/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)
Horoscope Photograph: (OTV)
ମେଷ-
ଅଶ୍ୱନୀ- ପ୍ରେମକୁ ନେଇ ସୃଷ୍ଟି ହୋଇଥିବା ସନ୍ଦେହ ଦୂର ହେବ । କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ଶାରୀରିକ ପିଡା ଭୋଗ କରି ପାରନ୍ତି । ଘର ସଜାଇବାରେ ଧ୍ୟାନ ଦେବେ ।
ଦ୍ୱିଜା- ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଶୁଭ ଦାୟକ ରହିବ । ରାଜନୀତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ ।
କୃତିକା- ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଅଫିସରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିବ । ନୂତନ ଯାନବାହନ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ ଏବଂ ସନ୍ତାନଙ୍କ ପାଇଁ ଚିନ୍ତାଗ୍ରସ୍ତ ରହିବେ । ଆଶା କରୁଥିବା କାମରେ ଟିକେ ଡେରିରେ ସଫଳତା ପାଇବେ । ନିଷ୍ପତି ମୂଳକ କାର୍ଯ୍ୟରେ ଆଗପଛ ହୋଇ ପାରନ୍ତି ।
ରୋହିଣୀ- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ରାଜନୀତିରେ ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।
ମୃଗଶିରା- ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖେଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ ।
ମିଥୁନ-
ମୃଗଶିରା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଅନ୍ୟ କାହାର ସହେଯାଗ ନ ପାଇଲେ ମଧ୍ୟ ଯେଉଁ କାର୍ଯ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ । ପ୍ରକୃତିର ଆନନ୍ଦ ନେବା ପାଇଁ ମନ ହେବ । ପ୍ରଶାସନିକ କାମ ଧୈର୍ଯ୍ୟର ସହ କରନ୍ତୁ ।
ଆଦ୍ରା- ପରିବାରର ସମପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଧୀରସ୍ଥିର ମନଦେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ ।
ପୁନର୍ବସୁ- ସଭାସମିତିରେ ସମ୍ମାନ ପ୍ରାପ୍ତି ଘଟିବ । ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ସାମ୍ବାଦିକତାରେ ଉଚ୍ଚ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ସ୍ୱାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ । ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟାର ସମାଧାନ ହେବ । ନୂତନ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇବେ ।
ପୁଷ୍ୟା- ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢ କରିବେ । ଟଙ୍କା ପଇସା, ନେବା ଆଣିବା କ୍ଷେତ୍ରରେ ସତର୍କ ନ ରହିଲେ ଅନୁତାପ କରିବାକୁ ପଡିପାରେ ।
ଅଶ୍ଲେଷା- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ମାଲିମକଦ୍ଦମାରେ ସଫଳତା ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ମଘା- କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । ପାରିବାରିକ ସହଯୋଗ ମିଳିବା ଦ୍ୱାରା ଧନ ଲାଭର ସୁଯୋଗ ଆସିବ । ମନ ଭୁଲାଣିୟା କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ ।
ପୂ,ଫାଲଗୁନି- କ୍ୟାରିୟରରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ ହେବ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ ।
ଉ,ଫାଲଗୁନି- ମାଲିମକଦମା ସମସ୍ୟାର ସମାଧାନ କରିବେ । ନୂଆ ଅଧ୍ୟାପନା ଲାଗି ସୁଯୋଗ ଆସିବ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପୂର୍ଣ୍ଣ କରିବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା-
ଉ,ଫଳଗୁନି- କର୍ମ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ।
ହସ୍ତା- ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ । ଚାକିରିରେ କିଛି ପରିବର୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର+ ପୂର୍ଣ୍ଣରୂପେ ସହଯୋଗ ପାଇବେ ।
ଚିତ୍ରା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ରାଜନିତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ॥
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ ।
ତୁଳା-
ଚିତ୍ରା- ବ୍ୟବସାୟରେ ଆଶାକରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ପାରିବାରିକ କାର୍ଯ୍ୟରେ ଯୋଗ ଦେବାକୁ ସୁଯୋଗ ପାଇପାରନ୍ତି । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ ।
ସ୍ୱାତୀ- ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।
ବିଶାଖା- ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଜମିକୁ ନେଇ ଭାଇ ବିରୋଧୀ ହୋଇପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ ।
ଅନୁରାଧା- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ ।
ଜ୍ୟେଷ୍ଠା- ଜାଗା, ଜମି ଆଦି କ୍ରୟ କରିବେ । କ୍ରୀଡା ପ୍ରତି ଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ଶାରିରୀକ ଦୁର୍ବଳତା ଦେଖାଦେବ । ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ । କାରବାର ବୃଦ୍ଧି ପାଇଁ ଉପାୟ ଫଳପ୍ରଦ ହେବ। ପ୍ରେମରେ ସଫଳତା ଅନୁଭବ କରିବେ ।
ପୂ,ଷାଢା- ରାଜନୈତିକ ସମର୍ଥନ ପାଇବେ । ପଢାପଢିରେ ଶୁଭଫଳ ମିଳିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ, ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।
ଉ,ଷାଢା- ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ବାକି କାମରେ ବନ୍ଧୁ ସାହାର୍ୟ୍ୟ କରିବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ବୀଜ ମନ୍ତ୍ର ପାଠ କରନ୍ତୁ
ମକର-
ଉ,ଷାଢା-ନବବିବାହିତା ଦମ୍ପତି ମାନଙ୍କ ଜୀବନ ସୁଖପ୍ରଦ ରହିବ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । ଭ୍ରମଣ ଉପରେ ଆଧାରିତ କାର୍ଯ୍ୟରେ ଲାଭ ହେବ ।
ଶ୍ରବଣା- କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ । ମାନସିକ ସ୍ତରରେ ଉନ୍ନତି ଆସିବ । କାର୍ୟ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ପିଲାଙ୍କ ଉନ୍ନତ କାର୍ଯ୍ୟ କଳାପ ପାଇଁ ଗୌରବାନ୍ୱିତ ହୋଇପାରନ୍ତି ।
ଧନିଷ୍ଠା- ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ମାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା- ଆୟ ଖୁବ୍ ଭଲ ହେବ ଓ ବ୍ୟୟ ସାମାନ୍ୟ ବଢିବ । ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । ପାରିବାରିକ ଜୀବନ ହସ ଉଲ୍ଲାସରେ କଟିବ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।
ଶତଭିଷା- ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନୀତ କରିବେ । ମନ ପ୍ରଫୁଲୀତ ରହିବ। ପଢାପଢିରେ ସର୍ମ୍ପୂର୍ଣ୍ଣ ଅବହେଳା ଘଟିବ ଓ ପଛେଇଯିବ ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ ।
ପୂ,ଭାଦ୍ରପଦ- ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମାଲିମକଦ୍ଦମାରେ ସଫଳତା ହାସଲ କରିବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀ ମାନେ ସାମାନ୍ୟ କ୍ଷତି ସହିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।
ଉ,ଭାଦ୍ରପଦ- ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।
ରେବତୀ- ରାଜନୀତିରେ ଆଗ୍ରହ ବଢିପାରେ । ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ
Today Panchang 8th October 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

No Night Curfew: ବାଲେଶ୍ବରରେ ହେବ ନାହିଁ ରାତି କର୍ଫ୍ୟୁ , ବ୍ୟସ୍ତ ହୁଅନ୍ତୁ ନାହିଁ

No Network No Nutrition: ଛତୁଆ ନେବ ତ ଜଙ୍ଗଲକୁ ଆସ, ପୋଷଣ ଖାଦ୍ୟ ପାଇଁ ପାହାଡକୁ ଚଢିବାକୁ ପଡିବ

10 Big Questions: ପୀତବାସଙ୍କ ମୃତ୍ୟୁର ବଡ଼ ସସପେନ୍ସ , କିଏ କାଢ଼ିଥିଲା ସିସିଟିଭି କ୍ୟାମେରା ?

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)