ପୁଷ୍କର ଦୋଷ- ଦିବା ୦୨.୫୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୧୪ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।
ମୂଳା- ଗଳାଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସଂକ୍ରମଣ ଦେଖା ଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନାଗମ ହେବ । ଅନ୍ୟମନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ।
ପୂ,ଷାଢା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ। ପରିବାରରେ କିପରି ତିକ୍ତତା ନ ଆସେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି।
ଉ,ଷାଢା- ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ମହିଳାମାନେ ଦୁଃଖିତ ରହିବେ।
ପ୍ରତିକାର- ଶ୍ରୀ ହରିଙ୍କର ପୂଜାର୍ଚ୍ଚନା କରନ୍ତୁ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩