/odishatv-khabar/media/media_files/uploadimage/library/16_9/16_9_0/Horoscope_1708401781-455757.jpg)
ମେଷ-
ଅଶ୍ୱନୀ- ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇ ପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ।
ଦ୍ୱିଜା-- ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ସନ୍ଧ୍ୟା ସୁଧା ଭଲ ଖବର ପାଇବେ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ ।
କୃତିକା- ନୂତନ ଜିନିଷ କ୍ରୟ କରିପାରନ୍ତି । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ
ବୃଷ-
କୃତିକା- ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ ଏବଂ ସନ୍ତାନଙ୍କ ପାଇଁ ଚିନ୍ତାଗ୍ରସ୍ତ ରହିବେ । ଆଶା କରୁଥିବା କାମରେ ଟିକେ ଡେରିରେ ସଫଳତା ପାଇବେ ।ନିଷ୍ପତି ମୂଳକ କାର୍ଯ୍ୟରେ ଆଗପଛ ହୋଇପାରନ୍ତି ।
ରୋହିଣୀ- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ । ରାଜନୀତିରେ ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।
ମୃଗଶିରା- ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ, ମଧ୍ୟମ ଧରଣର ଫଳ ପାଇବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖେଳାଳିମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ ।
ମିଥୁନ-
ମୃଗଶିରା- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିରେ ସୁଯୋଗ ପାଇବେ ।
ଆଦ୍ରା- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ, ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।
ପୁନର୍ବସୁ-ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ପାଇବେ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର –ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ସ୍ୱାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ । ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟାର ସମାଧାନ ହେବ । ନୂତନ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇବେ ।
ପୁଷ୍ୟା- ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢ କରିବେ । ଟଙ୍କା ପଇସା, ନେବା ଆଣିବା କ୍ଷେତ୍ରରେ ସତର୍କ ନ ରହିଲେ ଅନୁତାପ କରିବାକୁ ପଡିପାରେ ।
ଅଶ୍ଲେଷା- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ମାଲିମକଦ୍ଦମାରେ ସଫଳତା ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ମଘା- ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । କାମଧନ୍ଦାରେ ଉନ୍ନତି ହେବ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ ।
ପୂ,ଫାଲଗୁନି- ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡିପାରେ ।
ଉ,ଫାଲଗୁନି- ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ଜମି ସମସ୍ୟା ସମାଧାନ ହେବ । ଆପଣ ନିଜ କାମରେ ସଫଳତା ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ଉ,ଫଳଗୁନି- କର୍ମ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ।
ହସ୍ତା- ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ । ଚାକିରିରେ କିଛି ପରିବର୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର+ ପୂର୍ଣ୍ଣରୂପେ ସହଯୋଗ ପାଇବେ
ଚିତ୍ରା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ରାଜନିତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ତୁଳା-
ଚିତ୍ରା- ସାଂସାରିକ ସ୍ୱାଧିନତା ରହିବ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି । ବାଣିଜ୍ୟରେ ମନ୍ଥରତା ରହିବ । ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ ।
ସ୍ୱାତୀ- ନୂଆ ଯାନବାହନ କିଣିବାର ଆଶା ପୂରଣ ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।
ବିଶାଖା- ଅଭାବି ଲୋକଙ୍କୁ ସାହାଯ୍ୟ ସହଯୋଗର ହାତ ବଢାଇବେ । ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । କୌଣସି ଦୂର ସ୍ଥାନକୁ ତୀର୍ଥ ଯାତ୍ରାର ସୁଯୋଗ ପାଇବେ । ଆପଣଙ୍କ ଆୟ ପୂର୍ବ ପରି ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ
ବିଛା-
ବିଶାଖା- ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଁଟିବେ ।
ଅନୁରାଧା- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ ।
ଜ୍ୟେଷ୍ଠା- ଜାଗା, ଜମି ଆଦି କ୍ରୟ କରିବେ । କ୍ରୀଡା ପ୍ରତି ଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା-ପରିକ୍ଷାରେ କୃତକାର୍ଯ୍ୟ ହେବେ । ଅସାବଧାନତା ପାଇଁ ଖାଦ୍ୟ ନଷ୍ଟ ହୋଇପାରେ । ଅନ୍ୟମାନେ ଆପଣଙ୍କର ଫାଇଦା ଉଠାଇବା ପାଇଁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ଦକ୍ଷତାକୁ ନେଇ ପ୍ରତିଷ୍ଠା ଓ ପ୍ରଶଂସା ପାଇବେ ।
ପୂ,ଷାଢା- ରାଜନୀତିରେ ଆଲୋଚନାରେ ନିଜକୁ ସାମିଲ କରିବେ । କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ । କେତେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡିପାରେ ।
ଉ,ଷାଢା- ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ । ବୁଝି ବିଚାରି ସମସ୍ୟାର ସମାଧାନ କରିବେ । ସମାଜ ସେବାରେ ମନ ବଳାଇବେ । ଜମି, ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ,ଷାଢା-ନବବିବାହିତା ଦମ୍ପତି ମାନଙ୍କ ଜୀବନ ସୁଖପ୍ରଦ ରହିବ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । ଭ୍ରମଣ ଉପରେ ଆଧାରିତ କାର୍ଯ୍ୟରେ ଲାଭ ହେବ ।
ଶ୍ରବଣା- କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ । ମାନସିକ ସ୍ତରରେ ଉନ୍ନତି ଆସିବ । କାର୍ଯ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ପିଲାଙ୍କ ଉନ୍ନତ କାର୍ଯ୍ୟ କଳାପ ପାଇଁ ଗୌରବାନ୍ୱିତ ହୋଇପାରନ୍ତି ।
ଧନିଷ୍ଠା- ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ମାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ପାରିବାରିକ ସମସ୍ୟା ଲାଗି ରହିବ । କାମକୁ ଅବହେଳା କରିପାରିବେ ନାହିଁ ।
ଶତଭିଷା- ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ଖେଳାଳି ମାନେ ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ପୂ,ଭାଦ୍ରପଦ- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀ ମାନେ ସାମାନ୍ୟ କ୍ଷତି ସହିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।
ଉ,ଭାଦ୍ରପଦ- ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।
ରେବତୀ- ରାଜନୀତିରେ ଆଗ୍ରହ ବଢିପାରେ । ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି॥
ବ ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ
Naveen Niwas Road Obstruction Case: ନବୀନ ନିବାସ ସମ୍ମୁଖ ରାସ୍ତା ଅବରୋଧ ମାମଲା, ଜବାବ ଦାଖଲ ପାଇଁ ମହଲତ ଲୋଡିଛନ୍ତି ସରକାର

Choudwar Mandal Jail Under Scanner Again: ପୁଣି ଚର୍ଚ୍ଚାରେ ଚୌଦ୍ବାର ମଣ୍ଡଳ କାରାଗାର, ଜେଲ୍ ଅଧୀକ୍ଷକଙ୍କ ବିରୋଧରେ ଥାନାରେ ମାମଲା

₹50 Lakh Online Fraud: କୋଲକାତାରୁ ଗିରଫ ହେଲା ସାଇବର ଠକ, ଓଡ଼ିଶାରୁ ବରିଷ୍ଠ ନାଗରିକଙ୍କ ଠାରୁ ଠକିଛି ୫୦ ଲକ୍ଷ

Hit-and-Run Horror: ଅଜା, ନାତି ସହ ନବ ବିବାହିତ ଜ୍ବାଇଁ ଓ ସମ୍ପର୍କୀୟ ଦୁର୍ଘଟଣାରେ ମୃତ; ଧକ୍କା ଦେଇ ଅଜଣା ଗାଡ଼ି ଚମ୍ପଟ୍

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)