ପୁଷ୍କର ଦୋଷ- ଦିବା ୦୨.୫୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୧୪ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।
ପୁନର୍ବସୁ- ସ୍ନାୟବିକ ଜନିତ ସମସ୍ୟା ଦେଖାଦେଇପାରେ । ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ।
ପୁଷ୍ୟା- ଖେଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଃଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ।
ଅଶ୍ଲେଷା- ଗୃହିଣୀମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।
ପ୍ରତିକାର – ମା ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨