/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)
Horoscope Photograph: (OTV)
ମେଷ-
ଅଶ୍ୱନୀ- ଅନେକାଂଶରେ ସ୍ୱାସ୍ଥ୍ୟ ସମସ୍ୟା ଦୂରିଭୂତ ହେବା ସହିତ ଶାରୀରିକ ସୁସ୍ଥତା ଫେରି ପାଇବେ । ବ୍ୟବସାୟ ଅତି ଦ୍ରୁତ ଗତିରେ ବୃଦ୍ଧି ପାଇବ । ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ ।
ଦ୍ୱିଜା- ଅବିବାହିତ ଯୁବକ ଯୁବତୀ ମାନେ ନିଜ ମନ ପସନ୍ଦର ଜୀବନ ସାଥୀ ଚୟନ କରିବେ । ସଞ୍ଚିତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି । ସଫଳତା ଶୀର୍ଷରେ ପହଞ୍ଚାଇବା ପାଇଁ ସଂଘର୍ଷ ଜାରି ରଖିବେ ।
କୃତିକା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ଜମିଜମା କାରବାରରେ ଉପକୃତ ହେବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ଅଫିସ୍ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଚେଷ୍ଟା ସଫଳ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ।
ରୋହିଣୀ- ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି ।
ମୃଗଶିରା- ପାଖ,ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କଚେରି ମାମଲା ମନ୍ଥର ହୋଇପାରେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ଦୁର୍ଘଟଣାର ଶିକାର ହୋଇ ପାରନ୍ତି । ବ୍ୟବସାୟରେ କିଛି ନୂତନ ଚୁକ୍ତି ପତ୍ର ସମ୍ପାଦନା କରିପାରନ୍ତି । ଅତ୍ୟଧିକ କାର୍ଯ୍ୟ ଭାରର ଚାପ ଆପଣଙ୍କୁ ପ୍ରଭାବିତ କରିପାରେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ ।
ଆଦ୍ରା- ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ ।
ପୁନର୍ବସୁ- ହିସାବ , ନିକାଶ ପାଇଁ ସୁନ୍ଦର ଅବସର ପାଇ ପାରନ୍ତି । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ । ଦେବୀମାତାଙ୍କ ଧ୍ୟାନରେ , ମନରେ ସକାରତ୍ମକ ଶକ୍ତି ସଂଚାର ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ଖୁସି ରହିବ ନାହିଁ। କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ଏକତରଫା ହୋଇଯାଇପାରେ । ବ୍ୟବସାୟ ଲାଗି ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ପୁଷ୍ୟା- ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ କାମ ହାସଲ କରିବାରେ କିଛି ଅସୁବିଧା ହେବ ନାହିଁ।
ଅଶ୍ଲେଷା- ପରିସ୍ଥିତିବଶତଃ ଅନ୍ୟମାନଙ୍କୁ ବିଶ୍ୱାସକରି ପ୍ରତାରିତ ହୋଇପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ
ସିଂହ-
ମଘା- ଆୟ ଅପେକ୍ଷା ବ୍ୟୟ ବଢିପାରେ । ନିଜ କାର୍ୟ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ ।
ପୂ,ଫାଲଗୁନି- ବିବାହିତ ଜୀବନରେ ପ୍ରେମ ଏବଂ ଆକର୍ଷଣର ପରିସ୍ଥିତି ଦେଖାଯିବ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ପୈତୃକ ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ
ଉ,ଫାଲଗୁନି- ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା-
ଉ,ଫଳଗୁନି- ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ, ଯାହାକି ଦୁଶ୍ଚିନ୍ତାର କାରଣ ହୋଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ହାସଲ କରିବେ । ଅଫିସରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ ।
ହସ୍ତା- ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ । ଆବଶ୍ୟକତା ପୂରଣ କରିବା ପାଇଁ ଧାର ଉଧାର କରିବାକୁ ପଡ଼ିପାରେ। ବିଶିଷ୍ଟ ବ୍ୟକ୍ତିମାନଙ୍କର ସଂସ୍ପର୍ଶରେ କାର୍ଯ୍ୟ ହାସଲ କରିବେ।
ଚିତ୍ରା- ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢ଼ୀଭୂତ କରିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -ସକାଳୁ କିଛି ଖାଦ୍ୟ ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ
ତୁଳା-
ଚିତ୍ରା- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ ।
ସ୍ୱାତୀ- ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ।
ବିଶାଖା- ଭଗବାନ୍କୁ ସୁମରଣ ଦ୍ୱାରା ମନସ୍କାମନା ପୂରଣ ହେବ । କ୍ଷମତା ଶାଳୀ ହେବାର ସୁଯୋଗ ଆସିପାରେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ପୂଜାର୍ଚ୍ଚନା କରନ୍ତୁ
ବିଛା-
ବିଶାଖା- କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ ।
ଅନୁରାଧା- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ । କର୍ମକ୍ଷେତ୍ରରେ ବନ୍ଧୁତା ଓ ବ୍ୟବସାୟରେ ଉନ୍ନତି କରିବେ । ସାଂସ୍କୃତିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତାରୁ ପ୍ରଶଂସିତ ହେବେ ।
ଜ୍ୟେଷ୍ଠା- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କର୍ମଚାରୀ ମାନଙ୍କୁ ଭରସା କଲେ କୈାଣସି ଅସୁବିଧା ହେବ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଶ୍ରୀ ହନୁମାନ ଚଳିସା ପାଠ କରନ୍ତୁ
ଧନୁ-
ମୂଳା- ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । ପିତାମାତାଙ୍କ ସାହାର୍ୟ୍ୟ ଓ ସହଯୋଗ ପାଇବେ । ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ । ଆପଣ ଚାକିରି ବଦଳାଇବାକୁ ଚେଷ୍ଟା କରିପାରିବେ ।
ପୂ,ଷାଢା- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ବିଦେଶରେ ପଢିବାକୁ ଚାହୁଁଥିବା ଛାତ୍ରଛାତ୍ରୀ ମାନଙ୍କର ଇଚ୍ଛା ପୂରଣ ହୋଇପାରେ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ
ଉ,ଷାଢା- ସାହାଯ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୈାଦ୍ଧିକ କ୍ଷମତା ପ୍ରାପ୍ତ କରିବେ । କୋର୍ଟ କଚେରୀ ମାମଲା ସହଜରେ ସମାଧାନ ହୋଇଯିବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ
ମକର-
ଉ,ଷାଢା- ସୁସ୍ଥ ମାନସିକତା ରକ୍ଷା କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ ।
ଶ୍ରବଣା- ରାଜନୀତିରେ ଲୋକଙ୍କ ପ୍ରିୟ ରହିବେ । କାର୍ଯ୍ୟ କ୍ଷେତ୍ରରେ ଖୁବ ଶିଘ୍ର ସଫଳତା ପାଇବେ । ଆୟରେ ଉନ୍ନତି ଘଟିବ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ ।
ଧନିଷ୍ଠା- ମାଲିମକଦ୍ଦମା, ତର୍କବିତର୍କ, କ୍ଷେତ୍ରରୁ ଶୁଭଫଳ ପାଇବେ । ଖଳଲୋକଙ୍କ କଥାରେ ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
ଧନିଷ୍ଠା- କାର୍ୟ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ ।
ଶତଭିଷା- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ବିଦେଶରେ ପଢ଼ୀବାକୁ ଚାହୁଁଥିବା ଛାତ୍ରଛାତ୍ରୀ ମାନଙ୍କର ଇଚ୍ଛା ପୂରଣ ହୋଇପାରେ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।
ପୂ,ଭାଦ୍ରପଦ- କୋର୍ଟର ସହୟତା ପାଇବେ । ରାଜନିତିରେ ଲୋକ ପ୍ରିୟତା ବଢାଇବା ପାଇଁ ଚେଷ୍ଟା କରିବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ବାନ୍ଧବୀଙ୍କ ଠାରୁ ଶୁଭ ଖବର ଶୁଣିବାକୁ ପାଇବେ । ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ।
ଉ,ଭାଦ୍ରପଦ- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି ।
ରେବତୀ- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
BJD in Crisis: ରାୟଗଡା ପୌର ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା , ଭାସ୍କର ରାଓଙ୍କ ଚାଲକୁ ଦେଖି ଛାନିଆ ବିଜେଡି

Nuapada Seat: ନୂଆପଡ଼ା ଉପନିର୍ବାଚନ ପାଇଁ ଅଙ୍କକଷା, କିଏ ବିଜେପି ଯୋଦ୍ଧା...ରେସରେ ଆଗରେ ୪ ନାଁ

Rain Floods Bhubaneswar: ରାଜଧାନୀକୁ ବୁଡ଼ାଇଲା ପ୍ରାୟ ଦୁଇ ଘଣ୍ଟାର ନନଷ୍ଟପ ବର୍ଷା , ୧୦ ସୁଦ୍ଧା ଆଉ ଏକ ଘୂର୍ଣ୍ଣିବଳୟ ଆଶଙ୍କା

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)