Advertisment

Daily Horoscope 8th December 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ସ୍ୱାସ୍ଥ୍ୟରେ ସକାରାତ୍ମକ ପରିବର୍ତ୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ରହିବ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି ।  ଦ୍ୱିଜା- ସମ୍ମାନିତ ହୋଇପାରନ୍ତି।

author-image
Deepak Acharya
Horoscope

Horoscope Photograph: (OTV)

ଡିସେମ୍ୱର ୦୮.ସୋମବାର

ମେଷ-    
ଅଶ୍ୱନୀ- ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି ।    
ଦ୍ୱିଜା- ସାମାଜିକ କ୍ଷେତ୍ରରେ କୈାଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ସମ୍ମାନିତ ହୋଇପାରନ୍ତି। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। 
କୃତିକା- ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । କର୍ମକ୍ଷେତ୍ରରେ ପ୍ରଂଶସା ଓ ପ୍ରତିଷ୍ଠା ପ୍ରତି ଈର୍ଷାନ୍ୱିତ ହେବେ । ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର -  ମଙ୍ଗଳଙ୍କର  ମନ୍ତ୍ର ପାଠ କରନ୍ତୁ

Advertisment

ବୃଷ-
କୃତିକା- କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା  ପ୍ରସ୍ତୁତ କରିପାରନ୍ତି । ପେସାଦାର ବ୍ୟବସାୟଙ୍କୁ ଅଚାନକ ଧନଲାଭ ହୋଇପାରେ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ
ରୋହିଣୀ- ଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ବାକି ପଡିଥିବା ଅର୍ଥକୁ କୈାଶଳରେ ଆଦାୟ କରିବାକୁ ସମର୍ଥ  ହେବେ । ଇଶ୍ୱରଙ୍କ ସାଧନାରେ ଲିପ୍ତ ରହିବେ ।
ମୃଗଶିରା- ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞିତ ଅଭିଳାଷ ପୂରଣ ହେବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର  ପାଠ  କରନ୍ତୁ 

ମିଥୁନ-
ମୃଗଶିରା- ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି ।  ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ ।
ଆଦ୍ରା- ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ
ପୁନର୍ବସୁ- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ରାଜନୀତିରେ ଲକ୍ଷ୍ୟପ୍ରାପ୍ତିର ଆଶା ନିରର୍ଥକ ହେବ ନାହିଁ । ମାଲିମୋକଦ୍ଦମା କ୍ଷେତ୍ରରେ ଉତ୍ତମ ଫଳ  ପାଇବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

Advertisment

କର୍କଟ-

ପୁନର୍ବସୁ- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ  ମାନସିକ ଅଶାନ୍ତି ଦେଖାଦେଇ ପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।
ପୁଷ୍ୟା- କର୍ମ କ୍ଷେତ୍ରରେ  ଶତୃତା ବୃଦ୍ଧି  ହୋଇପାରେ । ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତାଇବେ । ଭାବନା  ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ମାଙ୍ଗଳିକ କାର‌୍ୟ୍ୟରେ ଯୋଗ ଦେଇ ଅଶେଷ ସୁଖ ଲାଭ କରିବେ
ଅଶ୍ଲେଷା- ଧିରେ ଧିରେ ପ୍ରଗତି ପଥରେ ଅଗ୍ରସର ହେବେ ।  ବିଦେଶ ଯାତ୍ରା କରି ପାରନ୍ତି । ଭଲ ବ୍ୟବହାର ଯୋଗୁଁ ସମସ୍ତଙ୍କର ପ୍ରିୟ ହୋଇ ପାରନ୍ତି ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଭୂବନେଶ୍ୱରୀ  ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ସିଂହ-
ମଘା- ଅତୀତ ଘଟଣା ସମୂହକୁ ମନେପକାଇ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଆନୁଷ୍ଠାନିକ କାମରେ ଦକ୍ଷତା ବୃଦ୍ଧି କାରଣରୁ ସାମାଜିକ ପ୍ରତିଷ୍ଠା ବଢ଼ିବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ। 
ପୂ,ଫାଲଗୁନି- ଭୁଲ୍ ନିଷ୍ପତ୍ତି ଗ୍ରହଣ କରି କିମ୍ବା ପରକଥାରେ ପଡ଼ି ଭୁଲ୍ ମାର୍ଗର ଅନୁସରଣ କରିବେ । ଅର୍ଥ ସମ୍ପର୍କିତ ଆଲୋଚନାରେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି। 
ଉ,ଫାଲଗୁନି- କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳା ମାନଙ୍କ ପାଇଁ ଦିନଟି ମହତ୍ୱପୁର୍ଣ୍ଣ ରହିବ 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା-

ଉ,ଫଳଗୁନି- ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର‌୍ୟ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜରୁରୀ କାମକୁ  ମିତ୍ରଙ୍କ ସହାୟତାରେ ପୂରଣ ହେବ । ବ୍ୟକ୍ତିଙ୍କ ମନଭାବକୁ ଶିଘ୍ର ବୁଝିନେବେ  
ହସ୍ତା- ମହିଳା ମାନେ ଧର୍ମପରାୟଣ ରହିବା ସହିତ ବନ୍ଧୁ ପରିଜନଙ୍କ ପ୍ରିୟଭାଜନ ହେବେ । ବିଦ୍ୟାର୍ଥୀ ମାନେ କୃତିତ୍ୱ ହାସଲ କରିବେ । ପ୍ରଶାସନିକ ସ୍ତରରେ ଭଲ କାମ କରିପାରନ୍ତି 
ଚିତ୍ରା- କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରନ୍ତି ।  ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ଚିତ୍ରା- ସ୍ୱାସ୍ଥ୍ୟ ଲାଗି ଖର୍ଚ୍ଚ କରିବେ । ପରିବାରରେ ଯେତେ ପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମନା କରିବା କଷ୍ଟକର ହୋଇପାରେ । ବ୍ୟବସାୟ, ପରିବହନ , କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ ।
ସ୍ୱାତୀ- ଶିକ୍ଷାର୍ଥୀ ମାନଙ୍କୁ ଆଶାନୁରୂପ ଫଳ ପାଇବା ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।
ବିଶାଖା- କୈାଣସି ନୂଆ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬    
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବିଛା-
ବିଶାଖା- ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ଅଫିସ୍‌ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଆମଦାନି ବୃଦ୍ଧି ହେବାର ସମ୍ଭାବନା ରହିଛି । କୈାଣସି କାର‌୍ୟ୍ୟରେ ସାହାସିକ ପଦକ୍ଷପ ନେବେ
ଅନୁରାଧା- ରାଜନୀତିରେ ଚାପରେ ଗତିକରିବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । ଅଜଣା ବ୍ୟକ୍ତିଙ୍କ ସହଯୋଗରୁ ,  ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।
ଜ୍ୟେଷ୍ଠା- ମାଲିମକନ୍ଦମାରେ ପରାଜୟ ଶିକାର କରିବାକୁ ପଡିବ । ମହିଳା ମାନେ ଚିନ୍ତାରେ ସମୟ ଅତିବାହିତ କରିବେ । ଭାଗ୍ୟଦୋୟ ହେବାର ସୁଯୋଗ ଆସିପାରେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ  ପାଠ କରନ୍ତୁ

ଧନୁ-
ମୂଳା- କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସଫଳତା ଅର୍ଜନ କରିବେ । ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ
ପୂ,ଷାଢା- ବିଦ୍ୟାର୍ଥୀ ମାନେ  ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।     ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ ।
ଉ,ଷାଢା- ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର‌୍ୟ୍ୟ ହେବେ ।  ସମ୍ପତିକୁ ସାମାନ୍ୟ ଝଗଡା ଲାଗିପାରେ । ଉପଯୁକ୍ତ ଯୋନଜା ଦ୍ୱାରା କ୍ୟାରିୟରରେ ପରିବର୍ତନ ଭବିଷ୍ୟତ ଲାଗି ଲାଭଦାୟକ 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର –  ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ମକର-
ଉ,ଷାଢା- ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି    
ଶ୍ରବଣା- ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି ।  ପରିସି୍ଥତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ପ୍ରସାଶନିକ ସ୍ତରରେ ଅଭିଯୋଗ ଆସିପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ 
ଧନିଷ୍ଠା- ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର  ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-

ଧନିଷ୍ଠା- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହିତ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ଜୀବନରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ । ସାହିତ୍ୟ, ଲେଖାପଢ଼ା, କ୍ରୀଡ଼ା, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ। 
ଶତଭିଷା- ଦୀର୍ଘଦିନରୁ ଲାଗିରହିଥିବା ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ବିବାଦୀୟ ଘଟଣା, ଜମିଜମା କଳହ ତଥା ମାଲିମକଦ୍ଦମା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ପୂ,ଭାଦ୍ରପଦ- ଭୂ- ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଶତୃମାନେ ମଥାନତ କରିବେ 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-
ପୂ,ଭାଦ୍ରପଦ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । କୈାଣସି ମାଙ୍ଗଳିକ କାର‌୍ୟ୍ୟରେ ଯୋଗ ଦେଇ ଆନନ୍ଦ ପାଇବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ । ଚାକିରି ପରିବର୍ତନ ପାଇଁ ଦିନଟି ଭଲ
ଉ,ଭାଦ୍ରପଦ- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ଆପଣଙ୍କ ସବୁ ମନୋକାମନା ପୁର୍ଣ ହେବ
ରେବତୀ- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

Astrology
Advertisment
Related Articles
Advertisment