ମେଷ-
ଅଶ୍ୱନୀ- ବ୍ୟବସାୟରେ ମଧ୍ୟମ ଧରଣର ଲାଭ ପାଇବେ । ଆପଣଙ୍କୁ ଅର୍ଥଲାଭ ସାଙ୍ଗକୁ ବାକ୍ ବିଳାସ ପ୍ରଦାନ କରିବ। କର୍ମଜୀବିମାନେ କର୍ମ ପ୍ରବଣତା ଦେଖାଇବେ ।
ଦ୍ୱିଜା- ଅସୁବିଧାଜନକ ସ୍ଥିତିରେ ଗୁରୁଜନଙ୍କ ବାଣୀ ମନରେ ଆଶ୍ୱସ୍ତି ଭରିପାରେ। ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ଅନ୍ୟମାନଙ୍କ କାମରେ ନିଜକୁ ମଜ୍ଜାଇ ରଖି ପ୍ରଶଂସିତ ହେବେ।
କୃତିକା- ମହିଳା ମାନେ ନାନା ସମସ୍ୟା ଭିତରେ ଗତି କରିବେ । ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇଯିବେ । ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ବୃଷ-
କୃତିକା- ବିଦ୍ୟାର୍ଥୀମାନେ ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ ।
ରୋହିଣୀ- ପଡୋଶୀ ଏବଂ କୁଟୁମ୍ଭ ସହ ଲାଗିଥିବା କଳହର ସମାଧାନ ହୋଇଯିବ । ଯାନ ବାହନ କିଣି ଖୁସି ଅନୁଭବ କରିବେ । ଜାଗା ଜମି କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ ଦୂରେଇ ଯିବ ।
ମୃଗଶିରା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ରାଜନୈତିକ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା-ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳ କ୍ରମେ ସମାଧାନ ହେବ । ନୂଆ କାମରେ ଘର ଲୋକ ସାହାଯ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ ହେବ ।
ଆଦ୍ରା- ବିଦ୍ୟାର୍ଥୀ ପାଠପଢାରେ ଧ୍ୟାନ ଦେବେ । ନୂତନ ଚାକିରୀରେ ପ୍ରତିଷ୍ଠିତ ହେବେ । ପ୍ରଶାସନିକ କ୍ଷେତ୍ରରେ ଶୁଭ ଫଳଲାଭ ପାଇପାରିବେ ।
ପୁନର୍ବସୁ- ପରିବାରର ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଅନ୍ୟମାନଙ୍କୁ ଖୁସିରେ ରଖିବା ସକାଶେ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ବିଫଳ ହୋଇପାରନ୍ତି। ନୂତନ ପ୍ରକଳ୍ପ ଆରମ୍ଭ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ପୁନର୍ବସୁ- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ କରିବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ ।
ପୁଷ୍ୟା- ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ । ମହିଳା ମାନେ ଐଶ୍ୱର୍ଯ୍ୟର ଅଧିକାରୀ ହୋଇପାରନ୍ତି ।
ଅଶ୍ଲେଷା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ମଘା-ପରିବାରରେ ପିଲାମାନଙ୍କ ମେଳରେ ଖୁସିରେ ସମୟ କାଟିବେ । ଗ୍ରାହକଙ୍କ ସହ ତର୍କ ବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ସାମାନ୍ୟ କ୍ଷତି ହୋଇପାରେ । ଚର୍ମ ରୋଗ ଦେଖାଦେଇପାରେ ।
ପୂ,ଫାଲଗୁନି- ଚାକିରୀରେ ସମସ୍ୟା ଦେଖାଦେବା ସହ ସ୍ଥାନାନ୍ତରଣର ଯୋଗ ରହିଛି । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଯତ୍ନଶୀଳ ରହିଲେ ସଫଳତା ପ୍ରାପ୍ତ କରିବେ । ରାଜନୀତିରେ ଦଳୀୟ ବିବାଦ ଉପୁଜିପାରେ ।
ଉ,ଫାଲଗୁନି- ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ । ଆଜି ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ। ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ,ଫଳଗୁନି- ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବ୍ୟବସାୟିକ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ ।
ହସ୍ତା- ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ଧାତୁ ପଦାର୍ଥ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ଲାଭବାନ୍ ହେବେ ।
ଚିତ୍ରା- ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ
ତୁଳା-
ଚିତ୍ରା- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଅସହାୟ ଓ ଅଶକ୍ତ ଲୋକଙ୍କୁ ସହେଯାଗ କରିବା ପାଇଁ ହାତ ବଢେଇବେ । କେତେକ କାମ ଅଧାରେ ଅଟକି ଯିବା କାରଣରୁ ମାନସିକ ସ୍ତରରେ ଅଶାନ୍ତି ଅନୁଭବ କରିବେ।
ସ୍ୱାତୀ- ମାନସିକ ସ୍ଥିତି ଠିକ୍ ରହିବ। କାମଗୁଡ଼ିକୁ ସମ୍ପନ୍ନ କରିବାରେ ଆନୁଷଙ୍ଗିକ ସୁବିଧା ସୁଯୋଗ ଅବଶ୍ୟ ପାଇବେ। ଅବହେଳାଜନିତ ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉ ଥିବାରୁ ମନ ଭଲ ରହିବ ନାହିଁ।
ବିଶାଖା- ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ନୂଆ ଦାୟିତ୍ବ ମିଳିପାରେ। ପ୍ରତିଯୋଗିତାରେ ଖୁବ୍ ଭଲ କରିବେ । ମହିଳା ମାନେ କୈାଣସି ଅଜଣା ବିପଦରେ ପଡି ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ବିଛା-
ବିଶାଖା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱ ପୂର୍ଣ୍ଣ ଦାୟିତ୍ୱ ବହନ କରିବେ । ବାଣିଜ୍ୟ- ବ୍ୟବସାୟରେ ସ୍ଥିତି ସୁଦୃଢ ହୋଇଯିବ ।
ଅନୁରାଧା- ରାଜନିତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଖସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସା ପାଇବେ ।
ଜ୍ୟେଷ୍ଠା- ଦୂରଯାତ୍ରାରେ ପ୍ରିୟଜନଙ୍କ ସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭବାନ ହେବେ । କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ମୂଳା- ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ । ଜୀବନ ସାଥିଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ସମ୍ପର୍କୀୟ ସହାୟତା ଯୋଗୁଁ ଆର୍ଥିକ ସ୍ୱଛଳତା ସହ ଆପଣଙ୍କ ଆତ୍ମବିଶ୍ୱାସ ମଧ୍ୟ ବଢିବ ।
ପୂ,ଷାଢା- ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଛାତ୍ରଙ୍କର ଲେଖାପଢ଼ାରେ ମନ ଲାଗିବ।ଆପଣଙ୍କ ଆତ୍ମବିଶ୍ୱାସ ଉଚ୍ଚ ରହିବ ।
ଉ,ଷାଢା- କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ,ଷାଢା- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।
ଶ୍ରବଣା- କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାର୍ୟ୍ୟ ପାଇବେ । ରାଜନିତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ । ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।
ଧନିଷ୍ଠା- କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଧନିଷ୍ଠା- ଗୁରୁଜନ ମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍ ଦ୍ରୁତ ହେବ ଓ ଆର୍ଥିକ ସ୍ଥିତି ପୂର୍ବପରି ରହିବ।
ଶତଭିଷା- ସରକାରୀ କ୍ଷେତ୍ରରେ ପରୀକ୍ଷା ଦେଲେ ଉତିର୍ଣ୍ଣ ହେବେ । ଆର୍ଥିକ କ୍ଷେତ୍ରରେ ଉତମ ପରିମାଣ ପ୍ରାପ୍ତ ହେବ । ଦୃଢସଂକଳ୍ପ ଓ ଆତ୍ମବିଶ୍ୱାସ ଭରପୁର ରହିବ ।
ପୂ,ଭାଦ୍ରପଦ- ପୈତୃକ ସମ୍ପତ୍ତି କୁ ନେଇ ଦୁଇଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ ହେବେ । ଭାତୃବିବାଦ ଉପୁଜି ପାରେ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଉତ୍ତମ ଫଳ ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ-
ପୂ,ଭାଦ୍ରପଦ- ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । ବ୍ୟବସାୟରେ କୈାଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ।
ଉ,ଭାଦ୍ରପଦ- ଶିକ୍ଷାର୍ଥୀ ମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଆର୍ଥୀକ ସ୍ଥିତି ପୂର୍ବ ପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।
ରେବତୀ- କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳା ମାନଙ୍କ ପାଇଁ ଦିନଟି ମହତ୍ୱପୁର୍ଣ୍ଣ ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/uploadimage/library/16_9/16_9_0/Horoscope_1722650611-276554.jpg)