିବାହିତ ହେବ । ସ୍ୱାସ୍ଥ୍ୟରେ ଉନ୍ନତି, ପରିବାର ସଦସ୍ୟଙ୍କ ଆଶାପୂରଣ ଓ ଯାତ୍ରାରେ ସଫଳତା ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଅସହାୟ ବ୍ୟକ୍ତିଙ୍କୁ ସାହାର୍ୟ୍ୟ କରନ୍ତୁ
ସିଂହ-
ମଘା- କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ଓ ସନ୍ତାନ ହେତୁକ ଗୈାରବ ବୃଦ୍ଧିର ପ୍ରତୀକ ହେବ। ତଥାପି ପାରିବାରିକ କ୍ଷେତ୍ର, ଆନୁଷ୍ଠାନିକ କାମ ସକାଶେ ପ୍ରତିକୁଳ ପରିସ୍ଥିତି ସୃଷ୍ଟିର ଆଶଙ୍କା ଦେଖା ଦେଇପାରେ।
ପୂ,ଫାଲଗୁନି- ବିଭିନ୍ନ ଦିଗରୁ ସାହାଯ୍ୟ ପାଇଲେ ମଧ୍ୟ ଆଜିର କାମ ଗୁଡିକ ସକାଶେ ହନ୍ତସନ୍ତ ହେବାକୁ ପଡିବ। ପରିସ୍ଥିତିରେ ପଡି ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ ସକାଶେ ବହୁତ ଅର୍ଥବ୍ୟୟର ସମ୍ଭାବନା ରହିଛି।
ଉ,ଫାଲଗୁନି-ପଢାପଢିରେ ମନେଯାଗ ଦେଲେ ବିଦ୍ୟାରେ ଉନ୍ନତି ହେବ । ଦୀର୍ଘଦିନର ଋଣ ଓ ପରୋକ୍ଷ ଶତ୍ରୁତା ପାଇଁ ବ୍ୟସ୍ତ ରହିବେ । ସଭା ସମିତିରେ ସମସ୍ୟା ସମାଧାନ ପାଇଁ ରାସ୍ତା ଖୋଜି ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗୀଙ୍କର ପୂଜା କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ବନ୍ଧୁ ମିଳନ, ଦୂରଯାତ୍ରା, ଶୁଭକାର୍ଯ୍ୟରେ ସହଯୋଗ କରିପାରନ୍ତି । କର୍ମକ୍ଷେତ୍ରରେ ବନ୍ଧୁତା ରହିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ପ୍ରତ୍ୟେକ କାମ କରାଇ ନେବେ ।
ହସ୍ତା- କେତେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ । ଖର୍ଚ୍ଚ ପରିମାଣ କ୍ରମଶଃ ବଢ଼ିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ଲେଖାପଢ଼ା କ୍ଷେତ୍ରରେ ଶୁଭଫଳ ପାଇବେ ।
ଚିତ୍ରା- ଯାତ୍ରା ସମୟରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ନଚେତ୍ ହଜିଯିବା ସମ୍ଭାବନା ରହିଛି । ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ହୋଇଯିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା-
ଚିତ୍ରା-ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯତ୍ନ କଲେ ବିଫଳ ହୋଇପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। କେତେକ କ୍ଷେତ୍ରରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି।
ସ୍ୱାତୀ- ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଘରକୁ ବନ୍ଧୁ ଆସିବା ହେତୁ ଖୁସିର ମାହୋଲ ରହିବ ।
ବିଶାଖା- ଅନ୍ୟମାନଙ୍କ ଉପରେ ନିର୍ଭଳଶୀଳ ହେବେ । ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ଦେଖାଦେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଫୁଲ ଦିଅନ୍ତୁ
ବିଛା-
ବିଶାଖା- ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ବେପାର, ବାଣିଜ୍ୟ ତଥା ଆଇନ ଅଦାଲତରୁ ସୁଫଳ ପାଇବେ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ ।
ଅନୁରାଧା- ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ। ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।
ଜ୍ୟୋଷ୍ଠା- ପୁରୁଣା ଘର ମରାମତି କରିବା ପାଇଁ ମନସ୍ଥ କରିବେ । ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ତଥା ନିଜ ପରିସରରେ ପ୍ରତିଷ୍ଠିତ ହେବେ । ମହିଳା ମାନେ ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ମୂଳା- ଜୀବନ ସାଥିଙ୍କ ପାଇଁ ଭଲ ତାଳ ମେଳ ବଜାୟ ରହିବ । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ରହିଛି ।
ପୂ,ଷାଢା- ଆବଶ୍ୟକୀୟ ଅର୍ଥପ୍ରାପ୍ତି ସକାଶେ ଅନ୍ୟମାନଙ୍କୁ ନେହୁରା ହେବାକୁ ପଡ଼ିପାରେ। ରାଜନୀତି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବିଦ୍ୟାର୍ଥୀ ମାନେ ଅଧ୍ୟୟନ ପାଇଁ ତତ୍ପର ହୋଇପାରନ୍ତି ।
ଉ,ଷାଢା- ବେଖାତିର ଭାବରେ ସବୁକଥାକୁ ହାଲୁକା ଭାବେ ଗ୍ରହଣକଲେ କ୍ଷତିରେ ପଡ଼ିବେ। ଆଲୋଚନା ପରିସର, ସଭାସମିତି, ତର୍କ ଓ ବିବାଦରେ ସ୍ଥଗିତ କାମକୁ ପୂରା କରିବେ। ଆଲୋଚନା, ଲେଖାପଢ଼ା କ୍ଷେତ୍ରରୁ ଶୁଭଫଳ ପାଇବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ
ମକର
ଉ, ଷାଢା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦ ଅନୁଭବ କରିବେ । ଭ୍ରାତୃ ସମ୍ପର୍କ କ୍ଷେତ୍ରରେ ସଫଳତା ପ୍ରଦାନ କରିବ । କର୍ମକ୍ଷେତ୍ରରେ ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଏକାଗ୍ରତା ସହ ତୁଲାଇବେ ।
ଶ୍ରବଣା- ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ । ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ଯାତ୍ରା ସମୟରେ କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିଯାଇ ପାରନ୍ତି ।
ଧନିଷ୍ଠା- ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳ ପାଇବେ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ର ଓ ଅଦାଲତର ରାୟ ସପକ୍ଷରେ ଯିବ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା- କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ ।
ଶତଭିଷା- ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ପିଲାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ସରକାରୀ ସାହାଯ୍ୟରୁ ଅର୍ଥ ଲାଭ ହୋଇପାରେ ।
ପୂ,ଭାଦ୍ରପଦ- ଶିଳ୍ପ, ବାଣିଜ୍ୟ ଓ ପରିବହନରେ ପ୍ରତିବନ୍ଧକ ଦୁଶ୍ଚିନ୍ତର କାରଣ ହୋଇପାରେ। ସାମାଜିକ ସ୍ତରରେ ବନ୍ଧୁମାନଙ୍କ ଦ୍ୱାରା କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆବଶ୍ୟକତା ଉପଲବ୍ଧି କରି ଗୃହୋପକରଣ ସାମଗ୍ରୀ କ୍ରୟ କରିପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଅସାହ୍ୟ ଲୋକଙ୍କୁ ସାହାର୍ଯ୍ୟ କରନ୍ତୁ
ମୀନ
ପୂ, ଭାଦ୍ରପଦ- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ପିଲାମାନଙ୍କର ଉନ୍ନତିରେ ଖୁସି ଅନୁଭବ କରିବେ ।
ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ଅର୍ଥାତ୍ ଚାକିରି ହେଉ କି ବ୍ୟବସାୟ-ବାଣିଜ୍ୟ ହେଉ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ବେଳେବେଳେ ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ ।
ରେବତୀ- ନୂତନ ଗୃହପୋକରଣ କ୍ରୟ କରିପାରନ୍ତି । ସାହିତ୍ୟ, ଗବେଷଣା ତଥା ରଚନାତ୍ମକ କାର୍ୟ୍ୟରେ ଅଗ୍ରଗତି ଘଟିବ । ପିଲାଙ୍କ ସକାଶେ ଅଶାନ୍ତି ରହି କୌଣସି କାମକୁ ଠିକ୍ ଭାବେ କରିପାରିବେ ନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
Today Panchang 6th January 2026: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

US VP JD Vance's House Attacked: ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ଘରେ ଆକ୍ରମଣ

Four Students Seriously Injured: ୪ ଛାତ୍ରଙ୍କ ଉପରେ ଥିନର ଢାଳି ଦେଲେ ଆଉ ଜଣ ଛାତ୍ର

Successful Operational Test of S-400: S-400ର ବ୍ୟବହାରିକ ପରୀକ୍ଷା; ସ୍ବଳ୍ପ ଦୂରଗାମୀ ଟାର୍ଗେଟ୍ ମିସାଇଲକୁ ଆକାଶରେ କଲା ଧ୍ବଂସ

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)