• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଭଲ କରିବେ, ଲାଭବାନ ହେବେ

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଅହୋରାତ୍ର । ତିଥି – ୧୨ଶୀ ଦିବା ୧୧.୪୩ ଗତେ ୧୩ଶୀ ।

Scorpio

ବିଛା

Saturday 04 Mar 2023

ବିଶାଖା – ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ ।

ଅନୁରାଧା – ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିରେ ପ୍ରସ୍ତାବ ମିଳିପାରେ । ଜ୍ୟେଷ୍ଠା  –  ମହିଳା ମାନଙ୍କର କାମରେ ଉତ୍ସାହ ବଢିବ । ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତାରେ ରହିବ । କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ଦୈନିକ କାର୍ଯ୍ୟସୂଚୀରେ ପରିବର୍ତନ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ