Horoscope Photograph: (OTV)
ମେଷ-
ଅଶ୍ୱନୀ- ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟରେ ଯୋଗଦେବେ । କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ ଖୁସିରେ କାମ କରିବେ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ପାଇବେ ।
ଦ୍ୱିଜା-ସାମାଜିକ ସ୍ତରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସତ୍ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ; କିନ୍ତୁ ହୁଏତ ଆପଣ ତାହାକୁ ଅସ୍ବୀକାର କରି ଦେଇପାରନ୍ତି। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
କୃତିକା-ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଈଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – କୈାଣସି ଛୋଟା ଲୋକଙ୍କୁ କିଛି ସାହାଯ୍ୟ କରନ୍ତୁ
ବୃଷ-
କୃତିକା- ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ଖୁସି ରହିବ ନାହିଁ। କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ଏକତରଫା ହୋଇଯାଇପାରେ । ବ୍ୟବସାୟ ଲାଗି ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ରୋହିଣୀ- ରାଜନୀତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।
ମୃଗଶିରା- ମହିଳା ମାନଙ୍କୁ ବନ୍ଧୁଙ୍କ ସହଯୋଗ ମିଳିବ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୈାଣସି କାମରେ ଯଥେଷ୍ଟ ଲାଭ ହେବ । ପ୍ରେମ ଜୀବନ ଭଲ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମୃଗଶିରା- ପରିବାରର ଖର୍ଚ୍ଚ ପରିମାଣ ଦ୍ୱିଗୁଣା ହୋଇପାରେ । ଘରର ବିଭିନ୍ନ ସମସ୍ୟା ସମ୍ପର୍କରେ ସ୍ତ୍ରୀଙ୍କ ସହ ଆଲୋଚନା କରିବେ। ପୁରାତନ ରୋଗରୁ ଉପସମ ପାଇବେ ।
ଆଦ୍ରା- ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ । ଅର୍ଥ ପ୍ରଲୋଭନ ମାଧ୍ୟମରେ କାମ ହାସଲ କରିବେ । ରାଜନୀତିରେ କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ ।
ପୁନର୍ବସୁ- ମହିଳା ମାନେ ସ୍ୱାବଲମ୍ବୀ ହେବେ । ଭାଇ ଭଉଣୀଙ୍କ ସହିତ ସମ୍ପର୍କ ସୁଧାର ଆସିବ । ନିଜର ଜମିବାଡି ବିକ୍ରୟ କରି ପାଇଥିବା ଅର୍ଥ କୁ ଅନ୍ୟ କୌଣସି ସଂସ୍ଥାରେ ନିବେଶ କରିପାରନ୍ତି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ପୁନର୍ବସୁ- ସ୍ବାସ୍ଥ୍ୟରେ ଅବନତି ହୋଇପାରେ । ବାରମ୍ବାର ଚେଷ୍ଟା କରିବା କାରଣରୁ ବନ୍ଧୁଙ୍କ ନିକଟରୁ କିଛି ଅର୍ଥ ସାହାଯ୍ୟ ପାଇବେ । କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ ।
ପୁଷ୍ୟା- ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ । ଆବଶ୍ୟକତା ପୂରଣ କରିବା ପାଇଁ ଧାର ଉଧାର କରିବାକୁ ପଡ଼ିପାରେ। ବିଶିଷ୍ଟ ବ୍ୟକ୍ତିମାନଙ୍କର ସଂସ୍ପର୍ଶରେ କାର୍ଯ୍ୟ ହାସଲ କରିବେ।
ଅଶ୍ଲେଷା- ଅଳଙ୍କାର ସୁନା କିଣିବା ଲାଗି ଭାବିବେ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- ଘରେ ଅନେକ ସମୟରେ ଅଶନ୍ତି ଲାଗିରହିବ । ଆର୍ଥିକ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଘଟିବ । ଚାଲୁ ରହିଥିବା କୌଣସି ବ୍ୟବସାୟକୁ ବନ୍ଦ କରିବାକୁ ଚେଷ୍ଟା କରିବେ । ପିଲାମାନଙ୍କର ଅବାଧ୍ୟତା ଆପଣଙ୍କୁ ବ୍ୟଥିତ କରିବ ।
ପୂ,ଫାଲଗୁନି- ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ । ପଡୋଶୀଙ୍କ ସହାୟତାରେ କୌଶଳର ସହ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଅଟକି ରହିଥିବା କାମଗୁଡିକ ସହକର୍ମୀଙ୍କ ବଦାନ୍ୟତାରୁ ହୋଇଯିବ ।
ଉ,ଫାଲଗୁନି-ଆଧ୍ୟାତ୍ମିକ ଦିଗରେ ଅଧିକ ସମୟ ମନୋନିବେଷ କରିବେ । ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି । କିଛି ମୂଲ୍ୟବାନ ଅଳଙ୍କାର କ୍ରୟ କରିପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଘରର ବଡ ଲୋକ ମାନଙ୍କଠାରୁ ଆର୍ଶିବାଦ ନେଇ କର୍ମ ଆରମ୍ଭ କରନ୍ତୁ
କନ୍ୟା-
ଉ,ଫଳଗୁନି- ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣ ଓ ଘର ଲୋକଙ୍କ ଦାୟିତ୍ୱହୀନତାରୁ ଚିନ୍ତିତ ରହିବେ। ବନ୍ଧୁବାନ୍ଧବରେ ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ।
ହସ୍ତା- ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ମନନିବେଶ କରିବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇପାରନ୍ତି ।
ଚିତ୍ରା- ପାଖ,ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କଚେରି ମାମଲା ମନ୍ଥର ହୋଇପାରେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ତୁଳା-
ଚିତ୍ରା-ଧନର ଆଗମନ ହୋଇପାରେ । କୌଣସି ନୂତନ ବ୍ୟବସାୟ କରିବାକୁ ଚାହୁଁଥିଲେ ସେଥିରେ ବିଜୟ ହେବେ । ନୂତନ କର୍ମ ଅରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ ।
ସ୍ୱାତୀ-ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ । ଅଫିସିଆଲି କାମ ସହଜ ଓ ସୁବିଧାରେ ହେବ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି ।
ବିଶାଖା-ଯାନବାହାନ ଚାଳନାରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡିବ । କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ବିଛା-
ବିଶାଖା- ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।
ଅନୁରାଧା- ଛାତ୍ରଛାତ୍ରି ମାନେ ଉତମ ଫଳ ପ୍ରଦର୍ଶନ କରିବେ । କୌଣସି ବିଶେଷ ଖବର ମିଳିବାର ଯୋଗ ଅଛି । ବଡ କମ୍ପାନିରୁ ଚାକିରିର ଡାକରା ଆସିପାରେ ।
ଜ୍ୟେଷ୍ଠା- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ । କର୍ମଚାରୀ ମାନଙ୍କୁ ଭରସା କଲେ କୈାଣସି ଅସୁବିଧା ହେବ ନାହିଁ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ
ଧନୁ-
ମୂଳା-ପରିବାର ସହିତ ମିଶି ଅନେକ ସମୟ ଆନନ୍ଦରେ କଟାଇପାରନ୍ତି । ବ୍ୟବସାୟୀ ମାନେ କିଛି ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି । ଗଣ୍ଠି ଜନିତ ସମସ୍ୟା ଗୁରୁତ୍ୱର ହୋଇପାରେ ।
ପୂ,ଷାଢା- ରାଜନୀତିରେ ପ୍ରତିଯୋଗିତା ଅଧିକ ସଂଘର୍ଷ ପୂର୍ଣ୍ଣ ହେବ । ବାଲ୍ୟ ବନ୍ଧୁଙ୍କ ସହିତ ଦେଖା ହୋଇ ଅଧିକ ଖୁସି ଅନୁଭବ କରିବେ । କର୍ମ କ୍ଷେତ୍ରରେ ସାମାନ୍ୟ ଉନ୍ନତି ରହିଛି ।
ଉ,ଷାଢା- ସାମାଜିକ ସ୍ତରରେ ଜନମଙ୍ଗଳ କାର୍ୟ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ଜମିଜମା, ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ,ଷାଢା- ସୁସ୍ଥ ମାନସିକତା ରକ୍ଷା କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ ।
ଶ୍ରବଣା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।
ଧନିଷ୍ଠା- ମାଲିମକଦ୍ଦମା, ତର୍କବିତର୍କ, କ୍ଷେତ୍ରରୁ ଶୁଭଫଳ ପାଇବେ । ଖଳଲୋକଙ୍କ କଥାରେ ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
ଧନିଷ୍ଠା- ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ପ୍ରିୟଜନମାନଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିବେ।
ଶତଭିଷା- ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷାରେ ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି । ପୁରୁଣା ବନ୍ଧୁଙ୍କ ସହିତ ସମ୍ପର୍କ ଅଧିକ ଘନିଷ୍ଠ ହେବ । ନିଜର ମନ ପସନ୍ଦର ଖାଦ୍ୟ ଖାଇବେ ।
ପୂ,ଭାଦ୍ରପଦ- ନୂତନ ଯାନବାହନ, ଜମିଜମା, କ୍ରୟ, ବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ । ନିଜର ଦକ୍ଷତା ଓ ଦୃଢ଼ତା ବଳରେ ଅସାଧ୍ୟ ସାଧନ କରିବେ । କ୍ରିଡା କ୍ଷେତ୍ରରେ ଆଶାତିତ ସଫଳତା ପାଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ପୂ,ଭାଦ୍ରପଦ- ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ
ଉ,ଭାଦ୍ରପଦ- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି ।
ରେବତୀ- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/10/31/horoscope-2025-10-31-08-27-57.jpg)