• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ବାର୍ଷିକ ରାଶିଫଳ: କିପରି କଟିବ ୨୦୨୩,ଜାଣନ୍ତୁ ଏହି ବର୍ଷର ବାର୍ଷିକ ରାଶିଫଳ

ଏହି ବର୍ଷଟି ଆପଣଙ୍କ ପାଇଁ ଭଲ ରହିବ । ବୈାବାହିକ ଜୀବନ କ୍ଷେତ୍ରରେ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ, ପ୍ରେମ ସମ୍ପର୍କକୁ ଦୃଢ କରିବେ । ବ୍ୟବସାୟ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ବିଦ୍ୟାର୍ଥୀ ମାନେ ଉତ୍ତମ ଫଳ ପାଇବେ ।

Scorpio

ବିଛା

Sunday 01 Jan 2023

ସ୍ୱାସ୍ଥ୍ୟ:

ବର୍ଷର ୨ୟାର୍ଦ୍ଧରେ ସ୍ନାୟୁ ଜନିତ ରୋଗରୁ ମୁକ୍ତି ପାଇବେ । ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ପେଟ ସମ୍ବନ୍ଧୀୟ କୌଣସି ରୋଗ ଆପଣଙ୍କୁ ଅସୁବିଧାରେ ପକାଇପାରେ । ଆପଣଙ୍କ ସ୍ୱାସ୍ଥ୍ୟର ବିଶେଷ ଯତ୍ନ ନିଅନ୍ତୁ । ଭଲ ଡାଏଟ୍ ରଖି ସ୍ୱାସ୍ଥ୍ୟର ଧ୍ୟାନ ନେଇପାରିବେ । ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ

ବ୍ୟବସାୟ / କର୍ମ:

ବ୍ୟବସାୟ ସହିତ ଜଡ଼ିତ ଲୋକଙ୍କ ପାଇଁ ଭଲ ପରିସ୍ଥିତି ସୃଷ୍ଟି ହୋଇପାରେ । ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ଆର୍ଥିକ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ । କୃଷି ସମ୍ବନ୍ଧୀୟ କାର୍ଯ୍ୟରେ ଭଲ ଲାଭ ହେବାର ସମ୍ଭାବନା ଅଛି । ବନ୍ଧୁଙ୍କ ସାହାର୍ଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତମ ପ୍ରୟୋଗ କରି କାର୍ଯ୍ୟରେ ସଫଳତା ପାଇବେ

ପାରିବାରିକ ଜୀବନ:

ପାରିବାରିକ ଜୀବନ ବିଷୟରେ ବହୁତ ଚିନ୍ତା କରିବେ । ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ପାରିବାରିକ ଜୀବନରେ କିଛି ଭଲ ଖବର ଶୁଣିବାକୁ ପାଇବେ । ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ । ପାରିବାରିକ ସମସ୍ୟା ବୁଝାବଣା ମଧ୍ୟରେ ସମାଧାନ ହୋଇଯିବ । ଭାତୃ ସଂପର୍କରେ ଉନ୍ନତି ଘଟିବ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି

ବୈବାହିକ ଜୀବନ:

ବିବାହିତ ଜୀବନ ବିଷୟରେ ଅଧିକ ଚିନ୍ତା କରିବାର ଆବଶ୍ୟକତା ନାହିଁ । ଦାମ୍ପତ୍ୟ ଜୀବନରେ ପ୍ରେମ ଆସିବ । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ । ପତି-ପତ୍ନୀମାନେ ପରସ୍ପର କାର୍ଯ୍ୟରେ ସାହାଯ୍ୟ କରିବେ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ

ଧନ / ସମ୍ପତି:

ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ । ଆପଣଙ୍କର ଧନ ବୃଦ୍ଧି ପାଇବ । ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ପିଲାମାନେ ପିତୃ ଧନ ନାଶ କରିବେ । ଘର ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ

ଶିକ୍ଷା / କ୍ୟାରିୟର:

ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ । ଆପଣଙ୍କର ଅଧ୍ୟୟନରେ ବାଧା ଆସିପାରେ । ଛାତ୍ରଛାତ୍ରୀମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ଶିକ୍ଷାରେ ଏକାଗ୍ରତା ବୃଦ୍ଧି କରିବାକୁ ଚେଷ୍ଟା କରିବେ । ଶାରୀରିକ ସମସ୍ୟା ଅଧ୍ୟୟନରେ ବାଧା ସୃଷ୍ଟି କରିପାରେ । ଉଚ୍ଚଶିକ୍ଷା ପାଇଁ ଭଲ ସମୟ ଆସିବ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବେ । ଶିକ୍ଷାର୍ଥୀ ପଢାରେ କୃତକାର୍ଯ୍ୟ କରିବେ

ପ୍ରତିକାର:

  • ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
  • .ସବୁଦିନ ସକାଳୁ ଉଠି ଗୁରୁ, ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ