• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ବାର୍ଷିକ ରାଶିଫଳ: କିପରି କଟିବ ୨୦୨୩,ଜାଣନ୍ତୁ ଏହି ବର୍ଷର ବାର୍ଷିକ ରାଶିଫଳ

ଏହି ବର୍ଷଟି ଆପଣଙ୍କ ପାଇଁ ଭଲ ରହିବ । ବୈାବାହିକ ଜୀବନ କ୍ଷେତ୍ରରେ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ, ପ୍ରେମ ସମ୍ପର୍କକୁ ଦୃଢ କରିବେ । ବ୍ୟବସାୟ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ବିଦ୍ୟାର୍ଥୀ ମାନେ ଉତ୍ତମ ଫଳ ପାଇବେ ।

Libra

ତୁଳା

Sunday 01 Jan 2023

ସ୍ୱାସ୍ଥ୍ୟ:

ସ୍ୱାସ୍ଥ୍ୟରେ ଗୁରୁତ୍ୱ ପୂର୍ଣ୍ଣ ପରିବର୍ତନ ହୋଇପାରେ । ବର୍ଷର ପ୍ରଥମାର୍ଦ୍ଧରେ ଶାରୀରିକ ସୁସ୍ଥତା ବଜାଇ ରଖିବା ସହିତ ପୁରାତନ ରୋଗର କଷ୍ଟ ଯନ୍ତ୍ରଣାରୁ ମୁକ୍ତି ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ବର୍ଷର ୨ୟାର୍ଦ୍ଧରେ ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ଗୁରୁଜନ ମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ ।

ବ୍ୟବସାୟ / କର୍ମ:

ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ । ଆପଣଙ୍କର ଆୟ ବଢ଼ିବ, ଖର୍ଚ୍ଚ ମଧ୍ୟ ସମାନ ରହିବ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ । କାର୍ଯ୍ୟରେ ସଫଳତା ହାସଲ କରିପାରିବେ । ବିଦେଶରେ କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । କାର୍ଯ୍ୟ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ଉପରେ ଆଧାର କରି ଏକ ଭଲ ପଦୋନ୍ନତି ଏବଂ ବେତନ ବୃଦ୍ଧି ହୋଇପାରେ

ପାରିବାରିକ ଜୀବନ:

ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ

ବୈବାହିକ ଜୀବନ:

ଜୀବନସାଥୀଙ୍କ ସହିତ ବିବାଦ ଗ୍ରସ୍ତ ହୋଇପାରନ୍ତି । ନିଜର ଆକସ୍ମିକ ବୁଦ୍ଧି ଓ କାର୍ଯ୍ୟ କରିବା ଶୈଳିରେ ପରିବର୍ତନ ଆଣି ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ ।

ଧନ / ସମ୍ପତି:

ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି । ନିଜ ମାଲିକାନାରେ ଥିବା ସମ୍ପତିକୁ ହସ୍ତାନ୍ତର କରିପାରନ୍ତି । କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ଆର୍ଥିକ କ୍ଷେତ୍ରରେ ଆୟ, ବ୍ୟୟ ସମନତା ରକ୍ଷା କରିବେ । କରଜ ପରିଶୋଧ କରିବାରେ ସକ୍ଷମ ହେବେ ।

କ୍ୟାରିୟର / ଶିକ୍ଷା:

ପରିଶ୍ରମ କରି ଅଧ୍ୟୟନରେ ସଫଳ ପାଇ ପାରିବେ । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ । ଛାତ୍ରମାନେ ପାଠ ପଢ଼ାରେ ବହୁତ ଉପକୃତ ହେବେ । ବିଦେଶରେ ପଢ଼ୀବାକୁ ଚାହୁଁଥିବା ଛାତ୍ରମାନଙ୍କ ସ୍ୱପ୍ନ ପୂରଣ ହେବ । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ

ପ୍ରତିକାର:

  • ବଗଳା ମୁଖିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
  • ଅସହାୟ ରୋଗି ମାନଙ୍କୁ ସାହାର୍ଯ୍ୟ କରନ୍ତୁ