Horoscope Photograph: (OTV)
ମେଷ-
ଅଶ୍ୱନୀ- ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ । କଠିନ ଶ୍ରମଜନିତ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ ।
ଦ୍ୱିଜା- ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ ।ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନୀତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଅର୍ଥ ସାହାଯ୍ୟ ସମ୍ବନ୍ଧରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିବେ ।
କୃତିକା- କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତୃଙ୍କର ସଡ ଯନ୍ତ୍ରର ଶିକାର ହୋଇ ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା- ୯
ପ୍ରତିକାର- ଗରିବ ଲୋକଙ୍କୁ ଖାଦ୍ୟ ଏବଂ ବସ୍ତ୍ର ଦାନ କରନ୍ତୁ ।
ବୃଷ-
କୃତିକା- ଶିଶୁ ସମ୍ବନ୍ଧୀୟ ସମସ୍ତ ଚିନ୍ତାରୁ ମୁକ୍ତ ହେବେ । ବ୍ୟବସାୟିରେ ଚୁକ୍ତି ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇପାରେ । ସରକାରୀ ବ୍ୟବସାୟ କ୍ଷେତ୍ରରେ ମଧ୍ୟ ଟଙ୍କା ରୋଜଗାର କରିବାର ସୁଯୋଗ ମିଳିବ ।
ରୋହିଣୀ- ପାରିବାରିକ ଜୀବନରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିବେ । ଜୀବନ ସାଥୀଙ୍କ ସହିତ ଦୂର ସ୍ଥାନ ପରିଦର୍ଶନ କରି ଉପକୃତ ହେବେ । ଏକ କାର କ୍ରୟ କରିବାର ସୁଯୋଗ ଉପସ୍ଥାପନ କରିପାରନ୍ତି ।
ମୃଗଶିରା- ଉଚ୍ଚଶିକ୍ଷା ଲାଭ ପାଇଁ ବହୁତ ପରିଶ୍ରମ କରିବାକୁ ପଡିବ । ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା-ପୁରୁଣା ସାଙ୍ଗ ମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି । କୌଣସି କାର୍ଯ୍ୟରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି ।
ଆଦ୍ରା- ରାଜନୈତିକ ସମ୍ମାନ ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ଭଲ ପ୍ରଦର୍ଶନ କରିବେ । ବ୍ୟବସାୟକୁ ନୂଆ ପ୍ରଣାଳୀରେ ଆରମ୍ଭ କରିବାକୁ ଚେଷ୍ଟା କରିବେ । ଉଦାସିନତା ଓ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ ।
ପୁନର୍ବସୁ- ଜମି କିଣିବା ଲାଗି ସୁନ୍ଦର ସୁଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ ।କଳା, ସହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ବିବାଦର ଅବସାନ ଘଟିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ବିଷ୍ଣୁଙ୍କ ସହସ୍ର ପାଠ ନାମ କରନ୍ତୁ ।
କର୍କଟ-
ପୁନର୍ବସୁ- ଅନ୍ୟାନ୍ୟ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ବଢ଼ିପରେ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ ।
ପୁଷ୍ୟା- ଆର୍ଥିକ ସ୍ଥିତିକୁ ଭଲ ରଖିବା ପାଇଁ ଆପଣଙ୍କୁ ବହୁତ ପରିଶ୍ରମ କରିବାକୁ ପଡିବ । ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ ।
ଅଶ୍ଳେଷା- ଆପଣ ରହସ୍ୟମୟ ବିଷୟ ପ୍ରତି ଅଧିକ ଆକର୍ଷିତ ହେବ । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମାଛଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ-
ମଘା- ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଘରକୁ ଅତିଥି ଆସିବାର ସମ୍ଭାବନା ରହିଛି ।
ପୂ,ଫାଲଗୁନି- ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ କ୍ଷୟକ୍ଷତି ଦେଖା ଦେଇପାରେ ।
ଉ,ଫାଲଗୁନି- ରାଜନୀତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟରେ କ୍ଷତି ହୋଇପାରେ । ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ବ୍ୟବସାୟକୁ ଉଚ୍ଚତାକୁ ନେବାକୁ ଚେଷ୍ଟା କରିବେ ।
ହସ୍ତା- ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । ଦାମ୍ପତ୍ୟ ଜୀବନରେ ସମ୍ପର୍କକୁ ଆଗକୁ ନେବାରେ ସଫଳ ହେବେ । ଗାଡି କିଣିବା ଠାରୁ ଦୂରେଇ ରହିବା ଉଚିତ ।
ଚିତ୍ରା- ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ଯ୍ୟସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଚିତ୍ରା- ବ୍ୟବସାୟୀ ମାନେ କମ୍ ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଅଫିସ୍ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି ।
ସ୍ୱାତୀ- କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ ।ପଡୋଶି ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ । ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି ।
ବିଶାଖା- ପୁଞି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଆଇନର ଆଶ୍ରୟ ନେଇ ପାରନ୍ତି । କଚେରୀ ମାମଲାରେ ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ବିଛା-
ବିଶାଖା- ଶରୀରର ଯନ୍ତ୍ରଣା, ମୂତ୍ରାଶୟ ସଂକ୍ରମଣ ଏବଂ ଅନ୍ୟାନ୍ୟ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ମଧ୍ୟ ଆପଣଙ୍କୁ ହଇରାଣ କରିପାରେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ । କାରବାର ବିସ୍ତାର କରିବା ପାଇଁ ଅଧିକ ପରିଶ୍ରମ କରିବାକୁ ପଡିବ ।
ଅନୁରାଧା- ଧାତୁ ଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ଭାଇଭଉଣୀମାନେ ଆପଣଙ୍କ ସହ ରହିବା ସହିତ , ପ୍ରେମ ବଢ଼ିବ ଏବଂ ପରସ୍ପର ପ୍ରତି ଉତ୍ସର୍ଗୀକୃତ ଭାବନା ସୃଷ୍ଟି ହେବ ।
ଜ୍ୟୋଷ୍ଠା- ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ଜମିକୁ ନେଇ ଲାଗି ରହିଥିବା ମତାନ୍ତର ଦୂର ହୋଇଯିବ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ମୂଳା- ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ ।ବନ୍ଧୁଙ୍କ ସାହାର୍ୟ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ ।
ପୂ,ଷାଢା- ଚାକିରିରେ ପ୍ରାଧାନ୍ୟ ବଜାୟ ରହିବ । ଶିକ୍ଷାର୍ଥୀ ମାନେ ଭାବନା ଉପରେ ନିୟନ୍ତ୍ରଣ ରଖିଲେ ଶିକ୍ଷା ଲାଭ କରି ପାରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ ।
ଉ,ଷାଢା- ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳା ମାନେ ରକ୍ଷଣଶୀଳ ରହିବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର
ଉ, ଷାଢା- ସକାଳେ ଚାଲିବା କିମ୍ବା ସାଇକେଲ ଚଲାଇବା ଅଭ୍ୟାସ କରନ୍ତୁ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । କର୍ମ କ୍ଷେତ୍ରରେ କୌଣସି କାର୍ଯ୍ୟ ଆପଣଙ୍କୁ କ୍ଷତି ପହଞ୍ଚାଇପାରେ ।
ଶ୍ରବଣା- ପାରିବାରିକ ଜୀବନରେ ସୁଖ ରହିବ ଏବଂ କିଛି ଶୁଭ କାର୍ୟ୍ୟ ସମାପ୍ତ ହେବ । ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । ଗାଡ଼ି କିଣିବା ଆପଣଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବ ।
ଧନିଷ୍ଠା- ରାଜନୀତିରେ ଲୋକ ସମର୍ଥନ ବୃଦ୍ଧି ପାଇବା ସହ ମୂଖ୍ୟ ନେତାଙ୍କର ପ୍ରିୟ ପାତ୍ର ହୋଇପାରିବେ । ଶାରୀରିକ ସମସ୍ୟା ଅଧ୍ୟୟନରେ ବାଧା ସୃଷ୍ଟି କରିପାରେ । ପୈତୃକ ସମ୍ପତି ବୃଦ୍ଧି ହେବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା- ବୈବାହିକ ଜୀବନକୁ ଅଧିକ ସୁଖମୟ ବଣେଇବାର ଚେଷ୍ଟା ଆଶାରୁ ଅଧିକ ରଙ୍ଗ ଆଣିବ ପାରିବାରିକ କଷ୍ଟ ଦୂର ହୋଇପାରେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି ।
ଶତଭିଷା- ଛାତ୍ର ଛାତ୍ରୀ ମାନେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ରାଜନିତିରେ ବିଶ୍ୱାସୀ ଲୋକ ମାନେ ଧୋକା ଦେବେ । ବ୍ୟବସାୟରେ କ୍ଷତି ଯୋଗୁ ମନ ଅଶାନ୍ତିରେ ରହିବ ।
ପୂ,ଭାଦ୍ରପଦ- ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ମନୋରଞ୍ଜନ କ୍ଷେତ୍ରରେ ବେଶୀ ଗୁରୁତ୍ୱ ଦେଇ ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ
ପୂ, ଭାଦ୍ରପଦ- ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବ । ଆପଣ ଚାକିରି ବଦଳାଇବାକୁ ଚେଷ୍ଟା କରିପାରିବେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ ।
ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ । ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ ।
ରେବତୀ- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଅନୁସନ୍ଧାନ ପ୍ରୋଜେକ୍ଟରେ କାମ କରୁଛନ୍ତି ତେବେ ଆପଣ ଭଲ କରିବାକୁ ସମର୍ଥ ହେବେ । ବିଦେଶରେ ପଢିବାକୁ ଚାହୁଁଥିବା ଶିକ୍ଷାର୍ଥୀ ମାନଙ୍କ ଆଶା ପୂରଣ ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/10/31/horoscope-2025-10-31-08-27-57.jpg)