ମେଷ-
ବ୍ୟବସାୟରେ ପରିବାରର ସହଯୋଗ ପାଇବେ । ପ୍ରକୃତିର ଆନନ୍ଦ ନେବା ପାଇଁ ମନ ହେବ । ପ୍ରଶାସନିକ କାମ ଧୈର୍ଯ୍ୟର ସହ କରନ୍ତୁ । ବୈବାହିକ ଜୀବନରେ ଜୀବନସାଥୀଙ୍କ ସମର୍ଥନ ଓ ପ୍ରେମ ପାଇବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିରେ ପ୍ରସ୍ତାବ ମିଳିପାରେ । ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି । ସମ୍ମାନିତ ଲୋକଙ୍କ ସହ ମିଶିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଲାଲ୍ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ବୃଷ-
କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ରାଜନୀତିରେ ସଫଳତା ମିଳିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ । ପୈତୃକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ
ମିଥୁନ-
ବ୍ୟବସାୟରେ ଲାଭପାଇ ଉନ୍ନତି କରିବେ । କର୍ମ କ୍ଷେତ୍ରରେ ସହଯୋଗ ପାଇ ଆଗେଇ ଯିବେ । ନାରୀମାନେ ଭ୍ରମଣ ପ୍ରିୟ ହେବେ । ଛାତ୍ରଛାତ୍ରିମାନଙ୍କ ପାଠ ପଢାରେ ଲକ୍ଷ ସ୍ଥଳ ପୁରଣ ହେବ । ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ୱାରା ଲାଭ ପାଇବେ ଓ ଆଗକୁ ବଢିବା ସମ୍ଭବ ହେବ । ଦୂରଯାତ୍ରା କରିବାର ସୁଯୋଗ ପାଇ ବିଶେଷ ଆନନ୍ଦ ହେବେ । ରାଜନୀତିରେ ଉଚ୍ଚ ଆସନ ଲାଭ କରିବେ । ଜୀବନ ସାଥୀ କୋଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚର୍ୟ୍ୟ କରି ଦେବେ ଜ୍ଝ ନିଜର ପ୍ରିୟଙ୍କ ପୁରୁଣା କଥାକୁ କ୍ଷମା କରି ଆପଣ ନିଜର ଜୀବନକୁ ସୁଧାରି ପାରିବେ ଜ୍ଝ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଗେଣଶଙ୍କର ଗାୟତ୍ରୀ ପାଠ କରନ୍ତୁ
କର୍କଟ-
ସନ୍ତାନ-ସନ୍ତତିଙ୍କ ଦିଗରୁ ସୁସମ୍ବାଦ ପାଇ ଆନନ୍ଦିତ ହେବେ । ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇଯିବ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ । ପଢାପଢି ଓ ପରୀକ୍ଷାରେ ସଫଳତା ପାଇବେ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ । ଧାର୍ମିକ କାର୍ଯ୍ୟରେ ଲିପ୍ତ ରହିଲେ ସମସ୍ତ କ୍ଷେତ୍ରରେ ରକ୍ଷା ପାଇବେ । ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ପରୀକ୍ଷା ପ୍ରତିଯୋଗିତ। ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅନିଶ୍ଚିତ ଆୟ ଉପାର୍ଜ୍ଜନ କରିବେ । ଓ ଅଭାବ ଅନାଟନ ଦୂରେଇ ଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ
ସିଂହ-
ପାରିବାରିକ ସଦସ୍ୟ ମାନଙ୍କ ସହିତ ସମୟ କାଟିବେ । ଅର୍ଥ ବୃଦ୍ଧି କରିବା ପାଇଁ ଚିହ୍ନା ଲୋକଙ୍କ ଠାରୁ ନୂଆ ସ୍ରୋତ ମିଳିପାରେ । ବନ୍ଧୁ ପ୍ରତି ସନ୍ଦେହ ସୃଷ୍ଟି ହେବ । ବ୍ୟବସାୟରେ କ୍ଷତି ହେବାର ସମ୍ଭାବନା ଅଛି । ଧୈର୍ଯ୍ୟର ସହ କାର୍ଯ୍ୟ କଲେ ସଫଳତା ହାସଲ କରିବେ । ନେତାମାନେ ସାଂଗଠନିକ ପଦବୀ ହାସଲ ପାଇଁ ଚେଷ୍ଟିତ ରହିବେ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । ଅଶଂଗ୍ରହଣ କରୁଥିବା ପ୍ରତ୍ୟେକ ପ୍ରତିଯୋଗିତାରେ ସଫଳ ହେବେ । କାର୍ଯ୍ୟ କ୍ଷେତ୍ରରେ ଉନ୍ନତି ଘଟିବ । ମହିଳା ମାନେ ଗୃହ କାର୍ଯ୍ୟ ରେ ବ୍ୟସ୍ତ ରହିବେ । ରାଜନୀତିରେ ଶୁଭ ଖବର ମିଳିପାରେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମହାମୃତ୍ୟୁଞୟ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । କ୍ୟାରିୟରକୁ ନେଇ ମନ ଖୁସି ରହିବ । ସନ୍ତାନ ମାନଙ୍କ ବିଷୟରେ ଶୁଭ ସମାଚାର ଶୁଣିବେ । ଇଂଜିନିୟରଙ୍କୁ ବଡ କଂପାନୀରେ ପ୍ରସ୍ତାବ ମିଳିପାରେ । କୈାଣସି ଜରୁରୀ ଯୋଜନା ସଫଳ ହେବ । କ୍ରୋଧକୁ ଆୟତରେ ରଖନ୍ତୁ । ମହିଳା ମାନଙ୍କର କାମରେ ଉତ୍ସାହ ବଢିବ । ବନ୍ଧୁ ମିତ୍ରଙ୍କର ସମ୍ପୂର୍ଣ୍ଣ ସହଯୋଗ ପାଇ ଶାନ୍ତି ଭାବରେ କାମ ପୂରଣ ହେବ । ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ । ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ମଦ୍ୟପାନ ତଥା ଧୁମ୍ରପାନ ଠାରୁ ନିଜକୁ ଦୂରରେ ରଖନ୍ତୁ , ନଚେତ ଆପଣଙ୍କ ସ୍ୱାସ୍ଥ୍ୟ ଖରାପ ହେବା ସହିତ ଆପଣଙ୍କର ଆର୍ଥିକ ଅବସ୍ଥା ମଧ୍ୟ ବିଗିଡ଼ି ଯିବ ଜ୍ଝ ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ସନ୍ତାନର ସଫଳତା ଯୋଗୁଁ ଖୁସିର ପରିବେଶ ରହିବ । ସମୟକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ୍ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ ଆସିବ । ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ମାନ କରିପାରିବେ ନାହିଁ । ବିଦ୍ୟାର୍ଥୀ ମାନେ ପଢା ଲେଖାରେ ମନ ଯୋଗ ଦେଇ ଅଧିକ ପରିଶ୍ରମ କରି ଭଲ ଫଳ ପାଇବେ । ସାଙ୍ଗ ସାଥିଙ୍କ ସହ ଦୂର ସ୍ଥାନକୁ ଭ୍ରମଣ କରିବାକୁ ଯାଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କ ଅଷ୍ଟକ ପାଠ କରନ୍ତୁ
ବିଛା-
ସହକର୍ମୀ ମାନଙ୍କର ସମର୍ଥନ ସାହାଯ୍ୟ ସହଯୋଗ ମିଳିବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାମରେ ପ୍ରଶଂସା ମିଳିବ । କ୍ଷମତା ବିଶେଷ ଲାଭବାନ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାମରେ ପ୍ରଶଂସା ମିଳିବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଆଇନ ଅଦାଲତରେ ଜୟଯୁକ୍ତ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
କ୍ୟାରିୟର ଓ ଶିକ୍ଷାକ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡ ମାନଙ୍କୁ ବୁଝିବିଚାରି କଲେ ଠିକ୍ ହେବ । ସରକାରୀ ସାହାର୍ୟ୍ୟ ସହଯୋଗ ହାତଛଡା ହେବାର ନାହିଁ । ଧର୍ମନୁଷ୍ଠାନରେ ଆୟୋଜନ ଦାୟିତ୍ୱ, ଗୃହ ନିର୍ମାଣ ବା ଯାନବାହ. ଭୂମି କ୍ରୟ କରି ପାରିବେ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ । ବ୍ୟବସାୟୀଙ୍କୁ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଧାତୁ ପଦାର୍ଥ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ଲାଭବାନ୍ ହେବେ । ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ । ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ । ପଡୋଶି ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗୁରୁଙ୍କର ଗାୟତ୍ରୀ ପାଠ କରନ୍ତୁ
ମକର-
ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଆକସ୍ମିକ ଧନ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ୱାରା ଆର୍ଥିକ ସମସ୍ୟା ସମାଧାନ ହୋଇ ବ୍ୟବସାୟରେ ସଫଳତା ମିଳିବା ସହ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ଛାତ୍ରଛାତ୍ରୀ ମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପରିବାରରେ ମନୋମାଳିନ୍ୟ ଦୂରେଇ ଯାଇ ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ କରିବାକୁ ତତ୍ପର ହେବେ । ଜମିଜମା ସଙ୍କ୍ରନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ
ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ଉପଯୁକ୍ତ ଯୋନଜା ଦ୍ୱାରା କ୍ୟାରିୟରରେ ପରିବର୍ତନ ଭବିଷ୍ୟତ ଲାଗି ଲାଭଦାୟକ । ବିବାଦଠୁ ଦୂରରେ ରୁହନ୍ତୁ । ଭାଗିଦାରି ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱ ପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । କର୍ମ କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ କୈାଣସି ଭୁଲ୍ କାମରେ ଫସିଯିବେ । ପରିବାରରେ ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବ । ଅଫିସ୍ରେ ଆପଣଙ୍କର କାମରେ ପ୍ରଂଶସା ହେବ । ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ ।ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ
Weekly Horoscope From 29th December 2025 To 4th January 2026: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...
ବ୍ୟବସାୟରେ ପରିବାରର ସହଯୋଗ ପାଇବେ । ପ୍ରକୃତିର ଆନନ୍ଦ ନେବା ପାଇଁ ମନ ହେବ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିରେ ପ୍ରସ୍ତାବ ମିଳିପାରେ । ସମ୍ମାନିତ ଲୋକଙ୍କ ସହ ମିଶିବେ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1639309408.jpg)