Advertisment

Weekly Horoscope From 26th January 2026 To 1st February 2026: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ଆପଣଙ୍କ ସବୁ ମନୋକାମନା ପୁର୍ଣ୍ଣ ହେବ ଓ ସୌଭାଗ୍ୟ ଆପଣଙ୍କ ବାଟରେ ଆସିବ । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ ।  ମହିଳା ମାନେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ଓ ପ୍ରଂଶସା ପାଇବେ ।

weekly horoscope
Advertisment

ମେଷ
ସମୟର ମୂଲ୍ୟ ବୁଝିବାକୁ ଚେଷ୍ଟା କରନ୍ତୁ । ଆପଣଙ୍କ ବ୍ୟସ୍ତ ଦୈନିକ କାମ-କାର୍ଯ୍ୟ କାରଣରୁ ଆପଣଙ୍କ ଜୀବନସାଥୀ ଆପଣଙ୍କୁ ସନ୍ଦେହ କରି ପାରନ୍ତି । କାର୍ଯ୍ୟାଳୟରେ ନିଜର ଭୁଲକୁ ସ୍ୱୀକାର କରିବା ଆପଣଙ୍କ ପକ୍ଷରେ ରହିବ । ଆପଣଙ୍କ ସବୁ ମନୋକାମନା ପୁର୍ଣ୍ଣ ହେବ ଓ ସୌଭାଗ୍ୟ ଆପଣଙ୍କ ବାଟରେ ଆସିବ । ନୂତନ ଆରମ୍ଭ ହୋଇ ଥିବା ଯୋଜନା ଆପଣଙ୍କ ଆଶା ଅନୁସାରେ ପରିଣାମ ଦେବ ନାହିଁ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇ ପାରେ - ଯାହାକି କାର୍ଯ୍ୟରେ ଆପଣଙ୍କର ଏକାଗ୍ରତା ଭଙ୍ଗ କରି ପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର - ହନୁମାନଙ୍କର ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

Advertisment

ବୃଷ-
ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ । ଜାଗା, ଜମି ଆଦି କ୍ରୟ କରିବାର ସୁଯୋଗ ଅଛି । ନିଜର ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ । ଗୁରୁଜନ ଓ ଶିଶୁ ମାନଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେବା ନିତ୍ୟାନ୍ତ ଆବଶ୍ୟକ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । ଅବିବାହିତ ଯୁବକ ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ମିଥୁନ-
ଜୀବାଣୁ ଜନିତ ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇ ପାରେ ତେଣୁ ସାବଧାନ ରୁହନ୍ତୁ ।  ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ ।  ମହିଳା ମାନେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ଓ ପ୍ରଂଶସା ପାଇବେ । ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି ।  ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ ।  
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ଯନ୍ତ୍ରିକା ଧାରଣ କରନ୍ତୁ

Advertisment

କର୍କଟ-
ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ । ପଡୋଶି ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ । ପୁଞ୍ଜି ଲଗାଣ, ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ । ଉତମ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ । ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୂବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ସିଂହ-
ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ,କାରଣ ଆପଣଙ୍କ ରୋଗ ଆହୁରି ଖରାପ ହୋଇ ପାରେ । ଆପଣଙ୍କୁ ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଆପଣ ଘରୋଇ କାର୍ଯ୍ୟ ଯୋଗୁଁ ଥକା ଅନୁଭବ କରିବେ ଯାହା ଆପଣଙ୍କୁ ମାନସିକ ଯନ୍ତ୍ରଣା ମଧ୍ୟ ଦେଇ ପାରେ । ଆପଣଙ୍କ ଜୀବନ ସାଥୀ କୋଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚର୍ଯ୍ୟ କରି ଦେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

Advertisment

କନ୍ୟା- 
ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ । ଭାଗିଦାରି ବ୍ୟବସାୟ ପାଇଁ ସାହାର୍ଯ୍ୟ ସହଯୋଗ ଅଚାନକ ମିଳିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱ ପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ଗୃହ ନିର୍ମାଣ କରିବାରେ ଅଧିକ ଖର୍ଚ୍ଚ କରିବାକୁ ପଡିବ । ସରକାରୀ ସାହାର୍ଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ତୁଳା-
ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । ପରିବାରରେ ବୁଝାମଣା ସହିତ  ସବୁ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ । ପରସ୍ପର ପ୍ରତି ଦାୟିତ୍ବର ଭାବନା ଆସିବା ସହିତ ସମ୍ପର୍କକୁ ମଜବୁତ ରହିବ । କର୍ମ କ୍ଷେତ୍ରରେ କୌଣସି କାର୍ଯ୍ୟ ଆପଣଙ୍କୁ କ୍ଷତି ପହଞ୍ଚାଇପାରେ । ଚାକିରୀ ପାଇଁ ପ୍ରୟୋଗ ଜାରି ରଖିବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ କମଳାଙ୍କର  ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ 
ବିଛା-
ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିଲେ ଭଲ ହେବ । ସାମାଜିକ କ୍ଷେତ୍ରରେ ମାନ୍ୟତା ଅର୍ଜ୍ଜନ କରିବେ । ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତନ ହୋଇପାରେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ଅଲଗା ଅଲଗା ମାଧ୍ୟମରେ ଧନ ଉପାର୍ଜନ କରିବାରେ ସକ୍ଷମ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ 
ପ୍ରତିକାର - ବଗଳା ମୁଖିଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଧନୁ-
ମଦ୍ୟପାନ ତଥା ଧୁମ୍ରପାନ ଠାରୁ ନିଜକୁ ଦୂରରେ ରଖନ୍ତୁ , ନଚେତ ଆପଣଙ୍କ ସ୍ୱାସ୍ଥ୍ୟ ଖରାପ ହେବା ସହିତ ଆପଣଙ୍କର ଆର୍ଥିକ ଅବସ୍ଥା ମଧ୍ୟ ବିଗିଡ଼ି ଯିବ ।  ନିଜର ନୂତନ ଯୋଜନା ପାଇଁ ନିଜର ମାତା-ପିତାଙ୍କୁ ବିଶ୍ୱାସରେ ନେବା ଅତି ଆବଶ୍ୟକ । କାର‌୍ୟ୍ୟ ମଝିରେ ଯଥାଶକ୍ତି ଆରାମ କରୁଥାନ୍ତୁ । ଆପଣଙ୍କର ପ୍ରେମୀ ଆପଣଙ୍କ ସହିତ ନିଜର ଭାବନାକୁ ପ୍ରକାଶ କରିପାରିବେ ନାହିଁ ଯାହା ଆପଣଙ୍କୁ ବ୍ୟଥିତ କରିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ମକର-
ବନ୍ଧୁ ବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଦୂରେଇ ଯାଇଥିବା ବନ୍ଧୁ ପୁଣି ନିକଟବର୍ତୀ ହେବେ । ଧର୍ମ କାର୍ଯ୍ୟ ପ୍ରତି ମନବଳାଇବେ । ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଖୁସି ଅନୁଭବ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

କୁମ୍ଭ
ଜୀବନସାଥୀର ସହଯୋଗ ମିଳିବ । କାର୍ଯ୍ୟକ୍ଷେତ୍ରରେ ଲୋକଙ୍କ ନେତୃତ୍ୱ କରନ୍ତୁ, କାରଣ ଆପଣଙ୍କ ନିଷ୍ଠା ଆଗକୁ ବଢ଼ିବାରେ ଲାଭକାରୀ ପ୍ରମାଣିତ ହେବ ।  ପିଲାଙ୍କ ପଢ଼ା ପାଇଁ ଅର୍ଥ ଖର୍ଚ୍ଚ କରିବାକୁ ପଡ଼ିବ । ପରିବାରରେ କୋଣସି ମହିଳାଙ୍କର ସ୍ୱାସ୍ଥ୍ୟ ଖରାପ ହେବା କାରଣରୁ ଆପଣଙ୍କୁ ଚିନ୍ତା ହୋଇପାରେ । ଆପଣ ଭଲ ଭାବରେ ନିଜ କଥା ରଖନ୍ତୁ ଓ କାର୍ଯ୍ୟରେ ଉତ୍ସାହ ଦେଖନ୍ତୁ । ଆପଣଙ୍କ ତୀକ୍ଷ୍ଣ ଅବଲୋକନ ଯୋଗୁଁ ଆପଣ ସମସ୍ତଙ୍କଠୁ ଆଗୁଆ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମୀନ-
ପରିବାରରେ ଉତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଚଳଚିତ୍ର ଆଦି କ୍ଷେତ୍ରରେ ବିଶେଷ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନ ପାଇ ବରିଷ୍ଠ ନେତାଙ୍କ ସ୍ନେହର ପାତ୍ର ହେବେ । ଅନ୍ୟ ମାନଙ୍କ ପ୍ରତି ଆପଣଙ୍କ ବ୍ୟବହାର ଭଲ ରହିବା ଉଚିତ୍ । ବାସସ୍ଥାନ ବା ଯାନବାହନର ନବୀକରଣ ସୁଯୋଗ ପ୍ରାପ୍ତି ହେବ । କ୍ରିଡା କ୍ଷେତ୍ରରେ କୃତକାର୍ଯ୍ୟ କରିବେ ।  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

Weekly Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ