Advertisment

Daily Horoscope 7th October 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନତି ହେବ । ବ୍ୟବସାୟ କ୍ଷେତ୍ରରେ ନିଜ ଲୋକଙ୍କ ସହାୟତା ଯୋଗୁଁ ଲାଭବାନ ହୋଇପାରନ୍ତି । ଘରୋଇ ଜୀବନ ସୁଖ, ଶାନ୍ତିମୟ ହେବ । ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ ।

author-image
Deepak Acharya
undefined

Horoscope Photograph: (OTV)

ମେଷ-
ଅଶ୍ୱନୀ- କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନତି ହେବ । ବ୍ୟବସାୟ କ୍ଷେତ୍ରରେ ନିଜ ଲୋକଙ୍କ ସହାୟତ ଯୋଗୁଁ ଲାଭବାନ ହୋଇପାରନ୍ତି । ଘରୋଇ ଜୀବନ ସୁଖ, ଶାନ୍ତିମୟ ହେବ । 
ଦ୍ୱିଜା- କାର‌୍ୟ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ଅସ୍ଥିରତା ମନ ରହିବ, ମାନସିକ ଦୁଃଚିନ୍ତା  ଲାଗି ରହିବ ।
କୃତିକା- କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୈାଣସି ଭଲ ଖବର ଶୁଣାଇବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ହନୁମାନଙ୍କର ଆରାଧନା କରନ୍ତୁ

Advertisment

ବୃଷ-
କୃତିକା- ବିଦ୍ୟାର୍ଥୀ ମାନେ  ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।     ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ
ରୋହିଣୀ- ପଡୋଶୀ ଏବଂ କୁଟୁମ୍ଭ ସହ ଲାଗିଥିବା କଳହର ସମାଧାନ ହୋଇଯିବ । ଯାନ ବାହନ କିଣି ଖୁସି ଅନୁଭବ କରିବେ । ଜାଗା ଜମି କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ ଦୂରେଇ ଯିବ ।  
ମୃଗଶିରା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ରାଜନୈତିକ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର  ମନ୍ତ୍ର ପାଠ କରନ୍ତୁ

ମିଥୁନ-
ମୃଗଶିରା- କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି ।
ଆଦ୍ରା- ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ । ପ୍ରେମ ପ୍ରସଙ୍ଗ ପ୍ରତି ବିଶ୍ୱାସ ବଢିପାରେ ।    
ପୁନର୍ବସୁ- ରାଜନିତିରେ ଲୋକଙ୍କ ପ୍ରିୟ ରହିବେ । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହେବେ । ମହିଳା ମାନେ ପୂଜାପାଠରେ ମନ ଲଗାଇବେ ।  
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

Advertisment

କର୍କଟ-
ପୁନର୍ବସୁ- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ ।  ପତ୍ନୀଙ୍କ ସହିତ ମତ  ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ
ପୁଷ୍ୟା- ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ । ମହିଳା ମାନେ ଐଶ୍ୱର‌୍ୟ୍ୟର ଅଧିକାରୀ ହୋଇପାରନ୍ତି
ଅଶ୍ଲେଷା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି ।  ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
ମଘା- ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ରୋଗରେ କଷ୍ଟ ପାଇବେ ।
ପୂ,ଫାଲଗୁନି- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ କ୍ଷ ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷଟିଏ କିଣିକି ଆଣିବାରେ ସମର୍ଥ ହେବେ ।
ଉ,ଫାଲଗୁନି- ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ନିଜର ଲୋକମାନେ ମଧ୍ୟ ବିରୁଦ୍ଧାଚରଣ କରିପାରନ୍ତି । ସାମାଜିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର‌୍ୟ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ

କନ୍ୟା-
ଉ,ଫଳଗୁନି- ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବ୍ୟବସାୟିକ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ ।
ହସ୍ତା- ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ଧାତୁ ପଦାର୍ଥ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ଲାଭବାନ୍ ହେବେ ।
ଚିତ୍ରା- ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସକାଳୁ  କାଉକୁ ଖାଇବାକୁ ଦିଅନ୍ତୁ    

ତୁଳା-
ଚିତ୍ରା- ପାରିବାରି ଜୀବନ ହସ, ଖୁସିରେ କଟିବ । ଚାକିରିରେ ପ୍ରାଧ୍ୟାନ ବଜାୟୀ ରଖିବେ । ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି ।
ସ୍ୱାତୀ- କର୍ମଜୀବି ମାନେ କର୍ମପ୍ରବଣତା ପ୍ରିତି ବୃଦ୍ଧି ପାଇବ । ରାଜନୈତିକ ଜୀବନ ଉଥାନ୍ , ପତନରେ ଗତି କରିବେ ।  ବିଶ୍ୱାସି ଲୋକ ବିଶ୍ୱାସଘାତ କାମ କରିପାରନ୍ତି । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ ।
ବିଶାଖା- ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ । ଆଇନ, ଅଦାଲତରେ ଜଡିତ ରହିବେ । ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବିଛା-
ବିଶାଖା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱ ପୂର୍ଣ୍ଣ ଦାୟିତ୍ୱ ବହନ କରିବେ । ବାଣିଜ୍ୟ- ବ୍ୟବସାୟରେ ସ୍ଥିତି ସୁଦୃଢ ହୋଇଯିବ ।    
ଅନୁରାଧା- ରାଜନିତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଖସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସା ପାଇବେ । 
ଜ୍ୟେଷ୍ଠା- ଦୂରଯାତ୍ରାରେ ପ୍ରିୟଜନଙ୍କ ସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭବାନ ହେବେ । କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-
ମୂଳା- ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ ।
ପୂ,ଷାଢା- ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ମହିଳା ମାନେ କଠିନ ପରିଶ୍ରମ କରିବେ ।
ଉ,ଷାଢା- ମହିଳା ମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର‌୍ୟ୍ୟରୁ ପ୍ରଂଶସିତ ହେବେ । ଉପରିସ୍ଥିଙ୍କ ଆଦେଶାନୁକ୍ରମେ ଦୂରଯାତ୍ରାର ସୁଯୋଗ ପାଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ

ମକର-
ଉ,ଷାଢା- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।
ଶ୍ରବଣା- କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାର‌୍ୟ୍ୟ ପାଇବେ । ରାଜନିତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ । ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।
ଧନିଷ୍ଠା- କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ଧନିଷ୍ଠା- ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।
ଶତଭିଷା- ରାଜନୀତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । କର୍ମ କ୍ଷେତ୍ରରେ ଦିଗହରା ହୋଇଯିବେ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ ।
ପୂ,ଭାଦ୍ରପଦ- ବନ୍ଧୁ ମାନଙ୍କ ସହିତ ବୁଲାବୁଲିରେ ସମୟ ଅତିବାହିତ କରିବେ । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮    
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ମୀନ-
ପୂ,ଭାଦ୍ରପଦ- ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । ବ୍ୟବସାୟରେ କୈାଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ।
ଉ,ଭାଦ୍ରପଦ- ଶିକ୍ଷାର୍ଥୀମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।
ରେବତୀ- କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳା ମାନଙ୍କ ପାଇଁ ଦିନଟି ମହତ୍ୱପୁର୍ଣ୍ଣ ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

Horoscope
Advertisment
Related Articles
Advertisment