Advertisment

Daily Horoscope 8th March 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ – ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ । କୈାଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।

author-image
Deepak Acharya

ମେଷ
ଅଶ୍ୱନୀ – ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ । କୈାଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।
ଦ୍ୱିଜା – ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ 
କୃତିକା – ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ । କାମରେ ଆପଣଙ୍କ ଲାଭ ହେବ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ 

Advertisment

ବୃଷ-
କୃତିକା- ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । 
ରୋହିଣୀ- ବିଦ୍ୟାର୍ଥୀ ମାନେ ବିଷର୍ଣ୍ଣ ରହିବେ ଓ ମନ ଦୁର୍ବଳ ରହିବ । ଧାର ଦେବା ନେବାରେ  ନିବୃତ ରୁହନ୍ତୁ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ମୃଗଶିରା- ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର  ମନ୍ତ୍ର ପାଠ କରନ୍ତୁ 

ମିଥୁନ
ମୃଗଶିରା  - ମାନସିକ ଦୁଶ୍ଚିନ୍ତା ଟିକେ କମ୍ ରହିବ ।  ରୋଗ ଉପଶମ ମିଳିବ । ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ଅସ୍ଥିରତା ମନ ରହିବ, ମାନସିକ ଦୁଃଚିନ୍ତା ଲାଗି ରହିବ ।
ଆଦ୍ରା -  କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ ବ୍ୟବସାୟ ବଢ଼ାଇବା ନିମନ୍ତେ ଧାର କରଜ କରି ପାରନ୍ତି କ୍ଷ ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ । ମହିଳା ମାନେ ଆତ୍ମବିଶ୍ଵାସି ରହିବେ ।
ପୁନର୍ବସୁ -  ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀ ଅଧସ୍ଥନ କର୍ମଚାରୀ ଓ ଉପରିସ୍ଥ ଅଧିକାରୀଙ୍କର ସାହାଯ୍ୟ ସହଯୋଗ  ପାଇବେ ।  ବ୍ୟବସାୟରେ ଲାଗିରହିଥିବା ପ୍ରତିଦ୍ୱନ୍ଦିତା କମ୍ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ 

Advertisment

କର୍କଟ-
ପୁନର୍ବସୁ- ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ ।
ପୁଷ୍ୟା- କୈାଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ । ଗୃହିଣୀଙ୍କ ଘର କାମରେ ଘର ଲୋକ ସାହାର୍ଯ୍ୟ କରିବେ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ ।
ଅଶ୍ଲେଷା- ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ
ମଘା – ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ କ୍ଷ ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।
ପୂ, ଫାଲଗୁନୀ - ଅଫିସରେ ଅଧିକ କାମ କାରଣରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ । ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇ ପାରେ ।
ଉ ,ଫାଲଗୁନୀ – ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ସାମାଜିକ ସ୍ତରରେ ମନ ବୁଝାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ 

କନ୍ୟା-
ଉ,ଫଳଗୁନି- ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । 
ହସ୍ତା- ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।  
ଚିତ୍ରା- ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ମହିଳା ମାନେ ଖାଦ୍ୟ ପ୍ରିୟ ହେବା ସହ ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭୋଗ କରିବେ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର -  ସକାଳୁ  କାଉକୁ ଖାଇବାକୁ ଦିଅନ୍ତୁ    

ତୁଳା -
ଚିତ୍ରା – ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧା ଜନକ ହେବ । କୈାଣସି କାର‌୍ୟ୍ୟରେ ସାହାସିକ ପଦକ୍ଷପ ନେବେ । ଯାନବାହନ ,ବ୍ୟବସାୟରେ ସଫଳତା ଲାଭ କରିବେ ।
ସ୍ୱାତୀ – ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ ।  କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । ଯୋଗ୍ୟତା ଅନୁସାରେ  କୈାଣସି ଉଚ୍ଚ ପଦବୀ ମିଳିପାରେ ।
ବିଶାଖା – ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ ।  ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ସମ୍ପତି କିଣିବାର ଯୋଗ ରହିଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା- 
ବିଶାଖା- ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ନିଜ ପରିସରରେ କୌଣସି ସାଧାରଣ ଘଟଣାକୁ କେନ୍ଦ୍ରକରି ମନ ଅଶାନ୍ତ ରହିବ। ଆଜିର କାମ ସବୁ ଠିକ୍ ଠିକ୍ ହୋଇଯିବ।
ଅନୁରାଧା- ସଭା ସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ ।
ଜ୍ୟେଷ୍ଠା- ନୂଆ ଘର ତିଆରି କରିବେ । ମହିଳାମାନେ ବାହାରକୁ ବୁଲିବା ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ
ମୂଳା – ନିଜ ମନରେ ନୂଆ ନୂଆ ବିଚାର ଆସିପାରେ ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି  ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ ।
ପୂ , ଷାଢା – ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ପାରିବାରିକ ଜୀବନରେ ପତ୍ନୀ ପିଡା ସହ ସନ୍ତାନ ଲାଭର ଯୋଗ ରହିଛି । ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ ।
ଉ , ଷାଢା – ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ସଂପର୍କ ବଢିବ । ଚଞ୍ଚଳ ମନ ଯୋଗୁ କୈାଣସି କର୍ମ ଠିକ୍ ଭାବରେ କରିପାରିବେ ନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ମକର-
ଉ,ଷାଢା- ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ ।
ଶ୍ରବଣା- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ ।
ଧନିଷ୍ଠା- ବହୁ ଦିନର ସ୍ୱପ୍ନ ସାକାର ହେବ । ଭୂ-ସମ୍ପତି କିଣିବା ପୂର୍ବରୁ  ଶୁଭ ମୁହୂର୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।    
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ
ଧନିଷ୍ଠା – ପାରିବାରି ଜୀବନ ହସ, ଖୁସିରେ କଟିବ । ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । 
ଶତଭିଷା – ରାଜନୈତିକ ଜୀବନ ଉଥାନ୍ , ପତନରେ ଗତି କରିବେ ।  ଛାତ୍ରଛାତ୍ରି ମାନେ ଶୃଙ୍ଖଳିତ ହେବେ ।  ଶତୃମାନଙ୍କର କ୍ରୋନ୍ତରୁ ଅଳ୍ପକେ ରକ୍ଷା ପାଇବେ । ମନ ଚାହୁଥିବା କାର‌୍ୟ୍ୟ ଆରମ୍ଭ କରିବେ ।
ପୂ , ଭାଦ୍ରପଦ  – ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ ।  ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

ମୀନ-
ପୂ,ଭାଦ୍ରପଦ- ଭୁଲ୍ ବୁଝାମଣାରୁ ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ। 
ଉ,ଭାଦ୍ରପଦ- ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ । ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ ।
ରେବତୀ- ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

Horoscope
Advertisment
Related Articles
Advertisment