• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ବାର୍ଷିକ ରାଶିଫଳ: କିପରି କଟିବ ୨୦୨୩,ଜାଣନ୍ତୁ ଏହି ବର୍ଷର ବାର୍ଷିକ ରାଶିଫଳ

ଏହି ବର୍ଷଟି ଆପଣଙ୍କ ପାଇଁ ଭଲ ରହିବ । ବୈାବାହିକ ଜୀବନ କ୍ଷେତ୍ରରେ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ, ପ୍ରେମ ସମ୍ପର୍କକୁ ଦୃଢ କରିବେ । ବ୍ୟବସାୟ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ବିଦ୍ୟାର୍ଥୀ ମାନେ ଉତ୍ତମ ଫଳ ପାଇବେ ।

Capricorn

ମକର

Sunday 01 Jan 2023

ସ୍ୱାସ୍ଥ୍ୟ:

ନିଜର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ହୃଦୟ ଜନିତ କୌଣସି ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇପାରେ । ବର୍ଷର ୨ୟାର୍ଦ୍ଧରେ ଶାରୀରିକ କ୍ଲାନ୍ତି ଦୂର ହେବ ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ

ବ୍ୟବସାୟ / କର୍ମ:

ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । କୌଣସି ବଡ଼ ନିଷ୍ପତ୍ତି ନେବାରୁ ଦୂରେଇ ରହିବା ଉଚିତ । କର୍ମ କ୍ଷେତ୍ରରେ କୌଣସି କାର୍ଯ୍ୟ ଆପଣଙ୍କୁ କ୍ଷତି ପହଞ୍ଚାଇପାରେ । ଚାକିରୀ ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ

ପାରିବାରିକ ଜୀବନ:

ଭାଇଭଉଣୀଙ୍କ ସମର୍ଥନ ପାଇବେ । ପରିବାରରେ କିଛି ବିବାଦ ଦେଖାଦେବା ସହିତ ଅଧିକ ଚାପଗ୍ରସ୍ତ ରହିପାରନ୍ତି । ପରିବାରରେ ବୁଝାମଣା ସହିତ ସବୁ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ । ବାପାଙ୍କ ସହିତ ସମ୍ପର୍କ ପ୍ରତି ଧ୍ୟାନ ଦେବା ଆବଶ୍ୟକ । ପରିବାରରେ ହସଖୁସିର ବାତାବରଣ ଜାରି ରହିବ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ

ବୈବାହିକ ଜୀବନ:

ବିବାହିତ ଜୀବନ ବହୁ ପରିମାଣରେ ଅନୁକୂଳ ହୋଇପାରେ । ବିବାହିତ ଜୀବନରେ ପ୍ରେମ ଏବଂ ଆକର୍ଷଣର ପରିସ୍ଥିତି ଦେଖାଯିବ । ପରସ୍ପର ପ୍ରତି ଦାୟିତ୍ବର ଭାବନା ଆସିବା ସହିତ ସମ୍ପର୍କକୁ ମଜବୁତ ରହିବ । ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । ବିବାଦ ଧୀରେ ଧୀରେ ସୁଧୁରିବା ଫଳରେ ଦାମ୍ପତ୍ୟ ଜୀବନରେ ସୁଖ ପାଇବେ । ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ

ଧନ / ସମ୍ପତି:

କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ପୈତୃକ ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ

ଶିକ୍ଷା / କ୍ୟାରିୟର:

କ୍ୟାରିୟରରେ ସତର୍କ ରହିବାକୁ ପଡ଼ିବ । ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ

ପ୍ରତିକାର:

  • କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
  • ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ
  • ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ