• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ବାର୍ଷିକ ରାଶିଫଳ: କିପରି କଟିବ ୨୦୨୩,ଜାଣନ୍ତୁ ଏହି ବର୍ଷର ବାର୍ଷିକ ରାଶିଫଳ

ଏହି ବର୍ଷଟି ଆପଣଙ୍କ ପାଇଁ ଭଲ ରହିବ । ବୈାବାହିକ ଜୀବନ କ୍ଷେତ୍ରରେ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ, ପ୍ରେମ ସମ୍ପର୍କକୁ ଦୃଢ କରିବେ । ବ୍ୟବସାୟ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ବିଦ୍ୟାର୍ଥୀ ମାନେ ଉତ୍ତମ ଫଳ ପାଇବେ ।

Pisces

ମୀନ

Sunday 01 Jan 2023

ସ୍ୱାସ୍ଥ୍ୟ:

ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ଖାଦ୍ୟ, ପାନୀୟ ସମୟକୁ ସନ୍ତୁଳିତ ରଖିବା ପାଇଁ ଚେଷ୍ଟା କରିବେ । ଆଖିରେ ଯନ୍ତ୍ରଣା ଅନୁଭବ କରିବା ସହିତ ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ବର୍ଷର ୨ୟର୍ଦ୍ଧରେ ଅନେକାଂଶରେ ସ୍ୱାସ୍ଥ୍ୟ ସମସ୍ୟା ଦୂରିଭୂତ ହେବା ସହିତ ଶାରୀରିକ ସୁସ୍ଥତା ଫେରି ପାଇବେ ।

ବ୍ୟବସାୟ / କର୍ମ:

ବ୍ୟବସାୟ ଅତି ଦ୍ରୁତ ଗତିରେ ବୃଦ୍ଧି ପାଇବ । ବ୍ୟବସାୟରେ ଚରମ ସଫଳତା ହାସଲ କରିବେ । ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ନିଜ କାର୍ଯ୍ୟ କ୍ଷେତ୍ରରେ ଏକ ବଡ଼ ପଦୋନ୍ନତି ପାଇବାର ସମ୍ଭାବନା ପାଇପାରିବେ । ନିଜ କାର୍ଯ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ

ପାରିବାରିକ ଜୀବନ:

ପାରିବାରି ଲୋକଙ୍କ ସହିତ ଆନନ୍ଦରେ ସମୟ ବିତାଇବେ । ପରିବାରରେ ଜଣେ ସଦସ୍ୟ ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । ପରିବାରରେ କୌଣସି ପ୍ରକାର ବିବାଦରୁ ଦୂରେଇ ରୁହନ୍ତୁ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ପାରିବାରିକ ପରିବେଶ ନକାରାତ୍ମକତା ଆଡକୁ ଗତି କରିପାରେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ । ପିତାମାତାଙ୍କ ସାହାଯ୍ୟ ଓ ସହଯୋଗ ପାଇବେ

ବୈବାହିକ ଜୀବନ:

ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସୁନ୍ଦର କରିବେ । ସାଥୀଙ୍କ ମଧ୍ୟରେ ଏକ ଭଲ ପାରସ୍ପରିକ ବୁଝାମଣା ହେବ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ଦାମ୍ପତ୍ୟ ଜୀବନରେ ସମ୍ପର୍କକୁ ଆଗକୁ ନେବାରେ ସଫଳ ହେବେ । ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ

ଧନ / ସମ୍ପତି:

କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । ବର୍ଷର ପ୍ରଥମାର୍ଦ୍ଧରେ ଆୟ ଅପେକ୍ଷା ବ୍ୟୟ ବଢିପାରେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ବର୍ଷର ୨ୟର୍ଦ୍ଧରେ ଆପଣ ଧନ ସଂଗ୍ରହ କରିବାରେ ସକ୍ଷମ ହେବେ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ

ଶିକ୍ଷା / କ୍ୟାରିୟର:

.ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ବର୍ଷର ମଧ୍ୟ ଭାଗରେ ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ଲେଖାପଢାରେ ସାଥିଙ୍କ ସାହାର୍ଯ୍ୟ ସହଯୋଗ ମିଳିବ

ପ୍ରତିକାର

  • .ମାଆ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
  • .କୈାଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବା ସହିତ ସାହାଯ୍ୟ ସହଯୋଗ କରନ୍ତୁ