ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ମଙ୍ଗଳବାର ।ଚନ୍ଦ୍ର- ମୀନ ଅହୋରାତ୍ର,ତିଥି- ୧୦ମୀ ରାତ୍ରି ୦୩.୪୩ ଗତେ ୧୧ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ଭୂମିଦାନ ।
ମଘା- କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ୟ୍ୟାଦା ବୃଦ୍ଧି ପାଇବ ଓ ଅନ୍ୟମାନେ ଆପଣଙ୍କୁ ପ୍ରଶଂସା କରିବେ। ଶାରୀରିକ ଅସୁସ୍ଥତା ହେତୁ ବ୍ୟସ୍ତ ବିବ୍ରତ ମନ କଥା ମନଭିତରେ ରଖି ପାରିବାରିକ ସମସ୍ୟାର ସରଳ ସମାଧାନ କରିପାରନ୍ତି
ପୂ,ଫାଲଗୁନି- କର୍ମକ୍ଷେତ୍ରରେ ସହକର୍ମୀଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହୋଇଯିବେ। ବନ୍ଧୁ ଗହଣରେ ମଉଜିଆ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟ ଓ ପରିବହନରେ ଅବଶ୍ୟ ବିଶେଷ କିଛି ଅସୁବିଧା ହେବନାହିଁ
ଉ,ଫାଲଗୁନି- ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି । ମନ ଭଲ ନ ଥିବାରୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ।
ପ୍ରତିକାର – ଚଉଳା ମୂଳେ ଜଳ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧