Advertisment

Weekly Horoscope From 2nd March 2026 To 8th March 2026: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି ।

author-image
Deepak Acharya
weekly horoscope

ମେଷ-
ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ବ୍ୟୟ ଅପେକ୍ଷା ଆୟ ଅଧିକ ହେବ ଓ ନୂତନ ସଂସ୍ଥାର ଆୟୋଜନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି , ବ୍ୟବସାୟରେ ସଫଳତା ଅର୍ଜନ କରିବେ । ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ  

Advertisment

ବୃଷ-
ସ୍ୱାସ୍ଥ୍ୟ ପ୍ରତି ସାବଧାନ ରହିବା ଆବଶ୍ୟକ । ଅନ୍ୟ ପ୍ରତି ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ଆର୍ଥିକ କ୍ଷେତ୍ରରେ ପରିବର୍ତନ ବେହା ଫଳରେ ପରିବାରରେ ସୁଖଶାନ୍ତି ଦେଖାଦେବ । ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ବିଶେଷ ଶୁଭଫଳ ପ୍ରାପ୍ତି ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଓଁ ଶଂ ଶନିଶ୍ଚରାୟ ନମଃ- ଜପ କରନ୍ତୁ

ମିଥୁନ-
ପାରିବାରିକ ଜୀବନ ଆମୋଦ ଦାୟକ ହେବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ । କର୍ମକ୍ଷେତ୍ରରେ ଥିବା ଚିନ୍ତା ଦୂର ହେବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ୱାରା ସହଜ ସୁବିଧାରେ ହୋଇଯିବ । ସଙ୍ଗୀତ ଓ କଳାରେ ସୁନାମ ଅର୍ଜନ କରିବେ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଦୂରେଇ ଯାଇଥିବା ବନ୍ଧୁମାନେ ଅତି ଆପଣାର ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ଭ୍ରାତୃ ବିବାଦ, ପଡୋଶୀ କଳହର ସମାଧାନ ହେବ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର –ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

Advertisment

କର୍କଟ-
ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ନୂତନ ବ୍ୟବସାୟ କରିବାକୁ ଯୋଜନା କରୁଛନ୍ତି, ସେଥିରେ ସଫଳତା ପାଇବେ । ନିଜର କର୍ମ ଦ୍ୱାରା ସମାଜରେ ମାନ ସମ୍ମାନ ମଧ୍ୟ ଅର୍ଜିତ କରିପାରିବେ । ଆର୍ଥିକ ସ୍ଥିତିରେ ପରିବର୍ତନ ହେବାର ସମ୍ଭାବନା ରହିଛି । ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ । ସମ୍ପତିକୁ ନେଇ ପାରିବାରିକ ସମସ୍ୟା ସମାଧାନ ହୋଇଯିବ । ବିଦ୍ୟାର୍ଥୀ ମାନେ ଶିକ୍ଷାକ୍ଷେତ୍ରରେ ଅତ୍ୟନ୍ତ ଶୁଭ ଫଳ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁନନେଶୂରୀଙ୍କର ମନ୍ତ୍ର ପାଠ କରନ୍ତୁ

ସିଂହ-
ଶାରୀରିକ ପୀଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତିରେ ବୃଦ୍ଧି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

କନ୍ୟା-
ଶରୀର ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନସାଥିଙ୍କ ସହିତ ସୁଖଶାନ୍ତିରେ ସମୟ ବିତେଇବେ । ବୁଦ୍ଧିଜୀବି ମାନଙ୍କ ସହିତ ସମ୍ପର୍କ ମଜବୁତ୍ କରିବାରେ ସଫଳ ହେବ । ଚାକିରିରେ ପ୍ରମୋଶନ ପାଇବା ଫଳରେ କିଛି ପରିବର୍ତନ ଆସିବ । ରାଜନୈତିକ କ୍ଷେତ୍ରରେ ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ସମ୍ପତି ସମ୍ବନ୍ଧୀୟ ମାମଲାର ସମାଧାନ ହୋଇଯିବ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ 

ତୁଳା-

ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ୱାରା ସାମାଜିକ ପତିଆରା ଅମଳିନ ରହିବ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ସାମ୍ବାଦିକମାନେ ଜନ ସମର୍ଥନ ପାଇ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବା ଫଳରେ ପଦପଦବୀ ଲାଭ ହୋଇପାରେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ 

ବିଛା-
ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ । ଗୃହରେ ସବୁ ସଦସ୍ୟଙ୍କ ଧ୍ୟାନ ରଖିଲେ ସକାରତ୍ମକ ପରିବେଶ ସୃଷ୍ଟି ହେବ । ଭାଇ-ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । ସରକାରୀ କ୍ଷେତ୍ରରେ ପରୀକ୍ଷା ଦେଲେ ଉତିର୍ଣ୍ଣ ହେବେ । ଆର୍ଥିକ କ୍ଷେତ୍ରରେ ଉତମ ପରିମାଣ ପ୍ରାପ୍ତ ହେବ । ଦୃଢସଂକଳ୍ପ ଓ ଆତ୍ମବିଶ୍ୱାସ ଭରପୁର ରହିବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଧନୁ-
କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ସାମାଜିକ କାର୍ଯ୍ୟରେ ଯୋଗଦାନ କରି ପାରନ୍ତି । ପାରିବାରିକ ସମସ୍ୟାକୁ ସମାଧାନ କରି ମାନସିକ ଶାନ୍ତି ପାଇବେ । ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ ।  ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଏକାକୀତ୍ୱର ପରିଧିରେ ନିଜକୁ ସଜାଇ ପାରନ୍ତି । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର-
ମେଦବୃଦ୍ଧି ସମ୍ବନ୍ଧରେ ସଚେତନ ରୁହନ୍ତୁ । ବୁଦ୍ଧିଜୀବୀ ମାନଙ୍କର ଆୟ ଠିକ୍‌ଠାକ୍ ହେବା ସହିତ ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ । ସରକାରୀ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ରହିଛି । ନେତାମାନେ ସାଂଗଠନିକ ପଦବୀ ହାସଲ ପାଇଁ ଚେଷ୍ଟିତ ରହିବେ । ଛାତ୍ରଛାତ୍ରି ମାନଙ୍କର ପଢାରେ ମନ ଲାଗିବ । ବୈଜ୍ଞାନିକ ମାନେ ନୂତନ ତଥ୍ୟ ହାସଲରେ ପ୍ରୟାସ କରିବେ । ପ୍ରେମ କ୍ଷେତ୍ରରେ ସଫଳତା ପାଇବା ସହ ବିବାହ ବଦ୍ଧନରେ ବାନ୍ଧି ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

କୁମ୍ଭ-

ମାନସିକ ଏକାଗ୍ରତା ବଜାୟ ରହିବ । ସାମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ବ୍ୟବସାୟରେ ସାମାନ୍ୟ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ପ୍ରେମିକ ପ୍ରେମିକା ମାନଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ । ପାରିବାରିକ ବ୍ୟବସ୍ଥା ପରିବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ କରଜ ଭାରରୁ ମୁକ୍ତି ମିଳିବ । ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବିଦେଶ ଯାତ୍ରାରେ ଲାଭବାନ ହେବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ  ଦିଅନ୍ତୁ

ମୀନ-
ଖାଦ୍ୟ ପେୟ ଓ ଜୀବନ ଶୈଳୀରେ ଶାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ବନ୍ଧୁବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହୋଇପାରେ । ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ସହ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ଅଧିକ ଧନ ଅର୍ଜନ କରିବାର ରାସ୍ତା ଖୋଲିଯିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

Weekly Horoscope
Advertisment
Related Articles
Advertisment