/odishatv-khabar/media/media_files/2025/10/31/horoscope-2025-10-31-08-27-57.jpg)
Horoscope Photograph: (OTV)
ମେଷ-
ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ ।
ଦ୍ୱିଜା- ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।
କୃତିକା- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ହୋଇ ପାରନ୍ତି । ଅନ୍ୟମାନଙ୍କର କଥା ଓ କାର୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
କୃତିକା- ଶିଶୁ ମାନଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେବା ଦରକାର । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । ଅବିବାହିତ ଯୁବକ ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ ।
ରୋହିଣୀ- ଜାଗା, ଜମି ଗୃହ ଆଦି କ୍ରୟ କରିବାର ସୁଯୋଗ ଅଛି । ନିଜ ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ । ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବାର ସମ୍ଭାବନା ରହିଛି ।
ମୃଗଶିରା- ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବା ପାଇଁ କରିଥିବା ଶ୍ରମର ଅବଶ୍ୟ ଶୁଭଫଳ ପାଇବ । ସମାଜ କଲ୍ୟ।ଣ, ଧର୍ମାନୁଷ୍ଠାନରେ, ମନ୍ଦିର ରେ ଯୋଗଦାନ କରି ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
ଆଦ୍ରା- ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ ।
ପୁନର୍ବସୁ- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।
ପୁଷ୍ୟା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ରାଜଦଳୀୟ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।
ଅଶ୍ଳେଷା- ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ-
ମଘା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାନିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।
ପୂ,ଫାଲଗୁନି- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ଉ,ଫାଲଗୁନି- ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍ଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ହସ୍ତା- ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । କାମରେ ହଠାତ କୈଣସି ଯୋଜନାରେ ପରିବର୍ତନ କରିପାରନ୍ତି । ରାଜନିତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ ।
ଚିତ୍ରା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ତୁଳା-
ଚିତ୍ରା- କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ ।
ସ୍ୱାତୀ- ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ । ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ ।
ବିଶାଖା- ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।
ଅନୁରାଧା- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ୟ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।
ଜ୍ୟୋଷ୍ଠା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳା ମାନେ ପାରିବରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ର କରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି ।
ପୂ,ଷାଢା- ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ଶିକ୍ଷାର୍ଥୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ ।
ଉ,ଷାଢା- ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ମକର
ଉ, ଷାଢା- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଦି ପାଇବ ।
ଶ୍ରବଣା- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ ।
ଧନିଷ୍ଠା- ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ଧନିଷ୍ଠା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ
ଶତଭିଷା- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ପୂ,ଭାଦ୍ରପଦ- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ
ପୂ, ଭାଦ୍ରପଦ-ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସ୍ବାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।
ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ ।
ରେବତୀ- ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
Today Panchang 6th November 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Sri Sri RaviShankar to Visit Odisha: ୪ ଦିନିଆ ଓଡ଼ିଶା ଗସ୍ତରେ ଶ୍ରୀ ଶ୍ରୀ ରବିଶଙ୍କର

History Of Bali Jatra: ଇତିହାସର ଆଇନାରେ ଯୋବ୍ରା କାହାଣୀ; ନୌବାଣିଜ୍ୟ ପରମ୍ପରାର ସ୍ମୃତିଚାରଣ

Crime Scene Recreation: କୁମାର ପୂର୍ଣ୍ଣିମାରେ କ୍ରାଇମ୍, କାର୍ତ୍ତିକ ପୂର୍ଣ୍ଣିମାରେ ସିନ୍ ରିକ୍ରିଏସନ୍: ଡେମୋ ଦେଖାଇଲେ କୁରୁପତି ଓ ଚିଣ୍ଟୁ

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)