Advertisment

Daily Horoscope 7th January 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ମାନସିକ ସ୍ଥିରତା ଦେଖାଦେବ । କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ପାଇବ । ବ୍ୟବସାୟ ଓ ପେସାଦାର ମାନଙ୍କୁ କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ।

author-image
Deepak Acharya
undefined

Horoscope Photograph: (OTV)

ମେଷ-
ଅଶ୍ୱନୀ- ମାନସିକ ସ୍ଥିରତା ଦେଖାଦେବ । କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ପାଇବ । ବ୍ୟବସାୟ ଓ ପେସାଦାର ମାନଙ୍କୁ କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ।
ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ବଜାୟ ରହିବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ସମ୍ପର୍କୀୟ ମାନଙ୍କର ସାହାଯ୍ୟ ପାଇବା କାରଣରୁ ଆର୍ଥିକ ଉନ୍ନତି ପାଇପାରିବେ ।  
କୃତିକା- ଚାକିରି କ୍ଷେତ୍ରରେ ସ୍ଥାନ ପରିବର୍ତନ ହେବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମଖୀନ ହୋଇପାରନ୍ତି ।  ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମହିଳା ମାନେ ଟିକେ ମାନସିକ ଚାପରେ ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- ପରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ ।
ରୋହିଣୀ- କର୍ମ କ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀ ମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି । ରାଜନୀତିରେ କୌଣସି ପଦକ୍ଷେପ ଗ୍ରହଣ କରିପାରନ୍ତି । କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହି ପାରନ୍ତି ।
ମୃଗଶିରା- ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ । ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମୃଗଶିରା- ରୋଗ ସାମୟିକ ହେଲେ ମଧ୍ୟ, ସାଧାରଣ ଭାବେ ଶାରୀରିକ ଅବସ୍ଥା ଭଲ ରହିବ । ପରିବାରର ସମପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାର‌୍ୟ୍ୟ ସହଯୋଗ ମିଳିବ ।
ଆଦ୍ରା- କେତେକ ନୂତନ ସୁଯୋଗ ସହିତ ଅର୍ଥଲାଭ ସୁଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ମହିଳା ମାନେ କେତେକ ସୁବିଧା ସୁଯୋଗ ଲାଭ କରିବେ ।
ପୁନର୍ବସୁ- ଖର୍ଚ୍ଚ ଅଟକଳ କ୍ଷେତ୍ରରେ ଅସମର୍ଥତା ପ୍ରକାଶ ପାଇବ ।  ମାଲିମକନ୍ଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ । ମହିଳା ମାନଙ୍କର ସଂଗୀତ କ୍ଷେତ୍ରରେ ରୂଚି ରହିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
କର୍କଟ-
ପୁନର୍ବସୁ- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ରାଜନୀତିରେ କୌଣସି କାମକୁ ହାତକୁ ନେବେ ।
ପୁଷ୍ୟା- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୌଖୀନ ଦ୍ରବ୍ୟ ସଂଗ୍ରହ କରିବେ ।
ଅଶ୍ଲେଷା- ସମ୍ପତି ବଢାଇବାରେ ଯୋଜନା ସଫଳ ହେବ । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ମହିଳା ମାନେ ଅଧିକ କାର୍ଯ୍ୟକରି ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର‌୍ୟ୍ୟ ଉତ୍ସାହପୂର୍ଣ୍ଣ ହେବ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । କାର‌୍ୟ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ ।
ପୂ,ଫାଲଗୁନି- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବେ । ଶିକ୍ଷାକ୍ଷେତ୍ରରେ ଲକ୍ଷ୍ୟସ୍ଥଳରେ ପହଞ୍ଚାଇବାକୁ ଚେଷ୍ଟା କରିବେ ।
ଉ,ଫାଲଗୁନି- ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ଶାରୀରିକ ଅସୁସ୍ଥତା ସୃଷ୍ଟି ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବା ସହ ଆଶା ଆଶ୍ୱାସନା ଲାଭ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ଉ,ଫଳଗୁନି- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି ।
ହସ୍ତା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ । 
ଚିତ୍ରା- ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧାଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ
ତୁଳା-
ଚିତ୍ରା- ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । କାର‌୍ୟ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ ।
ସ୍ୱାତୀ- ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ଅଫିସ୍‌ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି । ବିଦ୍ୟା କ୍ଷେତ୍ରରେ ପ୍ରଂଶସା ପାଇବେ ।
ବିଶାଖା- ବିଦେଶ ଭ୍ରମଣର ଯୋଗ ରହିଛି । ସଞ୍ଚିତ ଅର୍ଥ ବ୍ୟୟ ହୋଇପାରେ । ଭୂ-ସମ୍ପତିକୁ ନେଇ ଚିନ୍ତାରେ ରହିବେ । ମହିଳାମାନେ ସମସ୍ତଙ୍କ ପ୍ରତି ବ୍ୟବହାର ଭଲ ରଖିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଆରଧନା କରନ୍ତୁ
ବିଛା-
ବିଶାଖା- କର୍ମ କ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ ସାଂସାରିକ କ୍ଷେତ୍ରରେ ଭୁଲ ବୁଝାମଣା ଦେଖାଦେବ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ । 
ଅନୁରାଧା- ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । 
ଜ୍ୟେଷ୍ଠା- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ
ଧନୁ-
ମୂଳା- ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ । ପରିବାରରେ ହସ ଖୁସିର ପରିବେଶ ରହିବ ।
ପୂ,ଷାଢା- ରାଜନୀତିରେ ଶତ୍ରୁ ଓ ବିରୋଧି ମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ମନସ୍ତାପ ଭିତରେ ଚାକିରି କ୍ଷେତ୍ରରେ ସମ୍ମାନ ବଢିବ ।
ଉ,ଷାଢା- ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ । ଗଣ ମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ପୂଜାର୍ଚ୍ଚନା କରନ୍ତୁ    
ମକର-
ଉ,ଷାଢା- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ ।
ଶ୍ରବଣା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ ।
ଧନିଷ୍ଠା- ରାଜନେତାଙ୍କ ସାମାଜିକ ସ୍ଥର ବଢିବ । ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
ଧନିଷ୍ଠା- ହଠାତ୍ ବାୟୁରୋଗ ଦେଖା ଦେଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରି ପାରିବେ ନାହିଁ। ସ୍ଥଗିତ ଥିବା କର୍ମଟି ପୂରଣ ହେବା ସହ ଆର୍ଥୀକ ସଙ୍କଟ ଦୂରେଇ ଯାଇପାରେ ।
ଶତଭିଷା- ବ୍ୟବସାୟୀ ମାନେ ବିନା ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଚାକିରି କ୍ଷେତ୍ରରେ ପଦୋନ୍ନତି ହୋଇପାରେ ।
ପୂ,ଭାଦ୍ରପଦ- ଉଚ୍ଚ କର୍ମକର୍ତା ମାନେ ଆପଣଙ୍କ ଉପରେ ଖୁସି ହେବାର ଆଶା ଦେଖାଦେବ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ନାରୀମାନେ ଉଦର ପୀଡାରୁ ମୁକ୍ତି ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮    
ପ୍ରତିକାର –  ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
ମୀନ-
ପୂ,ଭାଦ୍ରପଦ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମ୍ନା କରିବାକୁ ପଡିପାରେ ।
ଉ,ଭାଦ୍ରପଦ- ଆର୍ଥିକ ସହାୟତା ପାଇ ଅଫିସରେ କାମ କରିନେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।
ରେବତୀ- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ । ମହିଳା ମାନେ ଅନ୍ୟକୁ ସାହା କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

Advertisment
Horoscope
Advertisment
Related Articles
Advertisment