• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ବାର୍ଷିକ ରାଶିଫଳ: କିପରି କଟିବ ୨୦୨୩,ଜାଣନ୍ତୁ ଏହି ବର୍ଷର ବାର୍ଷିକ ରାଶିଫଳ

ଏହି ବର୍ଷଟି ଆପଣଙ୍କ ପାଇଁ ଭଲ ରହିବ । ବୈାବାହିକ ଜୀବନ କ୍ଷେତ୍ରରେ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ, ପ୍ରେମ ସମ୍ପର୍କକୁ ଦୃଢ କରିବେ । ବ୍ୟବସାୟ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ବିଦ୍ୟାର୍ଥୀ ମାନେ ଉତ୍ତମ ଫଳ ପାଇବେ ।

Taurus

ବୃଷ

Sunday 01 Jan 2023

ସ୍ୱାସ୍ଥ୍ୟ:

ସ୍ୱାସ୍ଥ୍ୟ ପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ । ମାନସିକ ସ୍ତରରେ ଉନ୍ନତି ଆସିବ । ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ବର୍ଷର ଶେଷ ଭାଗରେ ଯାନବାହନରୁ ପତନର ଯୋଗ ରହିଅଛି । ପେଟ ଜନିତ ସମସ୍ୟା ବା ଶରୀରର ନିମ୍ନାଂଶରେ କିଛି ସମସ୍ୟା ଦେଖାଦେଇପାରେ ।

ବ୍ୟବସାୟ / କର୍ମ:

. ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ନିଜର ଦକ୍ଷତା ଅନୁସାରେ କର୍ମକ୍ଷେତ୍ରରେ ବଡ ଦାୟିତ୍ୱ ନେଇପାରନ୍ତି । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ଚାକିରୀ କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମି ମାନେ ବିରୋଧ କରିପାରନ୍ତି । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ ।

ପାରିବାରିକ ଜୀବନ:

. ମାନସିକ ଚାପ ସତ୍ୱେ ପରିବାରର ସବୁ କାରର୍ଯ୍ୟ ସୁଚାରୁରୂପେ ତୁଲାଇବେ । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ । ପରିବାରରେ ଆପଣଙ୍କ ଗୁରୁତ୍ୱ ବୃଦ୍ଧି ପାଇବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଭାତୃ ସଂପର୍କରେ ଉନ୍ନତି ଘଟିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ

ବୈବାହିକ ଜୀବନ:

ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବଦ୍ଧନରେ ଆବଦ୍ଧ ହୋଇପାରନ୍ତି । ଜୀବନସାଥୀଙ୍କ ମଧ୍ୟରେ ସାମାନ୍ୟ ତିକ୍ତତା ଦେଖା ଦେଇପାରେ । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ଯ୍ୟ କରିବେ ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆଣିବେ । ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ

ଧନ / ସମ୍ପତି:

. ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ପୁସ୍ତକ ବ୍ୟବସାୟ, ପ୍ରସାଧନ ସାମଗ୍ରୀ ବ୍ୟବସାୟରେ ସଫଳତା ପାଇବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସମ୍ପତି ମାମଲା ମଧ୍ୟସ୍ଥତା ଦ୍ୱାରା ଦୂର ହେବ । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ

ଶିକ୍ଷା / କ୍ୟାରିୟର:

. ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ପିଲାମାନେ ପାଠ ପଢାରେ ଅଗ୍ରସର ହୋଇ ପାରନ୍ତି । ବିଦ୍ୟାର୍ଥୀ କ୍ୟାରୀୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ

ପ୍ରତିକାର:

  • . ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ
  • . ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ