/odishatv-khabar/media/post_attachments/uploadimage/library/16_9/16_9_0/Horoscope_1654136926.jpg)
ମେଷ
ଅଶ୍ୱନୀ – କାର୍ଯ୍ୟ କ୍ଷେତ୍ରରେ କୁଶଳତାପୂର୍ବକ ନିଜର ଅଭିଳାଷ ପୂରଣ କରିବେ । ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ।
ଦ୍ୱିଜା – ଲେଖାପଢାରେ ଧନ ଅର୍ଜନ କରିବେ । ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ । ପାରିବାରିକ କ୍ଷେତ୍ରରେ ଆଶା ଆଶ୍ୱସନା ପାଇ କଳ୍ପନାର ମଧୁର ସାଗରରେ ପହଁରି ପାରନ୍ତି ।
କୃତିକା – ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇ ପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିସ୍କାର ହୋଇଯିବ । ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।
ରୋହିଣୀ- ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁ ଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଜିବ ନାହିଁ ।
ମୃଗଶିରା- ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ଯାନବାହାନର ନବୀକରଣ ପାଇଁ ଚିନ୍ତା କରି ପାରନ୍ତି । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ମାଛକୁ ମଇଦା ଖାଇବାକୁ ଦିଅନ୍ତୁ
ମିଥୁନ
ମୃଗଶିରା - ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପାରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।
ଆଦ୍ରା – ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ସାଂସ୍କୃତିକ କାର୍ୟ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି ।
ପୁନର୍ବସୁ - ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ସ୍ୱାସ୍ଥ୍ୟ ଭଲ ରହିବା ସହ ଆର୍ଥିକ ସ୍ଥିତି ସୁଦୃଢ ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ ।
ପୁଷ୍ୟା- ରାଜନେତା ମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସମ୍ମାନୀତ ହେବେ । ବିଦ୍ୟରେ ଯଥେଷ୍ଟ ଉନ୍ନତ ଫଳ ପ୍ରାପ୍ତି ହେବ । ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବା ଶୁଣିବାକୁ ପାଇବେ।
ଅଶ୍ଲେଷା- ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ । କ୍ରୋଧକୁ ଦମନ କରି ହସ ଖୁସିର ବାତାବରଣ ସୃଷ୍ଟି କରନ୍ତୁ । ଅର୍ଥସଙ୍କଟ ଲାଗି ରହିବାରୁ ସାମାନ୍ୟ ବିଚଳିତ ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ
ସିଂହ
ମଘା –ପରିବାରରେ ସୁଖଶାନ୍ତି ଫେରିଆସିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।
ପୂ , ଫାଲଗୁନୀ - କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ ।
ଉ ,ଫାଲଗୁନୀ – ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ମହିଳା ମାନେ ପାରିବରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ । ଆନୁଷ୍ଠାନିକ କାର୍ୟ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଙ୍କଡକୁ କିଛି ଫଳ ଖାଇବାକୁ ଦିଅନ୍ତୁ
କନ୍ୟା-
ଉ,ଫଳଗୁନି- ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଶତୃ ମାନେ ପରାଜିତ ହେବେ । ଘରୋଇ ବ୍ୟବସାୟରେ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ପ୍ରେମିକ ପ୍ରେମିକା ମାନେ ଗୁପ୍ତ ପ୍ରେମରେ ସଫଳ ହେବେ ।
ହସ୍ତା- ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ନୂତନ କାର୍ଯ୍ୟ ଆରମ୍ଭ କଲେ କ୍ଷତିରେ ପଡିବେ ।
ଚିତ୍ରା- ଅଫିସରେ ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ୟ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ । ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା -
ଚିତ୍ରା – ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗସ୍ତ ହୋଇପାରନ୍ତି । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ ।
ସ୍ୱାତୀ – ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କାର୍ଯ୍ୟକରୀ କରନ୍ତୁ ନାହିଁ । ଶିକ୍ଷାର୍ଥୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ। ଚାକିରୀଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ ।
ବିଶାଖା – ଚୋରି ହେବା ସମ୍ଭାବନା ରହିଛି । ମହିଳା ମାନେ ପୂରାତନ ରୋଗର ପିଡା ଅନୁଭବ କରିବେ । ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ମଧୁର ବ୍ୟବହାର ପାଇଁ ଅନ୍ୟ ମାନଙ୍କୁ ଆକର୍ଷଣ କରି ପାରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହିବ ନାହିଁ । ଆକସ୍ମିକ ଭାବେ ଖର୍ଚ୍ଚ ପରିମାଣ ବୃଦ୍ଧି ହୋଇପାରେ । ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିପାରେ।
ଅନୁରାଧା- ରାଜନୀତିରେ ସ୍ୱାର୍ଥରକ୍ଷା ପାଇଁ କଠିନ ପରିଶ୍ରମ କରି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବାକୁ ପଡିବ । ଅଫିସରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାରେ ସମର୍ଥ ହେବେ। ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି କାମ ହାସଲ କରିବେ।
ଜ୍ୟେଷ୍ଠା- ଆନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମକୁ ଦେଖି ମାନସିକ ଆଘାତ ପାଇପାରନ୍ତି । ସମସ୍ୟାର ସରଳ ସମାଧାନ ସାଙ୍ଗକୁ ସତ୍ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ । ବିବାଦୀୟ ଘଟଣାରେ ବିଜୟୀ ହେଲେ ମଧ୍ୟ ସଂଘର୍ଷପୂର୍ଣ୍ଣ ସ୍ଥିତି ବଳବତ୍ତର ରହିବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଶ୍ରୀ ହନୁମାନ ଚଲିସା ପାଠ କରନ୍ତୁ
ଧନୁ
ମୂଳା – ଦାମ୍ପତ୍ୟ କଳହର ଅବସାନ ଘଟିବ । ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।
ପୂ , ଷାଢା – ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ । ବଡ କଂପାନିରେ ଚାକିରି ପାଇଁ ସୁଯୋଗ ଆସିପାରେ ।
ଉ , ଷାଢା – ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ
ମକର-
ଉ,ଷାଢା- ପରିବାର ଲୋକ ଆପଣଙ୍କ ସକରାତ୍ମକ ଭାବନାଠୁ ପ୍ରଭାବିତ ହେବେ ଓ ପ୍ରଶଂସା କରିବେ । ଆପଣ ଆପଣଙ୍କ ପ୍ରେମୀଙ୍କୁ ଦେଇଥିବା କୌଣସି ବଚନ ରଖିପାରିବେନି ଯେଉଁଥିପାଇଁ ସେ ନାରାଜ ହୋଇ ପାରନ୍ତି ।
ଶ୍ରବଣା- ବ୍ୟବସାୟରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକି ଟଙ୍କା ମିଳିଯିବ । ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ହଠାତ୍ କାହାର ଡାକରା ପାଇ ଦୂର ଯାତ୍ରା କରିବାକୁ ବାଧ୍ୟ ହେବେ ।
ଧନିଷ୍ଠା- ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ । ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ପାଇବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ
ଧନିଷ୍ଠା – ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସ୍ବାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।
ଶତଭିଷା – କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ ।
ପୂ , ଭାଦ୍ରପଦ – ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ଆପଣଙ୍କୁ ସେମିତି ବନ୍ଧୁ ମାନଙ୍କ ଠାରୁ ଦୂରରେ ରହିବା ଉଚିତ ଯେଉଁମାନେ ଋଣ ନିଅନ୍ତି କିନ୍ତୁ ଫେରାନ୍ତି ନାହିଁ । ନିଜର ପିଲାଙ୍କ ପାଇଁ କିଛି ବିଶେଷ ଯୋଜନା କରନ୍ତୁ । ନିଜେ ନିଜକୁ ଭଲ ଭାବରେ ବୁଝିବା ଦରକାର ।
ଉ,ଭାଦ୍ରପଦ- ଉଧାର ଦେଇଥିବା ଟଙ୍କା ମିଳିବ । ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡ଼ିବ।
ରେବତୀ- ଆପଣ ନିଜର ବ୍ୟକ୍ତିତ୍ୱକୁ ଆକଳନ କରିବେ, ଜୀବନରେ କିଛି କୌତୁହଳଜନକ କରିବାକୁ ଚେଷ୍ଟା କରିବେ । ଜୀବନରେ ସମ୍ବନ୍ଧ ଏବଂ ସମ୍ପର୍କୀୟଙ୍କ ମୂଲ୍ୟ ବୁଝିବାକୁ ଚେଷ୍ଟା କରନ୍ତୁ । ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- କଦଳି ଗଛ ମୂଳେ ଜଳ ଢାଳନ୍ତୁ କରନ୍ତୁ
Today Panchang 9th December 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

India vs South Africa: ବାରବାଟୀ 'ବିଗ୍ ଫାଇଟ୍': ଭାରତ ଓ ଦକ୍ଷିଣ ଆଫ୍ରିକା ପ୍ରଥମ ଟି-ଟ୍ବେଣ୍ଟି ମ୍ୟାଚ୍

Team India Prepares: ସରିଲା ପ୍ରାକ୍ଟିସ୍, କାଲି ଲଢ଼େଇ...ବାରବାଟୀରେ ଦୁଇ ଦଳଙ୍କ ଅଭ୍ୟାସ

ASI Begins Sand Removal: ବାଲି ମୁକ୍ତ ହେବ ବ୍ଲାକ୍ ପାଗୋଡ଼ା , ଟନେଲ ନିର୍ମାଣ ପାଇଁ ଚାଲିଛି କୋର୍ ଡ୍ରିଲ

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)