Advertisment

Daily Horoscope 9th March 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

author-image
Deepak Acharya

ମେଷ-
ଅଶ୍ୱନୀ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।
ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ ।
କୃତିକା- ପୂର୍ବ ଶତ୍ରୁମାନେ ପରାସ୍ତ ହେବେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଅବିବାହିତ ଯୁବକ, ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ

Advertisment

ବୃଷ-
କୃତିକା- ନିଜର ସ୍ୱାସ୍ଥ୍ୟର ଚିକିତ୍ସା କରିବା ନିହାତି ଆବଶ୍ୟକ । କାର୍ଯ୍ୟ ସ୍ଥଳରେ ଆପଣଙ୍କ କାମର ଆଜି ପ୍ରଶଂସା କରାଯିବ । ସମୟର ଚାହିଦା ଅନୁସାରେ ଆପଣ ସମସ୍ତଙ୍କ ଠାରୁ ଦୂରରେ ରହିବେ , ଏହା ଆପଣଙ୍କ ପାଇଁ ହିତକାରୀ ମଧ୍ୟ ହେବ ।
ରୋହିଣୀ- ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତନ ହୋଇପାରେ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିଲେ ଭଲ ହେବ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ ।
ମୃଗଶିରା- ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ । ପ୍ରତ୍ୟେକ କ୍ଷେତ୍ରରେ ଠିକ୍ ସିଦ୍ଧାନ୍ତ ନେଇପାରିବେ ନାହିଁ । ନିଜର ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ 

ମିଥୁନ-
ମୃଗଶିରା- ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ସମସ୍ତ ଦୁଶ୍ଚିନ୍ତା ଦୂର ହେବା ସହ ଶରୀର ସୁସ୍ଥ ରହିବ ।
ଆଦ୍ରା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । କୈାଣସି ନୂଆ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ ।
ପୁନର୍ବସୁ- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳା ମାନେ ପାରିବାରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

Advertisment

କର୍କଟ-
ପୁନର୍ବସୁ- ବୈବାହିକ ଜୀବନ ଆନନ୍ଦ ଦାୟକ ରହିବ । ଆପଣଙ୍କ କଳା ଓ ରଚନାରେ ଥିବା କ୍ଷମତାକୁ ପ୍ରଶଂସା ମିଳିବ । ବ୍ୟବସାୟୀ ମାନଙ୍କୁ ଅଚାନକ ଯାତ୍ରା କରିବା ସଂଗେ ସଂଗେ ଲାଭ ମିଳିବ ।
ପୁଷ୍ୟା- ପ୍ରେମ ସମ୍ବନ୍ଧରେ ନିଜର ସ୍ୱତନ୍ତ୍ର ବିବେକର ବ୍ୟବହାର କରନ୍ତୁ । ଘରକୁ ଅଥିତି ଆସିବା କାରଣରୁ ଦିନ ଆନନ୍ଦରେ କଟିବ । ସମାଜଠୁ ଦୂରରେ ରହିଲେ ଆବଶ୍ୟକତା ସମୟରେ କେହିବି ଆପଣଙ୍କ ପାଖକୁ ଆସିବେନି ।
ଅଶ୍ଲେଷା- ଯଦି ଆପଣଙ୍କୁ ଲାଗୁଚି କି ଆପଣ ଅନ୍ୟଙ୍କ ସାହାଯ୍ୟ ବିନା ହିଁ ମହତ୍ଵପୁର୍ଣ କାମ କରି ପାରିବେ, ତାହେଲେ ଆପଣଙ୍କ ଭାବନା ବହୁତ ଭୁଲ ଅଛି ।  ଆପଣ ନିଜର ବ୍ୟକ୍ତିତ୍ୱକୁ ଆକଳନ କରିବାକୁ ଚେଷ୍ଟା କରନ୍ତୁ ।  
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ସିଂହ-
ମଘା- କିଛି ଶୁଭ ଖବର ସଙ୍ଗକୁ ଅର୍ଥଲାଭରୁ ମନ ଖୁସୀ ହୋଇଯିବ । ଭଲ ସମ୍ପର୍କ ନ ଥିବା ନିକଟସ୍ଥ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି । ତରବରିଆ ଯାତ୍ରାରୁ ବିରତ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ । 
ପୂ,ଫାଲଗୁନି- ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଜାଗା, ଜମି, ବାହନ ଆଦି କ୍ରୟ କରିବେ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ବାବନା ରହିଛି ।  
ଉ,ଫାଲଗୁନି- ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି । ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା-
ଉ,ଫଳଗୁନି- ଆପଣ ନିଜ ପାଇଁ ଯଥେଷ୍ଟ ସମୟ ବାହାର କରିବେ । କୈାଣସି କଥା ଆପଣଙ୍କ ଉପରେ ମାନସିକ ଚାପ ପକାଇପାରେ । ବ୍ୟସ୍ତ ଥିବା ସତ୍ୱେ ଆଜି ଦିନଟା ଭଲ ରହିବ ।
ହସ୍ତା- ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ । କଳା, ସାହିତ୍ୟ, ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ ।
ଚିତ୍ରା- ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇ ପାରେ । ନିଜ ପ୍ରିୟର ଭାବନାକୁ ବୁଝନ୍ତୁ ।  
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ତୁଳା-
ଚିତ୍ରା- ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରେମିକା, ପ୍ରେମିକ ମାନଙ୍କର ଅନେକ ଦିନର ଅଭିଳାଷା ପୂର୍ଣ୍ଣ ହେବ । ଭାଇ- ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ ।
ସ୍ୱାତୀ- ଆନୁଷ୍ଠାନିକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ । ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି । ପିଲାମାନଙ୍କ ଉଚ୍ଚଶିକ୍ଷା ସକାଶେ ପ୍ରାଧାନ୍ୟ ଦେଇପାରନ୍ତି । 
ବିଶାଖା- ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରି ପାରନ୍ତି । ପଡୋଶୀ ମାନେ ଈର୍ଷାପରାୟଣ ହେଲେ ବି କ୍ଷତିକାରୀ ହେବେ ନାହିଁ । ବାଣିଜ୍ୟ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ବିଛା-
ବିଶାଖା- ବ୍ୟବସାୟୀ ମାନେ ନୂତନ ବ୍ୟବସାୟର ପରିକଳ୍ପନା କରିବେ । ପରିବାର ଓ ମିତ୍ରଙ୍କ ସହ ସମୟ ବିତାଇବେ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।         
ଅନୁରାଧା- ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ । ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ । ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ ।
ଜ୍ୟେଷ୍ଠା- କର୍ମ କ୍ଷେତ୍ରରେ ଅବାଞ୍ଛିତ ଉତ୍ତେଜନା ଏବଂ ଚିନ୍ତାର ସମ୍ମୁଖୀନ ହୋଇପାରନ୍ତି । ବାବବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତରେ ସଫଳ ହେବେ । ନୂଆ ନିଯୁକ୍ତି ପାଇ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
ମୂଳା- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । ପ୍ରେମିକ ପ୍ରେମିକା ମାନେ ନିଜ ଜିବନ ସାଥୀକୁ ନେଇ ଭବିଷ୍ୟତର ସ୍ୱପ୍ନ ଦେଖିବେ । 
ପୂ,ଷାଢା- ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ଉ,ଷାଢା- ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ । ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହୋଇଯିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର-
ଉ,ଷାଢା- ପ୍ରେମୀ ପ୍ରେମିକାଙ୍କ ମିଳନ ହେବ । କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ । ଶାରୀରିକ କଷ୍ଟ ଭୋଗ କରିବାକୁ ପଡିପାରେ ।
ଶ୍ରବଣା- ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ କରି ପ୍ରଶଂସା ପାଇବେ ।  ଚାକିରି ହେଉ କି ବ୍ୟବସାୟ-ବାଣିଜ୍ୟ ହେଉ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ ।
ଧନିଷ୍ଠା- ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦ। ବୃଦ୍ଧି ପାଇବ । ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ପୂର୍ବରୁ କରିଥିବା କରୋଜ ପରିଶୋଧ କରିବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ଧନିଷ୍ଠା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଅସହାୟ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।
ଶତଭିଷା-ଆର୍ଥିକ କ୍ଷେତ୍ରରେ ପରିବର୍ତନ ଆସିବ । ଆନୁଷ୍ଠାନିକ କାମହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ସାମାଜିକ କଲ୍ୟାଣରେ ପୂର୍ଣ୍ଣ ସହଯୋଗ କରିବେ ।
ପୂ,ଭାଦ୍ରପଦ- ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମୀନ-
ପୂ,ଭାଦ୍ରପଦ- ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ।  ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ ।
ଉ,ଭାଦ୍ରପଦ- ପ୍ରେମ ସମ୍ପର୍କରେ ଦୃଢତା ଆଣିବେ । କର୍ମରେ ଯୋଜନା ମୁତାବକ କାମ କରିଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ରାଜନୀତି କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱ ପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ ।
ରେବତୀ- ଅଧୁରା କାର୍ଯ୍ୟ ପୂରଣ ହେବ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ବିଜୟୀ ହେବେ । ଦୂରେଇ ଯାଇଥିବା ବନ୍ଧୁ ପୁଣି ନିକଟବର୍ତୀ ହେବେ । ଧର୍ମ କାର୍ଯ୍ୟ ପ୍ରତି ମନବଳାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

Horoscope
Advertisment
Related Articles
Advertisment